ଆହୁଜାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୬।୬: କେନ୍ଦ୍ରୀୟ ଡେପୁଟେଶନରେ ଥିବା ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଫିସର ମନୋଜ ଆହୁଜା ଓଡ଼ିଶାକୁ ଫେରୁଛନ୍ତି। ୧୯୯୦ ବ୍ୟାଚ୍‌ର ଏହି ଅଧିକାରୀଙ୍କୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କେନ୍ଦ୍ରକୁ ଅନୁରୋଧ କରିଥିଲେ। ମନୋଜଙ୍କ ପ୍ରତ୍ୟାବର୍ତ୍ତନ ନେଇ କେନ୍ଦ୍ରର ନିଯୁକ୍ତି ସଂକ୍ରାନ୍ତ କ୍ୟାବିନେଟ କମିଟି ଅନୁମତି ଦେଇଛି। ତେଣୁ ଆହୁଜାଙ୍କୁ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାର ଦିଆଯାଇପାରେ ବୋଲି ପ୍ରଶାସନିକ ମହଲରେ ଚର୍ଚ୍ଚା ହେଉଛି। ରାଜନୈତିକ ସୂତ୍ରରୁ ଜଣାପଡ଼ିଛି ଯେ ନିର୍ବାଚନ ବେଳେ ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଉଠାଇଥିବା ଦଳ ଭାଜପା ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ ପରିବର୍ତ୍ତେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ପଦରେ ଅବସ୍ଥାପିତ କରିପାରେ। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଆହୁଜାଙ୍କ କାର୍ଯ୍ୟକାଳ ୨୦୨୪ ଡିସେମ୍ବର ପର୍ଯ୍ୟନ୍ତ ବାକି ଅଛି।