ଝାରସୁଗୁଡ଼ା ଅଫିସ,୧୨ା୪: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଆସନ୍ତା ୧୮ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ ବିଜେଡି ପ୍ରାର୍ଥିନୀ ଦୀପାଳି ଦାସ। ଏନେଇ ବିଜେଡି ଉପନିର୍ବାଚନ ପର୍ଯ୍ୟବେକ୍ଷକ ଦେବୀପ୍ରସାଦ ମିଶ୍ର ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ଆସନ୍ତା ୧୫ରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ନାମାଙ୍କନପତ୍ର ଦାଖଲ କରିବେ ବୋଲି କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ଓ କଂଗ୍ରେସ ନିଜ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଭାଜପା ଏପର୍ଯ୍ୟନ୍ତ କୌଣସି ପ୍ରାର୍ଥୀଙ୍କ ନାଁ ଘୋଷଣା କରିନାହିଁ।