Posted inଜାତୀୟ

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ବିଅର

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ ପ୍ରଥମ ପର୍ଯ୍ୟାୟରେ ନାଗାଲାଣ୍ଡରେ ୬ ପୂର୍ବ ଜିଲାରୁ ୪ ଲକ୍ଷ ମତଦାତା ଭୋଟ ଦେବାକୁ ଆସି ନ ଥିଲେ । ଯାହାପରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପୂର୍ବରୁ ନିର୍ବାଚନ କମିଶନରଙ୍କ ବ୍ୟତୀତ ବିଭିନ୍ନ ମହଲରୁ ଅଧିକରୁ ଅଧିକ ଭୋଟ ଦେବା ପାଇଁ ଭୋଟରଙ୍କୁ ଅନୁରୋଧ କରାଯାଇଛି । ତେବେ ଭୋଟ ଦେବାକୁ ଆସିବାକୁ ଲୋକଙ୍କୁ ମନେଇବା ପାଇଁ କେତେକ ହୋଟେଲ ବମ୍ପର ଅଫର ଘୋଷଣା କରିଛନ୍ତି। ତାହା ହେଉଛି, ସେହି ହୋଟେଲରେ ଖାଦ୍ୟ ୫୦ ପ୍ରତିଶତ ଡିସକାଉଣ୍ଟରେ ମିଳିବ।

ନୋଏଡା ଗ୍ରେଟର ଅଞ୍ଚଳରେ କେତେକ ହୋଟେଲ ବମ୍ପର ଅଫର ଦେଉଛନ୍ତି । ଭୋଟର ଭୋଟ ଦେଇଥିବାର ପ୍ରମାଣ ଦେଖାଇଲେ ନ୍ୟାଶନାଲ ରେଷ୍ଟୁରାଣ୍ଟ ଅଥରିଟି ଅଫ ଇଣ୍ଡିଆ ୨୦ ପ୍ରତିଶତ ଡିସକାଉଣ୍ଟ ଦେବ । ସେହିପରି ଏହି ଅଞ୍ଚଳର ୫୦ରୁ ଅଧିକ ହୋଟେଲ ୨୦ରୁ ୫୦ ପ୍ରତିଶତ ପର୍ଯ୍ୟନ୍ତ ଡିସକାଉଣ୍ଟ ଦେବା ପାଇଁ ନିଷ୍ପତି ନେଇଛନ୍ତି । ଏପ୍ରିଲ ୨୭ ପର୍ଯ୍ୟନ୍ତ ଏହି ଅଫର ରହିଛି । ସେହିପରି ବେଙ୍ଗାଲୁରୁରେ ଭୋଟ ଦେବା ପ୍ରମାଣ କଲେ ବର୍ଗର ଓ ମିଲ୍କସେକ୍‌ରେ ଡିସକାଉଣ୍ଟ ମିଳିବା ସହ ଫ୍ରିରେ ମଦ ମଧ୍ୟ ମିଳିବ। ଏହି କ୍ରମରେ ବେଙ୍ଗାଲୁରୁ ଓ ଦିଲ୍ଲୀ ଏନସିଆରର ୩୦ କିମି ପରସୀମା ଭିତରେ ଯାତ୍ରୀଙ୍କୁ ୫୦ ପ୍ରତିଶତ ଡିସକାଉଣ୍ଟରେ ଯାତାୟତ କରି ପାରବାର ସୁବିଧା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri