ପ୍ରାର୍ଥୀ ଘୋଷଣା ପରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଧର୍ମେନ୍ଦ୍ର,ସମ୍ବିତ: କହିଲେ…

ଭୁବନେଶ୍ୱର,୨୫।୩: ଭାଜପାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି।   କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରରୁ ପ୍ରାର୍ଥୀ ହେବାପରେ ସୋମବାର ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି  । ସେ ସକାଳେ ସ୍ତ୍ରୀ ମୁର୍ଦଳା ଠାକୁରଙ୍କ ସହ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।  ତାଙ୍କ ସହ ପୁରୀ ଭାଜପା ଏମ୍‌ପି ପ୍ରାର୍ଥୀ ସମ୍ବିତ ପାତ୍ର ମଧ୍ୟ ଶ୍ରୀଜିଉଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି । ସିଂହଦ୍ୱାର ନିକଟରେ ଉଭୟ ପହଞ୍ଚିବା ପରେ ସେବାୟତ ଓ ଭାଜପା କର୍ମୀ ତାଙ୍କୁ ସ୍ବାଗତ କରିଥିଲେ ।
ତେବେ ମହାପ୍ରଭୁଙ୍କୁ ଦର୍ଶନ ପରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି, ସମ୍ବଲପୁରର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ତାଙ୍କୁ ପଠାଇଛନ୍ତି । ସେ ଗୁଣ୍ଡୁଚିମୂଷା ପରି ସମ୍ବଲପୁରର ବିକାଶ ପାଇଁ କାମ କରିବେ । ଏଥର ଡବଲ ଇଞ୍ଜିନ ସରକାର ହେଉ ବୋଲି ଧର୍ମେନ୍ଦ୍ର କହିଛନ୍ତି। ସେହିପରି ପୁଣି ଥରେ ପୁରୀ ଲୋକସଭା ପାଇଁ ପ୍ରାର୍ଥୀ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ସମ୍ବିତ ପାତ୍ର । ମହାପ୍ରଭୁଙ୍କୁ ଦର୍ଶନ ବେଳେ କେନ୍ଦ୍ରମନ୍ତ୍ରୀଙ୍କ ସହ ଜିଲା ସଭାପତି ଆଶ୍ରୀତ ପଟ୍ଟନାୟକ, ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ, ଭାଜପା  ନେତା ସୁରଥ ବିଶ୍ୱାଳ, ଭାଜପା ନେତ୍ରୀ ଉପାସନା ମହାପାତ୍ର ମନ୍ଦିରକୁ ଯାଇ ଦର୍ଶନ କରିଛନ୍ତି ।
Share