ବରଗଡ଼ରେ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖେଇ ଆସୁଛି, ଅନୁରୂପ ଭାବେ ପ୍ରାର୍ଥୀଙ୍କ ପ୍ରଚାର ମଧ୍ୟ ଜୋର୍‌ ଧରିବାରେ ଲାଗିଛି। ବରଗଡ଼ ଜିଲାରେ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ଶନିବାର ସନ୍ଧ୍ୟାରୁ ପ୍ରଚାର ଅବଧି ସରିବ। ଫଳରେ ଶୁକ୍ରବାର ଜିଲାର ସବୁ ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀଙ୍କ ପ୍ରଚାର ଜୋର୍‌ଦାର ଚାଲିଥିଲା। କେନ୍ଦ୍ରମନ୍ତ୍ରୀ ତଥା ଦଳର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ବରଗଡ଼ ଜିଲାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାରାଥନ ପ୍ରଚାର କରିଥିଲେ। ଭଟଲି ନିର୍ବାଚନମଣ୍ଡଳୀର ବରତୁଣ୍ଡା ଗ୍ରାମରୁ ନିର୍ବାଚନ ପ୍ରଚାର ଆରମ୍ଭ କରି ପଦ୍ମପୁର ନିର୍ବାଚନମଣ୍ଡଳୀର ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡୁଙ୍ଗୁରିପାଲି ଏବଂ ବିଜେପୁର ନିର୍ବାଚନମଣ୍ଡଳୀର ଗାଇସିଲେଟରେ ପ୍ରଚାର ସାରିବା ପରେ ସନ୍ଧ୍ୟାରେ ବରଗଡ଼ ସହରରେ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ’ ହୋଇଥିଲା। ସ୍ଥାନୀୟ ଭଜନାଶ୍ରମରୁ ରୋଡ୍‌ ଶୋ’ରେ ବାହାରି ସେ ଲେଙ୍ଗୁ ମିଶ୍ର ଛକ, ଥାନାଛକ, ଏସ୍‌ପି ଅଫିସ ଛକ ଦେଇ ଗାନ୍ଧୀଛକରେ ପହଞ୍ଚତ୍ଥିଲେ। ତାଙ୍କ ସହିତ ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମାଙ୍କ ସମେତ ଦଳର ବରଗଡ଼ ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପୁରୋହିତ, ବରଗଡ଼ ବିଧାନସଭା ପ୍ରାର୍ଥୀ ଅଶ୍ୱିନୀ ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ରହି ସହରବାସୀଙ୍କୁ ଭୋଟ ନିବେଦନ କରିଥିଲେ। ରୋଡ୍‌ ଶୋ’ ଚାଲିଥିବାବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ଜନତାଙ୍କ ଭିଡ଼ ହୋଇଥିବାବେଳେ ଅନେକ ଦଳୀୟ କାର୍ଯ୍ୟକର୍ତ୍ତା, କର୍ମୀମାନେ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri