ଆଇପିଏଲ୍‌ରେ ପ୍ରଥମ ଖେଳାଳି ଭାବେ ଲଗାତର ୨ ଶତକ ହାସଲ କଲେ ଧାଓ୍ବନ

ଦୁବାଇ, ୨୦।୧୦: ଶିଖର ଧାଓ୍ବନଙ୍କ ଶତକ ବଳରେ ମଙ୍ଗଳବାର ଏଠାରେ ଖେଳାଯାଇଥିବା ଆଇପିଏଲ୍‌ର ୩୮ତମ ମୁକାବିଲାରେ ଦିଲ୍ଲୀ କ୍ୟାପିଟାଲ୍ସ ୧୬୫ ରନର ଟାର୍ଗେଟ୍‌ କିଙ୍ଗ୍ସ ଇଲେଭେନ ପଞ୍ଜାବ ସାମ୍ନାରେ ଧାର୍ଯ୍ୟ କରିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୧୬୪ ରନ କରିଥିଲା। ଦଳ ପକ୍ଷରୁ ଓପନର୍‌ ଧାଓ୍ବନ ସର୍ବାଧିକ ୧୦୬ ରନ କରି ଅପରାଜିତ ରହିଥିଲେ। ତାଙ୍କ ଶତକୀୟ ଇନିଂସରେ ସେ ୧୨ ଚୌକା ଓ ୩ ଛକା ମାରିଥିଲେ। ଟୁର୍ନାମେଣ୍ଟରେ ଧାଓ୍ବନଙ୍କ ଏହା ଲଗାତର ୨ୟ ଶତକ ଥିଲା। ଏଥିପୂର୍ବରୁ ସେ ପୂର୍ବ ମ୍ୟାଚ୍‌ରେ ଚେନ୍ନାଇ ସୁପର୍‌ କିଙ୍ଗ୍ସ ବିପକ୍ଷରେ ୧୦୧ ରନ କରି ଅପରାଜିତ ରହିଥିଲେ। ଏଥିସହ ଆଇପିଏଲ୍‌ ୧୩ ବର୍ଷର ଇତିହାସରେ ସେ ପ୍ରଥମ ଖେଳାଳି ଭାବେ ଲଗାତର ୨ ଶତକ ହାସଲ କରିବାର ବିରଳ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଦିଲ୍ଲୀ ପକ୍ଷରୁ ଅନ୍ୟମାନଙ୍କ ମଧ୍ୟରେ ପୃଥ୍ବୀ ଶ ୭, ଅଧିନାୟକ ଶ୍ରେୟାସ ଆୟାର ୧୪, ରିଷଭ ପନ୍ତ ୧୪, ମାର୍କସ ଷ୍ଟୋଇନିସ ୯ ଓ ସିମରନ ହେଟ୍‌ମେୟର ୧୦ ରନ କରିଥିଲେ। ପଞ୍ଜାବ ପକ୍ଷରୁ ମହମ୍ମଦ ସାମି ୨ଟି ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri