ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା କାଟ୍‌

ନିମାପଡ଼ା,୨୧।୮(ବିଚିତ୍ରାନନ୍ଦ ସାହୁ):ନିମାପଡ଼ା ଏନ୍‌ଏସି ଅଧ୍ୟକ୍ଷା ସସ୍ମିତା ସାହୁଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବକୁ ନେଇ ଚାଲିଥିବା ଛକାପଞ୍ଝା ଘଟଣାର ଅବସାନ ଘଟିଛି। ମଙ୍ଗଳବାର ଏନ୍‌ଏସି ସଭାଗୃହରେ ପୋଲିସ ପହରା, କଡ଼ା ନିରାପତ୍ତା ମଧ୍ୟରେ ଅନାସ୍ଥା ପ୍ରସ୍ତାବ ସଂକ୍ରାନ୍ତରେ ସ୍ବତନ୍ତ୍ର ବୈଠକ ହେବା ସହ ଅନାସ୍ଥା ଭୋଟ ଅନୁଷ୍ଠିତ ହୋଇଥିଲା। ଏଥିରେ ଏନ୍‌ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ ହୋଇ ଯାଇଥିବାବେଳେ ସେ ତାଙ୍କ ପଦବୀ ବଜାୟ ରଖିଥିବା କାର୍ଯ୍ୟନିର୍ବାହୀ ଅଧିକାରୀ ସରୋଜ କୁମାର ଆଚାର୍ଯ୍ୟ ସୂଚନା ଦେଇଛନ୍ତି।
ଭୋଟ ଗ୍ରହଣ ପାଇଁ ଏନ୍‌ଏସିର ମୋଟ ୧୧ ଜଣ କାଉନସିଲରଙ୍କ ମଧ୍ୟରୁ ୮ଜଣ କାଉନସିଲର ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟଦାନ କରିଥିଲେ। ଜଣେ କାଉନସିଲର ଧନୁର୍ଦ୍ଧର ଦାସ ତାଙ୍କ ଭୋଟ ବର୍ଜନ କରିଥିଲେ। ଆଉ ୨ ଜଣ କାଉନସିଲର ଟିକିନା ପଣ୍ଡା ଓ ମାଧବ ବେହେରା ଭୋଟ ଦାନରେ ଅନୁପସ୍ଥିତ ଥିଲେ। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଭୋଟଦାନ କରିଥିବା ୮ଜଣ କାଉନସିଲରଙ୍କ ମଧ୍ୟରୁ ଜଣେ କାଉନସିଲରଙ୍କ ଭୋଟ ନାକଚ ହୋଇ ଯାଇଥିବା ନିର୍ବାଚନ ଅଧିକାରୀ ଓ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କଠାରୁ ଜଣାପଡ଼ିଛି। ଅନାସ୍ଥା ପ୍ରସ୍ତାବ ଭୋଟ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ଭୋଟର ଅଭାବ ଯୋଗୁ ଅଧ୍ୟକ୍ଷାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ କାଟ୍‌ ଖାଇଯାଇଥିବା ନିର୍ବାଚନ ଅଧିକାରୀ କହିଛନ୍ତି। ପୁରୀ ଉପଜିଲାପାଳ ଗୋପୀନାଥ କୁଅଁର ଏହି ଅନାସ୍ଥା ଭୋଟରେ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟ ପରିଚାଳନା କରିଥିଲେ। ଏଥିରେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଉପସ୍ଥିତ ରହି ସହାୟତା କରିଥିଲେ।
ଅଧ୍ୟକ୍ଷା ତାଙ୍କ ପଦବୀ ବଜାୟ ରଖିଥିବାରୁ ବିଜେଡି ନେତୃବୃନ୍ଦ ଓ କର୍ମୀମାନେ ବାଣ ଫୁଟାଇ ଖୁସି ମନାଇଛନ୍ତି ।
ଏହି ଅବସରରେ ଦଳ ପକ୍ଷରୁ ଏକ ବିଜୟ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। ଶୋଭାଯାତ୍ରାରେ ବିଜେଡି ନେତା ଦିଲୀପ ପାତ୍ର, ମାନସ ପ୍ରଧାନ, ଅକ୍ଷୟ ନାୟକ, ଗୟାଧର ବେହେରା, ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ଅଜୟ ଭୋଇ, କାଉନସିଲର ଧନୁର୍ଦ୍ଧର ଦାସ, ପୂର୍ବତନ କାଉନସିଲର ଅରୁଣ ପ୍ରସାଦ ଦାଶ, ରବୀନ୍ଦ୍ର ମଲ୍ଲିକ, ଭାଗ୍ୟଧର ଖଟୋଇଙ୍କ ସମେତ ଶତାଧିକ ନେତୃବୃନ୍ଦ ଓ କର୍ମୀ ସାମିଲ ହୋଇଥିଲେ। ଏ ସମ୍ପର୍କରେ ଏନ୍‌ଏସି ଅଧ୍ୟକ୍ଷାଙ୍କୁ ପଚାରିବାରେ, ନିମାପଡ଼ାବାସୀଙ୍କର ତାଙ୍କ ଉପରେ ବିଶ୍ୱାସ ଓ ଭରସା ରହିଥିବା କହିଛନ୍ତି। ସତ୍ୟର ଜୟ ହୋଇଛି। ସମସ୍ତ କାଉନସିଲରଙ୍କୁ ନେଇ ଏନ୍‌ଏସିରେ ରହିଥିବା ଅଧୁରା କାର୍ଯ୍ୟକୁ ସେ ତ୍ୱରାନ୍ବିତ କରିବେ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଣିଲା ନାହିଁ ପ୍ରଶାସନ, ରାସ୍ତା ମରାମତି କଲେ ଗାଁ ଯୁବକ

