ଆନ୍ଧ୍ର ସାଲୁର ଘାଟି ଜାମ: ଦୁଇ ପାର୍ଶ୍ୱରେ ଅଟକି ରହିଛି ଅନେକ ଗାଡ଼ି  

ପଟ୍ଟାଙ୍ଗି,୮।୮(ଶରତ ଧଳ): କୋରାପୁଟ ଜିଲା  ପଟ୍ଟାଙ୍ଗି ବ୍ଲକ ଦେଇ ଦୁଇ ରାଜ୍ୟକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ଜାମ୍‌  ହୋଇଛି।
ପଡୋଶୀ ରାଜ୍ୟ ଆନ୍ଧ୍ରର ସାଲୁର ଘାଟି ଜାମ ହୋଇ ଥିବାବେଳେ ଉକ୍ତ ରାସ୍ତା ଦେଇ ସମସ୍ତ ଗାଡ଼ି ଚଳାଚଳ ବନ୍ଦ ହୋଇ ଯାଇଥିବା ଜଣାପଡ଼ିଛି ।
ସୂଚନାଅନୁଯାୟୀ, ଉକ୍ତ ବ୍ଲକ ଦେଇ ଆନ୍ଧ୍ରକୁ ସଂଯୋଗ କରିଥିବା ୨୬ ନଂ ଜାତୀୟ ରାଜପଥର ସାଲୁର ଘାଟରେ ଏକ ଟ୍ରଲର ନଂ  ଏନ୍‌ଏଲ୍‌ ୦୧ ଏଏଫ ୮୧୨୨ ବିଶାଖାପାଟଣାରୁ ଏକ ମେଶିନ ଲୋଡ କରି କୋରାପୁଟ ଅଭିମୁଖେ ଆସୁଥିବା ବେଳେ ଉକ୍ତ ଘାଟିର ଏକ ବୁଲାଣିଆ ରାସ୍ତାରେ ଅଟକି ଯାଇଛି । ଉକ୍ତ ଟ୍ରଲରଟି ନା ଆଗକୁ ନା ପଛକୁ ଯାଇପାରୁଛି। ଯାହା ଫଳରେ ଉଭୟ ପାର୍ଶ୍ୱ ଯଥା କୋରାପୁଟରୁ ଆନ୍ଧ୍ର ଅଭିମୁଖେ ଯାଉଥିବା ଅନେକ ଗାଡ଼ି ଅଟକି ରହିଥିବା ବେଳେ ଆନ୍ଧ୍ରରୁ କୋରାପୁଟ ଅଭିମୁଖେ ଆସୁଥିବା ଗାଡ଼ି ଅଟକି ରହିଛି।  ଏଯାବତ୍‌  କୈଣସି ପୋଲିସ ବା ଅଧିକାରୀ ପହଞ୍ଚି ନ ଥିବା ବେଳେ ଛୋଟଛୋଟ ଗାଡ଼ି ଯଥା କାରଗୁଡିକ ବିପଦ ସଙ୍କେତ ଭାବେ ଘଟଣାସ୍ଥଳେ ରାସ୍ତାର ତଳ ଭାଗ ଦେଇ ନିଜନିଜ ଗନ୍ତବ୍ୟ ସ୍ଥଳକୁ ଯାଉଥିବା ଦେଖିବାକୁ ମିଳିଛି ।

Enter your email to get our daily news in your inbox.

All Right Reserved By Dharitri.Com

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା...

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି।...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri