ବିପର୍ଯ୍ୟସ୍ତ ରାସ୍ତାକୁ ନେଇ ବଢୁଛି ଅସନ୍ତୋଷ

କେନ୍ଦୁଝର,୭ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଛେଳିଆନାଳ ଗ୍ରାମରୁ ସିରିକୁଆଁ ଗ୍ରାମ ପର୍ଯ୍ୟନ୍ତ ଦୀର୍ଘ ୩ କିଲୋମିଟର ରାସ୍ତା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଉକ୍ତ ରାସ୍ତାକୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଅନ୍ତର୍ଭୁକ୍ତ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଜିଲାପାଳଙ୍କଠାରେ ଦାବି କରିଛନ୍ତି। ଏହି ରାସ୍ତାଟି ଖାଲଖମାରେ ଭର୍ତ୍ତି ହୋଇଥିବାରୁ ଯାତାୟାତରେ ସମସ୍ୟା ସୃଷ୍ଟି ହୋଇଛି। ଏହି ରାସ୍ତା ଉପରେ ସିଲିକୁଆଁ,କମଣ୍ଡ(କ),କମଣ୍ଡ(ଖ),ଛେଳିଆନାଳ ଗ୍ରାମବାସୀ ନିର୍ଭର କରିଥାନ୍ତି। ସେହିପରି ଏହି ରାସ୍ତା ଉପରେ ଛାତ୍ରୀଛାତ୍ର ଉଖୁଣ୍ଡା ମହାବିଦ୍ୟାଳୟ, ବାରିଆ ଉଚ୍ଚ ବିଦ୍ୟାଳୟ, ଏବିସିଡି ସରକାରୀ ଉଚ୍ଚ ବିଦ୍ୟାଳୟକୁ ଯିବା ଆସିବା କରିଥାନ୍ତି। ଏପରିକି ଡାକ୍ତରଖାନାକୁ ରୋଗୀ ତଥା ଗର୍ଭବତୀ, ପ୍ରସୂତି ମହିଳା ନେବା ଆଣିବା ପାଇଁ ଆମ୍ବୁଲାନ୍ସ ଯିବା ଆସିବାରେ ବହୁ ଅସୁବିଧା ଦେଖାଦେଇଥାଏ। ସେହିପରି ସ୍ଥାନୀୟ ଲୋକମାନେ ବ୍ଲକ, ହାଟ, ବଜାର ଯିବା ଆସିବାରେ ମଧ୍ୟ ସମସ୍ୟା ଭୋଗୁଛନ୍ତି। ଏ ନେଇ ଉପଯୁକ୍ତ ପଦକ୍ଷେପ ନେଇ ଉକ୍ତ ରାସ୍ତାକୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ସାମିଲ କରିବାକୁ ଗ୍ରାମବାସୀ ନିବେଦନ କରିଛନ୍ତି। ଭୂଇଁପୁର ସରପଞ୍ଚ ସିରୋମଣୀ ନାୟକ, ସରୋଜ କୁମାର ମହାନ୍ତ, ପ୍ରଭାତୀ ମାଝି,ହଳଧର ମହାନ୍ତଙ୍କ ସମେତ ବହୁ ଲୋକ ଦସ୍ତଖତ କରି ଜିଲାପାଳଙ୍କୁ ଦାବିପତ୍ର ଦେବା ସହ ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ,ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ଏହାର କପି ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା...

ବଜ୍ରପାତ: ଦୁଇ ଶିଶୁଙ୍କ ସମେତ ୫ ଆହତ

ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫...

ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର...

୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’

ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା...

କେମେଷ୍ଟ୍ରି ପେପର ଖରାପ ହୋଇଛି ୪ ହଜାର ଟଙ୍କା ଦେଲେ ପାସ ମାର୍କ ମିଳିବ: ଆସୁଛି ଫୋନ କଲ,

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟ ବିଜ୍ଞାନ ଛାତ୍ରୀଛାତ୍ରମାନଙ୍କ ଅଭିଭାବକମାନଙ୍କୁ ଗତ ଦୁଇଦିନ ହେଲା ଏକ ଫୋନ କଲ ଆସୁଛି। ତୁମ ପିଲାର କେମେଷ୍ଟ୍ରି ପେପର ଖରାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image