କେନ୍ଦୁଝର,୨୨।୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ଭାଟୁଣୀଆଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଦିନକୁ ଦିନ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ପୁଣି ଲଜ୍ଜା: ମାର୍କେଟ୍‌ ଆସିଥିବା ବେଳେ ସାନଭଉଣୀଙ୍କୁ ଗଣବଳାତ୍କାର, ବଡ଼ ଭଉଣୀଙ୍କୁ ଅସଦାଚରଣ

ରାଉରକେଲା,୨୨ା୯: ସୁନ୍ଦରଗଡ଼ ଜିଲା ରାଉରକେଲାରେ ପୁଣି ଏକ ଲଜ୍ଜାକର ଘଟଣା ଘଟିଛି। ସାନଭଉଣୀକୁ ଗଣବଳାତ୍କାର କରାଯାଇଥିବାବେଳେ ବଡ଼ ଭଉଣୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ବଳାତ୍କାରର...

ଚରମ ନିଷ୍ପତ୍ତି : ଜାଗା ପାଇଁ ଦେହରେ ପେଟ୍ରୋଲ ଢାଳି ନିଜୁକ ଜାଳିଲେ

ନୀଳଗିରି,୨୨।୯(ପ୍ରଶାନ୍ତ କୁମାର ବିଶ୍ବାଳ): ଜିଲାପରିଷଦ ପାଣ୍ଠିରୁ ଗାଁ ଲୋକେ ନିର୍ମାଣ କରୁଥିଲେ କଂକ୍ରିଟ ରାସ୍ତା। ହେଲେ ଏହି ରାସ୍ତାକୁ ନିଜ ଜାଗା କହି ରାସ୍ତା ନିର୍ମାଣକୁ...

୫ ଦିନ ହେଲା ନାହିଁ ନେଟୱାର୍କ, ପାଇପ କାମ ଚାଲିଥିବା ବେଳେ କାର୍ଯ୍ୟ ବନ୍ଦ କଲେ ଲୋକେ

ଦାରିଙ୍ଗବାଡି, ୨୨।୯ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ଅଞ୍ଚଳରେ ଗତ ୫ ଦିନ ହେଲା ନେଟୱାର୍କ ଅଚଳ ହୋଇପଡିଛି ।...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼...

ନଦୀ ପାର୍‌ ହେଉଥିବାବେଳେ ପ୍ରଖର ସ୍ରୋତରେ ଭାସି ଯାଇଥିଲେ ବୃଦ୍ଧ, ଆଜି ମିଳିଲା ମୃତଦେହ

ତୁମୁଡ଼ିବନ୍ଧ,୨୨ା୯(ଦୀପକ କୁମାର ପରସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ମୁଣ୍ଡିଗଡ଼ ପଞ୍ଚାୟତର କାଣ୍ଡାମ ଗ୍ରାମରେ ଘଟିଛି ଏକ ଦୁଃଖଦ ଘଟଣା। ନଦୀରେ ଭାସିଯାଇ ଜଣେ...

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରି ଜେଲ୍‌ ଗଲେ ଦମ୍ପତି

ବ୍ରହ୍ମପୁର,୨୨ା୯(ସୁବାସ ଚନ୍ଦ୍ର ପାଢ଼ୀ): ଏକ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାର ବିଚାର କରି ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଡ. ଅରୁଣ କୁମାର ସାହୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri