ବସିବ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ

ଭୁବନେଶ୍ବର,୧୭।୬(ବ୍ୟୁରୋ): ଆଜି ବସିବ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଏହି ବୈଠକ ବସିବ। ଏହି ବୈଠକରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରାଯିବ। ତେବେ ବୈଠକରେ ରାଜସ୍ବ ଏବଂ ବିପର୍ଯ୍ୟୟ ମନ୍ତ୍ରୀ ପ୍ରମିଳା ମଲ୍ଲିକ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଏସ୍‌ଆରସି ପ୍ରଦୀପ କୁମାର ଜେନା, ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ, ପୋଲିସ ଓ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ ।

ସେହିପରି ମନ୍ତ୍ରୀମଣ୍ଡଳ ଅଦଳବଦଳ ପରେ ଆଜି ସନ୍ଧ୍ୟା ୫.୩୦ରେ ଲୋକସଭା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରଥମ ମନ୍ତ୍ରୀପରିଷଦ ବୈଠକ ବସିବ। ବିଭିନ୍ନ ଜଲକଲ୍ୟାଣକାରୀ ଯୋଜନା ଓ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପରେ ଆଲୋଚନା ହୋଇପାରେ ।

Share