ଦିଗପହଣ୍ଡି ବସ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬ା୬: ଓଡ଼ିଶାର ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଥିବା ବେଳେ ଆହତଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ।

 

Share