ରତ୍ନଭଣ୍ଡାରକୁ ନେଇ ବଡ଼ ପ୍ରତିକ୍ରିୟା ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୯।୭: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରଥରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଦର୍ଶନ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ପ୍ରତିଶ୍ରୁତି ଦେଇଥିଲୁ, ରତ୍ନଭଣ୍ଡାର ଖୋଲିଲୁ। ଆଗକୁ ମଣତି ଓ ଗଣତି କରାଯିବ। ଏଥିସହ ବଳଭଦ୍ର ପଡ଼ିଥିବା ଘଟଣାକୁ ନେଇ ସେ ଦୁଃଖ ପ୍ରକାଶ କରିଛନ୍ତି। ଆଗକୁ ଏଭଳି କାର୍ଯ୍ୟ ନ ହେବ ସେ ଦିଗରେ ଧ୍ୟାନ ଦିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଗୁରୁବାର ଭିତର ରତ୍ନଭଣ୍ଡାର ଖୋଲିଥିଲା। ତେବେ ସଂପୂର୍ଣ୍ଣ ଅଳଙ୍କାର ସ୍ଥାନାନ୍ତରଣ କରିବା ପାଇଁ ସାଢ଼େ ୭ ଘଣ୍ଟା ଲାଗିଥିଲା। ରତ୍ନଭଣ୍ଡାର ଭିତରେ ଗୁପ୍ତ ଭଣ୍ଡାର କି କିଛି ସୁଡ଼ଙ୍ଗ ନାହିଁ ବୋଲି ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି। ଜଷ୍ଟିସ ବିଶ୍ୱନାଥଙ୍କ କହିବାନୁଯାୟୀ, ଭିତର ରତ୍ନଭଣ୍ଡାରରେ ମୋଟ ୭ଟି ସିନ୍ଦୁକ ଓ ୩ଟି କାଠ ଆଲମିରା, ଗୋଟିଏ ଷ୍ଟିଲ ଆଲମିରା ଥିଲା। ୨ଟି କାଠ ସିନ୍ଦୁକ ଓ ଗୋଟିଏ ଲୁହା ସିନ୍ଦୁକ ରହିଥିଲା। ସମସ୍ତ ଆଲମାରି ଓ ସିନ୍ଦୁକ ତାଲା ଖୋଲି ଅଳଙ୍କାର ସ୍ଥାନାନ୍ତର ହୋଇଛି।