ଏମ୍‌ପି ଭାବେ ଶପଥ ନେଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ, ୨୪।୬: ସମ଼୍ବଲପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିବା ବିଜେପି ନେତା ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଲୋକସଭାରେ ଏମ୍‌ପି ଭାବେ ଶପଥ ଗ୍ରହଣ କରିଛନ୍ତି । କମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ତାଙ୍କୁ ଶପଥ ପାଠ କରାଇଛନ୍ତି । ଅନ୍ୟପଟେ ସୁନ୍ଦରଗଡ଼ରୁ ପୁନର୍ବାର ଏମ୍‌ପି ହୋଇଥିବା ତଥା ବର୍ତ୍ତମାନର କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ୍‌ ଓରାମ୍‌ ମଧ୍ୟ ଏମ୍‌ପି ଭାବେ ଶପଥ ଗ୍ରହଣ କରିଛନ୍ତି ।

ସୂଚନା ଥାଉକି, ଲୋକସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଥିବା ବେଳେ ନବନିର୍ବାଚିତ ଏମ୍‌ପି ମାନେ ଶପଥ ଗ୍ରହଣ କରୁଛନ୍ତି । ସଂସଦରେ ନବନିର୍ବାଚିତ ୨୮୦ ଜଣ ଏମ୍‌ପିଙ୍କୁ ଆଜି ଶପଥ ପାଠ କରାଇବାର କାର୍ଯ୍ୟକ୍ରମ ରହିଥିବା ବେଳେ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍‌ପି ଭାବେ ଶପଥ ଗ୍ରହଣ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ପରେ ପରେ ରାଜନାଥ ସିଂହ ଏବଂ ନୀତିନ୍‌ ଗଡ଼କାରୀ ଶପଥ ଗ୍ରହଣ କରିଛନ୍ତି । ତାଙ୍କ ପରେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂହ ଚୌହାନ, ପିୟୁଷ୍‌ ଗୋଏଲ୍‌ଙ୍କ ସେମତ ଅନ୍ୟ ଏମ୍‌ପିମାନେ ଶପଥ ଗ୍ରହଣ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri