ରାଜ୍ୟପାଳଙ୍କୁ ଭେଟିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ)-କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସାକ୍ଷାତ୍‌ କରିଛନ୍ତି। ଏଥିସହ ରାଜ୍ୟପାଳଙ୍କ ସହଧର୍ମିଣୀ ସୁଶୀଳା ଦେବୀଙ୍କ ପରଲୋକରେ ଗଭୀର ଶୋକବ୍ୟକ୍ତ କରିବା ସହ ଦିବଂଗତ ଆତ୍ମାର ସଦ୍‌ଗତି କାମନା କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସୁଶୀଳା ଦେବୀ ଜଣେ ମହୀୟସୀ ଏବଂ ସ୍ନେହାଶୀଳା ମହିଳା ଥିଲେ। ତାଙ୍କ ବିୟୋଗ ଆମ ସମସ୍ତଙ୍କ ପାଇଁ ଅପୂରଣୀୟ କ୍ଷତି ବୋଲି ଧର୍ମେନ୍ଦ୍ର କହିଛନ୍ତି।

Share