ପାରମ୍ପରିକ ସମ୍ବଲପୁରୀ ଖାଦ୍ୟ ପ୍ରସ୍ତୁତ କଲେ ଧର୍ମେନ୍ଦ୍ରଙ୍କ ପତ୍ନୀ

ସମ୍ବଲପୁର,୧୨ା୨(ଭବାନୀ ଶଙ୍କର ଭୋଇ):ସମ୍ବଲପୁରୀ ଗୀତ, ନୃତ୍ୟ, ବାନ୍ଧକଳା, ବସ୍ତ୍ର ସମଗ୍ର ବିଶ୍ୱ ଦରବାରରେ ନିଜର ସ୍ବତନ୍ତ୍ର ସ୍ଥାନ ହାସଲ କରିସାରିଛି। ଏଥିରୁ ବାଦ୍‌ ପଡିନି ପାରମ୍ପରିକ ସମ୍ବଲପୁରୀ ଖାଦ୍ୟ। ଏହା ମଧ୍ୟରେ ସରସତିଆ ଅନ୍ୟତମ। ଏହାର ପ୍ରସ୍ତୁତି ପ୍ରଣାଳୀ ଓ ସ୍ବାଦ ନିଆରା। ସମ୍ବଲପୁର କୁଞ୍ଜେଲପଡ଼ା ଛକଠାରେ ବହୁ ପୁରାତନ ସରସତିଆ ଦୋକାନ ରହିଛି। ଦମ୍ପତି ପ୍ରଭୁଲାଲ ଗୁପ୍ତା ଓ ରେଖା ଗୁପ୍ତା ପୂର୍ବପୁରୁଷଙ୍କ ଦ୍ୱାରା ସ୍ବୀକୃତ ଏହି ପାରମ୍ପରିକ ବ୍ୟଞ୍ଜନ ତିଆରି କରିବା ପରମ୍ପରା ବଜାୟ ରଖିଛନ୍ତି। ରବିବାର ସକାଳେ ହଠାତ୍‌ ତାଙ୍କ ଦୋକାନରେ ପହଞ୍ଚତ୍ଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଧର୍ମପତ୍ନୀ ତଥା ବିକାଶ ଫାଉଣ୍ଡେଶନ ଅଧ୍ୟକ୍ଷା ମୃଦୁଳା ଠାକୁର। ସେ ଦୋକାନରେ ଉପସ୍ଥିତ ଥିବା ଗୁପ୍ତା ଦମ୍ପତିଙ୍କୁ ତାଙ୍କର ପାରିବାରିକ ଓ ବ୍ୟବସାୟିକ ସ୍ଥିତି ସମ୍ପର୍କରେ ପଚାରି ବୁଝିଥିଲେ। ଏହାସହ ସରସତିଆ ତିଆରି କରିବାର ଶୈଳୀ ଓ ପ୍ରସ୍ତୁତି ବିଷୟରେ ପଚାରି ନିଜେ ତିଆରି କରିଥିଲେ। ଏହି ଦମ୍ପତିଙ୍କ ଏକମାତ୍ର ପୁତ୍ର ରାହୁଲ ଗୁପ୍ତାଙ୍କୁ ସେ ଏହି ପାରମ୍ପରିକ ବ୍ୟବସାୟକୁ ବ୍ୟାପକ କରିବା ପାଇଁ ପରାମର୍ଶ ଦେଇଥିଲେ। ମୃଦୁଳାଙ୍କ ସହିତ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ପୂର୍ବତନ ପ୍ରାନ୍ତ ସରସଂଘ ଚାଳକ ବିପିନ ବିହାରୀ ନନ୍ଦ ଓ ଭାଜପାର ଅନିଲ କୁମାର ବେହେରା, ସମିର ରଞ୍ଜନ ବାବୁ, ସୁଶାନ୍ତ କୁମାର ପୁରୋହିତ, ସରୋଜ ଦଲପତ, ସୁଧୀର ରଞ୍ଜନ ବହିଦାର, ଅଜିତ କୁମାର ବେହେରାଙ୍କ ସମେତ ଭାଜପା କ୍ଷେତ୍ରୀୟ ଗଣମାଧ୍ୟମ ସଂଯୋଜକ ମାନସ ରଞ୍ଜନ ବକ୍ସି ଉପସ୍ଥିତ ଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକ ସଭା ଆସନରୁ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ଜୋର ଧରିଥିବାବେଳେ ତାଙ୍କ ପତ୍ନୀ ମୃଦୁଳାଙ୍କୁ ସମ୍ବଲପୁରର ଜିଲାର ବିଭିନ୍ନ କାର୍ଯ୍ୟକ୍ରମରେ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri