Posted inଜାତୀୟ

ମୋଦିଙ୍କ ସେନା ପୋଷାକକୁ ନେଇ ପ୍ରଶ୍ନ ଉଠାଇଲେ ଦିଗ୍‌ବିଜୟ

ନୂଆଦିଲ୍ଲୀ,୬ ।୧୧: ଦୀପାବଳୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେନାଙ୍କ ସହ ସୀମାରେ ଦୀପାବଳି ପାଳନ କରିଥିଲେ । ଏହି ଅବସରରେ ସେ ସେନା ପୋଷାକ ପିନ୍ଧିଥିବା ଦେଖାଯାଇଥିଲା । ଆଉ ଏବେ ଏହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି କଂଗ୍ରେସ ନେତା ଦିଗ୍‌ବିଜୟ ସିଂ । ସେ କହିଛନ୍ତି ଏହା ତ ଆରମ୍ଭ ମାତ୍ର । ଯଦି ମୋଦିଙ୍କୁ ସଂସଦରେ ଆଉ ଏକ କାର୍ଯ୍ୟକଳ ମିଳିଯାଏ ତେବେ ସେ ସମ୍ବିଧାନକୁ ବଦଳାଇ ଦେବେ ଓ ନିଜକୁ ରାଷ୍ଟ୍ରର ସ୍ଥାୟୀ ମୁଖ୍ୟ ଭାବେ ଘୋଷଣା କରିଦେବେ । ଅବଶ୍ୟ ଏଥିରେ ଆଶ୍ଚର୍ଯ୍ୟ ହେବାର କିଛି ନାହିଁ । ତେବେ ଦିଗବିଜୟଙ୍କ ପ୍ରଶ୍ନର ଉତ୍ତର ଦେବାକୁ ଯାଇ ଭାରତୀୟ ଜନତା ପାର୍ଟି(ଭାଜପା) ମହାସଚିବ କୈଳାସ ବିଜୟଭର୍ଗିୟ କହିଛନ୍ତି କି ଦିଗବିଜୟ ସିଂଙ୍କୁ ଜଣା ନାହିଁ ଯେ ନାଗରିକ ସମ୍ମାନର ପ୍ରତିକ ଭାବେ ସେନା ପୋଷାକ ପିନ୍ଧି ପାରେ ବୋଲି । ଦିଗବିଜୟ ନିଜ ଟୁଇଟର ହ୍ୟାଣ୍ଡେଲରେ ଲେଖିଛନ୍ତି, ହିଟଲର ପ୍ରଥମ ବିଶ୍ୱଯୁଦ୍ଧରେ ହିଟଲର ଏକ କର୍ପୋରେଟର ଥିଲେ ଓ ସେ ନିଜକୁ ଜର୍ମାନ ସେନାର କମାଣ୍ଡର ଇନ୍ ଚିଫ୍ ଭାବେ ଘୋଷଣା କରିଥିଲେ । ଆଉ ଏବେ ମୋଦି ତାହା କରିବାକୁ ବେଶୀ ସମୟ ଲାଗିବ ନାହିଁ ବୋଲି ଶ୍ରୀ ସିଂହ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri