ଝାଡ଼ାବାନ୍ତି ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି

ଭଞ୍ଜନଗର, ୩୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୁଣ୍ଡିରିବାଡ଼ିରେ ଲାଗିଥିବା ଝାଡ଼ାବାନ୍ତି ସ୍ଥିତିରେ ପରିବର୍ତ୍ତନ ଆସୁନାହିଁ। ମୃତ୍ୟୁସଂଖ୍ୟା କ୍ରମେ ବଢ଼ିବାରେ ଲାଗିଛି। ଶୁକ୍ରବାର ସୁଦ୍ଧା ଝାଡ଼ାବାନ୍ତିରେ ୪ଜଣ ମୃତ୍ୟୁବରଣ କରିଛନ୍ତି । ସେମାନେ ହେଲେ ଅରକ୍ଷିତ ଗୌଡ଼ ଏବଂ ତାଙ୍କ ଶାଶୁ, ସୁକାନ୍ତି ନାୟକ ଓ ମଙ୍ଗୁଳି ପ୍ରଧାନ। ଏଥିସହ ୧୫ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି।

ସେଥିରୁ ୭ ଜଣ ଭଞ୍ଜନଗର ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ଅନ୍ୟ ୮ଜଣ ବିଭିନ୍ନ ସ୍ଥାନରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ପକ୍ଷରୁ ଗ୍ରାମବାସୀଙ୍କୁ ଯୋଗାଇ ଦିଆଯାଉଥିବା ପାଣିରୁ ହିଁ ଝାଡ଼ାବାନ୍ତି ବ୍ୟାପୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।

ଶୁକ୍ରବାର ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଗୁଣ୍ଡିରିବାଡ଼ି ଗ୍ରାମରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଆକ୍ରାନ୍ତଙ୍କ ସଂଖ୍ୟା ଯେଭଳି ବୃଦ୍ଧି ନ ପାଇବ ଏବଂ ଯେଉଁମାନେ ଚିକିତ୍ସିତ ହେଉଛନ୍ତି ସେମାନଙ୍କୁ କିଭଳି ଉନ୍ନତ ସ୍ବାସ୍ଥ୍ୟସେବା ମିଳିବ ସେଥିପ୍ରତି ଗୁରୁତ୍ୱାରୋପ କରି ବିଭାଗୀୟ ଅଧିକାରୀମାନଙ୍କୁ ବିଧାୟକ ନାୟକ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ପାଣି ଯେଉଁଠି ଲିକେଜ ହେଉଛି ତାହା ଯେପରି ନ ହେବ ସେଥିପ୍ରତି ଦୃଷ୍ଟିଦେବାକୁ ବିଧାୟକ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପରେ ସେ ଭଞ୍ଜନଗର ମେଡିକାଲରେ ପହଞ୍ଚି ଚିକିତ୍ସିତ ହେଉଥିବା ରୋଗୀଙ୍କୁ ଭେଟି ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ସୂଚନାଯୋଗ୍ୟ, ଗୁଣ୍ଡିରିବାଡ଼ିରେ ଦୁଇ ସପ୍ତାହରୁ ଊର୍ଦ୍ଧ୍ୱ ହେଲା ଝାଡ଼ାବାନ୍ତି ଲାଗି ରହିଛି। ଏହାକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ବିଧାୟକଙ୍କ ଗସ୍ତ ସମୟରେ ଭଞ୍ଜନଗର ଉପଜିଲାପାଳ ଅନିଲ କୁମାର ସେଠୀ, ତହସିଲଦାର ଉମାଶଙ୍କର ବେହେରା, ବିଡିଓ, ଭଞ୍ଜନଗର ମେଡିକାଲର ଡା. ସୀମାଞ୍ଚଳ ଡାକୁଆ, ମେଡିକାଲ ପରିଚାଳକ ବିଚିତ୍ର ପାଣିଗ୍ରାହୀ, ଯନ୍ତ୍ରୀ ନୀହାର ରଞ୍ଜନ ସ୍ବାଇଁ, ସରପଞ୍ଚ, ପୂର୍ବତନ ସରପଞ୍ଚ ଧୋବା ଗୌଡ଼, ଶିବ ଶଙ୍କର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri