Categories: ଜାତୀୟ

ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୩ା୭:କେନ୍ଦ୍ରର ମୋଦି ସରକାର ବୁଧବାର ସୁରକ୍ଷା, ଅର୍ଥନୀତି ଓ ରାଜନୈତିକ ବ୍ୟାପାର ସମ୍ପର୍କିତ କମିଟି ଗଠନ କରିଛନ୍ତି। ଏକ ସରକାରୀ ବିଜ୍ଞପ୍ତି ଅନୁସାରେ ଦେଶର ସର୍ବୋଚ୍ଚ ନିଷ୍ପତ୍ତି ଗ୍ରହଣକାରୀ ୮ କମିଟି ଗଠନ କରାଯାଇଛି। ସୁରକ୍ଷା ସମ୍ପର୍କିତ କ୍ୟାବିନେଟ୍‌ କମିଟିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଓ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ରହିଛନ୍ତି। ସେହିପରି ଅର୍ଥନୈତିକ ବ୍ୟାପାର କମିଟିରେ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀ, ଅର୍ଥମନ୍ତ୍ରୀ, ବହିର୍ବ୍ୟାପାର ମନ୍ତ୍ରୀ, ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ, କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ, ଭାରିଶିଳ୍ପ ଓ ଇସ୍ପାତ ମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ସାମିଲ ଅଛନ୍ତି। ଏହି କମିଟିରେ ଥିବା ଅନ୍ୟମାନେ ହେଲେ ବାଣିଜ୍ୟ ମନ୍ତ୍ରୀ ପୀୟୂଷ ଗୋୟଲ, ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପଞ୍ଚାୟତିରାଜ ଓ ମତ୍ସ୍ୟ ସମ୍ପଦ ମନ୍ତ୍ରୀ ରାଜୀବ ରଞ୍ଜନ (ଲଲନ) ସିଂ। ସଂସଦୀୟ ବ୍ୟାପାର କମିଟିରେ ପ୍ରତିରକ୍ଷା ମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀ, ଅର୍ଥମନ୍ତ୍ରୀ, ପଞ୍ଚାୟତିରାଜ ମନ୍ତ୍ରୀ , ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା, ସାମାଜିକ ନ୍ୟାୟ ମନ୍ତ୍ରୀ ବୀରେନ୍ଦ୍ର କୁମାର, ବେସାମରିକ ବିବାନ ଚଳାଚଳ ମନ୍ତ୍ରୀ କିଞ୍ଜାରାପୁ ରାମମୋହନ ନାଇଡୁ, ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ୍‌ ରିଜିଜୁ ଓ ଜଳଶକ୍ତି ମନ୍ତ୍ରୀ ସି. ଆର୍‌. ପାଟିଲ ଅଛନ୍ତି। ଏଥିରେ ଆଇନମନ୍ତ୍ରୀ (ସ୍ବାଧୀନ ଦାୟିତ୍ୱ) ଅର୍ଜୁନରାମ ମେଘଓ୍ବାଲ ଓ ଆଇନ ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗାନ୍‌ଙ୍କୁ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ରୂପେ ସ୍ଥାନିତ କରାଯାଇଛି।

 

Share