ଆସିଲା ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ରଙ୍କ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ପୁରୀ ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍‌ ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ବ୍ୟବଚ୍ଛେଦ ରିପୋର୍ଟ ସୋମବାର ଆସିଛି। ଶ୍ୱାସରୁଦ୍ଧ ହୋଇ ଧର୍ମେନ୍ଦ୍ରଙ୍କ ମୃତ୍ୟୁ ହେବା ସହ ଶରୀରର ଅନ୍ୟ କୌଣସି ସ୍ଥାନରେ କ୍ଷତ ଚିହ୍ନ ନଥିବା ରିପୋର୍ଟରେ ଉଲ୍ଲେଖ ରହିଛି।
ସୂଚନାଯୋଗ୍ୟ, ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଶନିବାର ଭୁବନେଶ୍ୱରସ୍ଥିତ ଘରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଥିଲା। ତେବେ ତାଙ୍କ ମୃତ୍ୟୁକୁ ନେଇ କୌଣସି କାରଣ ଜଣାପଡିନଥିବା ବେଳେ ଏବେବି ରହସ୍ୟ ଲାଗିରହିଛି।

Share