କଳାର ଯାଦୁରେ ବାନ୍ଧି ରଖିପାରୁଥିଲେ ବିଜୟ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୦ା୭(ବ୍ୟୁରୋ)-ପ୍ରସିଦ୍ଧ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ମୃତ୍ୟୁରେ ଓଡିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା। ପିଢିପରେ ପିଢି ତାଙ୍କର ପ୍ରଶଂସକଙ୍କୁ ସେ କଳାର ଯାଦୁରେ ବାନ୍ଧି ରଖି ପାରିଥିଲେ। ଅମର ଆତ୍ମାର ସଦଗତି କାମନା କରୁଛି ଓ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଉଛି। ଏହି କଷ୍ଟକର ସମୟରେ ମହାପ୍ରଭୁ ଜଗନ୍ନାଥ ତାଙ୍କ ପରିବାର ବର୍ଗଙ୍କୁ ଅସିମ ସାହାସ ପ୍ରଦନ କରନ୍ତୁ ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

Share