ଡାଇରିଆ ଆତଙ୍କ, ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ସୂଚନା

କୋକସରା,୨୨।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଡଙ୍ଗରିପଡା ଗ୍ରାମରେ ଗତ କିଛିଦିନ ହେବ ଡାଇରିଆ ବ୍ୟାପୁଥିବା ଦେଖିବାକୁ ମିଳିଛି। ଗ୍ରାମର ୬ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଗୁରୁତର ହେବାରୁ ସେମାନଙ୍କୁ ଧର୍ମଗଡ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଏ ନେଇ ଖବର ମିଳିବା ପରେ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ଏକ ମେଡ଼ିକାଲ ଟିମ ଏପିଡେମୋଲୋଜିଷ୍ଟ ବିଶେଷଜ୍ଞ ଡ଼. ନିହାର ଠାକୁରଙ୍କ ନେତୃତ୍ୱରେ କୋକସରା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼. ତତ୍ୱଦର୍ଶୀ ଦାସ, ଜନସ୍ବାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଶର୍ମିଳା ଛାତ୍ରୀଆ, ବିପିଏମ ସୁରଜିତ ସିଂ କୁମାର, ସ୍ବାସ୍ଥ୍ୟ କର୍ମଚାରୀ ନୀଳମଣି ଖମାରି, କୃଷ୍ଣା ସିଂ ରାଜପୁତ, ସି ଏଚ ଓ ଅନିତା ରାଉତ, ସ୍ବାସ୍ଥ୍ୟକର୍ମୀ ସୁକାନ୍ତି ଦେବୀ, ଆଶା କର୍ମୀ ମୁକ୍ତାରାଣୀ ସୁନାନୀ, ଅଙ୍ଗନୱାଡି କର୍ମୀ ଶକୁନ୍ତଳା ନାଏକ, ଫାର୍ମାସିଷ୍ଟ ଶୁଭେନ୍ଦୁ ପଣ୍ଡା ଡଙ୍ଗରିପଡା ଗ୍ରାମରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଆକ୍ରାନ୍ତ ରୋଗୀଙ୍କ ଚିକିତ୍ସା କରୁଥିବା ଜଣାପଡିଛି। ଗ୍ରାମ ନିକଟସ୍ଥ ମୁଡ୍ରା ନଦୀର ଦୂଷିତ ପାଣି ପିଇବା କାରଣରୁ ଝାଡ଼ାବାନ୍ତି ବ୍ୟାପିଥିବା ନେଇ ପ୍ରାଥମିକ ଚିକିତ୍ସାରୁ ଜଣାପଡିଛି। ବାରବଖରା ଗ୍ରାମର ଆକ୍ରାନ୍ତ ରୋଗୀ କନ୍ଦା ଧରୁଆ (୭୫) ଙ୍କ ଗତକାଲି କୋକସରା ଡାକ୍ତରଖାନାକୁ ଆଣିବା ସମୟରେ ଡାକ୍ତରଖାନା ପହଞ୍ଚିବା ବେଳକୁ ମୃତ୍ୟୁ ହୋଇଥିବା ଡାକ୍ତର ସୂଚନା ଦେଇଥିଲେ। ଅନ୍ୟ ଆକ୍ରାନ୍ତ ରୋଗୀ ତିଲୋତ୍ତମା ଧରୁଆ (୭), ମମତା ଧରୁଆ (୧୫), ରାଏମନି ଧରୁଆ(୪୦), କୁମନାଥ ଧରୁଆ(୪୦), ଚିତ୍ରଙ୍ଗ ଧରୁଆ(୪୦) ପର୍ଲା ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇ ଚିକିତ୍ସିତ ପରେ ଧର୍ମଗଡ ଉପଖଣ୍ଡ ଡାକ୍ତରଖାନାରେ ୩ ଜଣ ଓ କୋକସରା ଡାକ୍ତରଖାନାରେ ଜଣେ ରୋଗୀ ଚିକିତ୍ସାଧୀନ ହେଉଥିବା ଜଣାପଡିଛି। ଘଟଣା ପରେ ବ୍ଲକ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri