ଭାଉଜଙ୍କୁ ବଳାତ୍କାର ଉଦ୍ୟମ କରି ଦିଅର ଗିରଫ

ବ୍ରଜରାଜନଗର,୧୩।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଲଜକୁରା ଫାଟକପଡ଼ାର ଜଣେ ଯୁବକ ସମ୍ପର୍କୀୟ ଭାଉଜଙ୍କୁ ବଳାତ୍କାର ଉଦ୍ୟମ କରିଥିଲେ। ଘଟଣା ପ୍ରଘଟ କଲେ ମହିଳାଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ହେଲେ ମହିଳା ଜଣକ ପରିବାର ଲୋକଙ୍କୁ ଘଟଣା ସଂକ୍ରାନ୍ତରେ ଜଣାଇଥିଲେ। ପରେ ମହିଳା ଜଣକ ଥାନାକୁ ଆସି ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା(ନଂ.୬୭/୨୧)ରୁଜୁ କରି ତଦନ୍ତ କରିଥିଲା। ପୋଲିସର ଏକ ଟିମ୍‌ ଗାଁରେ ପହଞ୍ଚି ଯୁବକଙ୍କୁ ଗିରଫ କରିଥିଲା।

Share