ଦିବ୍ୟାଙ୍ଗ ପିଲାମାନେ ଅସମ୍ଭବକୁ ସମ୍ଭବ କରି ଦେଖାନ୍ତି : ଧର୍ମେନ୍ଦ୍ର

ଭୁବନେଶ୍ୱର,୩ା୧୦(ଅନିଲ ଦାସ): ଦିବ୍ୟାଙ୍ଗ ପିଲାମାନଙ୍କ ପ୍ରତିଭା କାହା ଠାରୁ କୌଣସି ଗୁଣରେ କମ୍‌ ନୁହେଁ । ସେମାନେ ଯାଦୁଗର ଭଳି ଅସମ୍ଭବ କଥାକୁ ସମ୍ଭବ କରି ଦେଖାଇଥାନ୍ତି । ସୋମବାର ନୂଆଦିଲ୍ଲୀଠାରେ ଆୟୋଜିତ ‘ଦିବ୍ୟାଙ୍ଗଜନ ସ୍ବାଭିମାନ ସମ୍ମାନ ସମାରୋହ’ରେ ଯୋଗଦେଇ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି ।
ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଲୋକସେବକ ମଣ୍ଡଳ ଏବଂ ଅନାମ ସ୍ନେହ ପରିବାର ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଧର୍ମେନ୍ଦ୍ର କହିଛନ୍ତି ଯେ, ଦିବ୍ୟାଙ୍ଗ ଭାଇ ଭଉଣୀଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆଣିବା, ସେମାନଙ୍କ ଅଧିକାର ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ସେମାନେ ସମ୍ମୁଖୀନ ହେଉଥିବା ଆହ୍ବାନର ସମାଧାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ନିରନ୍ତର ପ୍ରୟାସ କରୁଛନ୍ତି । ରାଷ୍ଟ୍ରୀୟ ଶିକ୍ଷା ନୀତି ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କୁ ପ୍ରତିବନ୍ଧକ ମୁକ୍ତ ଶିକ୍ଷା ପ୍ରଦାନ କରିବା ଉପରେ ଗୁରୁତ୍ୱ ଦେଇଛି । ଦିବ୍ୟାଙ୍ଗ ପିଲାମାନେ ଅସାଧାରଣ ପ୍ରତିଭାର ଅଧିକାରୀ ହୋଇଥାନ୍ତି। ସେମାନେ ଯାଦୁଗର ଭଳି ଅସମ୍ଭବ କଥାକୁ ସମ୍ଭବ କରି ଦେଖାଇଥାନ୍ତି । ସେମାନେ ନବସୃଜନର ଅଧିକାରୀ। ସନ୍ଥକବି ଭୀମ ଭୋଇଙ୍କ ପଂକ୍ତି ମୋ ଜୀବନ ପଛେ ନର୍କେ ପଡ଼ିଥାଉ, ଜଗତ ଉଦ୍ଧାର ହେଉକୁ ଉଦ୍ଧୃତ କରି କେନ୍ଦ୍ରମନ୍ତ୍ରୀ କହିଥିଲେ, ଏହି ଦୃଷ୍ଟିବାଧିତ କବି ନିଜ ବାର୍ତ୍ତା ମାଧ୍ୟମରେ ବସୁଧୈବ କୁଟୁମ୍ବକମ୍‌ର ବାର୍ତ୍ତା ଦେଇଥିଲେ । ଦୁନିଆକୁ ମୋର ପରିବାର ବୋଲି ଅଭିହିତ କରିଥିଲେ। ଅମୃତ କାଳରେ ଆମକୁ ଏପରି ଏକ ବ୍ୟବସ୍ଥା ନିର୍ମାଣ କରିବାକୁ ହେବ, ଯେଉଁଥିରେ ଦିବ୍ୟାଙ୍ଗ ପିଲାଙ୍କ ପାଇଁ ସମାନ ସୁଯୋଗ ଏବଂ ସ୍ବାଭିମାନ ସହିତ ବଞ୍ଚିବାର ପଥ ପ୍ରଶସ୍ତ ହେବ । ଗାନ୍ଧିଜୀ, ଶାସ୍ତ୍ରିଜୀ, ଲାଲାଜୀ, ପଣ୍ଡିତ ଗୋପବନ୍ଧୁ ଦାସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭଳି ଜନନାୟକଙ୍କ ସ୍ବପ୍ନର ଏକ ବିକଶିତ ଭାରତ ସେତେବେଳେ ହିଁ ଗଢ଼ି ଉଠିବ ଯେତେବେଳେ ଆମେ ଆମ ଦିବ୍ୟାଙ୍ଗ ଭାଇ ଭଉଣୀମାନଙ୍କୁ ସମାନ ଅଧିକାର ସହିତ ବଞ୍ଚିବାର ପରିବେଶ ସୃଷ୍ଟି କରିବା ବୋଲି ସେ କହିଛନ୍ତି ।
ଏହି ଅବସରରେ ପ୍ରଧାନ ଦିବ୍ୟାଙ୍ଗଙ୍କ ସଶକ୍ତୀକରଣ ଏବଂ ସେମାନଙ୍କ ଜୀବନରେ ଉନ୍ନତି ଆଣିବା ଦିଗରେ ସକ୍ରିୟ ଭାବରେ କାମ କରୁଥିବା ବ୍ୟକ୍ତିବିଶେଷ ଏବଂ ସଂଗଠନକୁ ସମ୍ମାନିତ କରିଥିଲେ। ଏହି କାର୍ଯ୍ୟକ୍ରମ ପୂର୍ବରୁ ଧର୍ମେନ୍ଦ୍ର ସମ୍ବିଧାନ ସଦନରେ ମହାତ୍ମା ଗାନ୍ଧୀ ଏବଂ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ତାଙ୍କ ଫଟୋଚିତ୍ରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଯାଞ୍ଚବେଳେ ଧରାପଡ଼ିଲେ ଦମ୍ପତ୍ତି

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ ): ସ୍କୁଟିରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଅଭିଯୋଗରେ ବ୍ରାହ୍ମଣୀଗାଁ ପୋଲିସ ସ୍ବାମୀ ଏବଂ ସ୍ତ୍ରୀଙ୍କୁ ଅଟକ ରଖିଛି। ମିଳିଥିବା ସୂଚନା ମୁତାବକ, ବ୍ରାହ୍ମଣୀଗାଁ...

ପୁଣି ବାଜି ମାରିନେଲା ଭୁବନେଶ୍ୱର: କେନ୍ଦ୍ର ସରକାର ଦେଲେ ”ସର୍ବଶ୍ରେଷ୍ଠ ଜନସାଧାରଣ ପରିବହନ ବ୍ୟବସ୍ଥା” ପୁରସ୍କାର

ଗାନ୍ଧିନଗର, ୨୭ା୧୦: ଗୁଜରାଟର ଗାନ୍ଧିନଗର ଠାରେ ତିନି ଦିନିଆ ୧୭ ତମ ସହରୀ ମୋବିଲିଟି ଇଣ୍ଡିଆ (UMI) ସମ୍ମିଳନୀ ଏବଂ ପ୍ରଦର୍ଶନୀ ଆରମ୍ଭ ହୋଇଯାଇଛି। ଏହି...

ପୂର୍ବଶତ୍ରୁତାରୁ ବୋମାମାଡ଼: ଜେଲ ଫେରନ୍ତା ଫିଙ୍ଗିଥିଲେ ବୋମା, ସମସ୍ତ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଘଟିଥିବା ବୋମାମାଡ ପୂର୍ବଶତ୍ରୁତାକୁ ନେଇ ଘଟିଥିବା ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ପ୍ରକାଶ କରିଛନ୍ତି।...

ସୁଧୁରୁନି ସମସ୍ୟା: ପୁଣି ଖଟିଆରେ ବୁହାହୋଇ ଆସିଲେ ରୋଗୀ

ନୂଆପଡ଼ା,୨୭।୧୦ (ମକାରୁ ବେମାଲ): ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ରୋଗୀଙ୍କୁ ୨କି.ମି. ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଅଣାଯାଇଥିଲା।...

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ: ତୁରନ୍ତ କ୍ଷୟକ୍ଷତି ଆକଳନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ଵର, ୨୭ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ,...

ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ପୁରୀ,୨୭।୧୦: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ...

ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି।...

ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ: ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୨୭ା୧୦: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri