କାର୍ଯ୍ୟକଳାପରେ ଅସନ୍ତୋଷ: ପଡ଼ିଆ ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା

ମାଲକାନଗିରି,୫।୪ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡିଆ ବ୍ଲକରେ ଦୀର୍ଘ ଦିନ ଧରି ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ସମିତି ସଭ୍ୟଙ୍କ ବିକ୍ଷୋଭ ଚାଲିଥିବା ବେଳେ ଶୁକ୍ରବାର ଏହାର ଅବସାନ ଘଟିଛି। ୮ ଜଣ ସମିତି ସଭ୍ୟଙ୍କ ମଧ୍ୟରୁ ୭ ଜଣ ଶୁକ୍ରବାର ପଡିଆ ବ୍ଲକ ଅଧ୍ୟକ୍ଷା ଯମୁନା ମୁସାକିଙ୍କ ବିରୋଧରେ ଅନାସ୍ତା ପ୍ରସ୍ତାବ ଆଣି ଉପଜିଲାପାଳ ଦୁର୍ଯ୍ୟୋଧନ ଭୋଇଙ୍କୁ ଲିଖିତ ଭାବେ ଜଣାଇଛନ୍ତି।
ପଞ୍ଚାୟତ ସମିତି ସଭ୍ୟଙ୍କ ଅଭିଯୋଗ ଅନୁଯାୟୀ, ପଡିଆ ପଞ୍ଚାୟତ ସମିତି ଅଧ୍ୟକ୍ଷା ମୁସାକି ସେମାନଙ୍କୁ ଚାପ ପକାଇ ଇସ୍ତଫା ପତ୍ରରେ ଦସ୍ତଖତ କରାଇଥିବା ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା । ଗୁରୁବାର ବ୍ଲକର ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ସମିତି ସଭ୍ୟମାନଙ୍କୁ ନେଇ ହୋଇଥିବା ଏକ ବୈଠକରେ ସମସ୍ତେ ଅଧ୍ୟକ୍ଷାଙ୍କ କାର୍ଯ୍ୟକଳାପରେ ଅସନ୍ତୋଷ ପ୍ରକଟ କରିଥିଲେ। ଏଥିସହ ସମିତି ଅଧ୍ୟକ୍ଷା ମୁସାକି ଉନ୍ନୟନମୂଳକ କାର୍ଯ୍ୟଗୁଡିକ ବିକ୍ରି କରି ଗୋପନରେ ଟଙ୍କା ଆଦାୟ ଓ ପିସି ବାବଦରେ ଅଗ୍ରୀମ ଟଙ୍କା ପୈଠ ନ କଲେ ବିଲ୍‌ରେ ଦସ୍ତଖତ ନ କରି ମାସ ମାସ ଧରି ଫାଇଲ ରଖୁଥିବା ଅଭିଯୋଗ କରିଛନ୍ତି। ତେବେ ଆବଶ୍ୟକ ସ୍ଥଳେ ଫାଇଲଗୁଡିକ ଉପ ଜିଲାପାଳଙ୍କ ନିକଟକୁ ଯାଉଥିଲା। ଏଣୁ ମୁସାକି ସ୍ବଇଚ୍ଛାରେ ଇସ୍ତଫା ଦେଉଛନ୍ତି ବୋଲି କହି ଦସ୍ତଖତ କରିଥିଲେ ଏବଂ ଏହାର ଭିଡିଓ ମଧ୍ୟ ରହିଛି। ତେଣୁ ଶୁକ୍ରବାର ସମସ୍ତ ୭ଜଣ ସମିତି ସଭ୍ୟ ଉପଜିଲାପାଳ ଦୁର୍ଯ୍ୟୋଧନ ଭୋଇଙ୍କୁ ସାକ୍ଷାତ କରି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପତ୍ର ପ୍ରଦାନ କରିଛନ୍ତି। ତେବେ ଏ ସମ୍ପର୍କରେ ପଡିଆ ସମିତି ଅଧ୍ୟକ୍ଷାଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ। ଏ ସମ୍ପର୍କରେ ଉପ ଜିଲାପାଳ ଭୋଇ କହିଛନ୍ତି, ଆଗାମୀ ଦିନରେ ଏହି ଅନସ୍ଥା ପ୍ରସ୍ତାବ ନେଇ ସରକାରୀ ସ୍ତରରେ ନିର୍ବାଚନ ପ୍ରକ୍ରିୟା ରହିଛି । ସେ ସମ୍ପର୍କରେ ରାଜ୍ୟ ନର୍ବାଚନ ଅଧିକାରୀ ଓ ଜିଲାପାଳଙ୍କୁ ଜଣାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ରାଜପଥରେ ଦୁଇ ମାଙ୍କଡ଼ ଗୋଷ୍ଠୀଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ, ଲୋମଟାଙ୍କୁରା ଦୃଶ୍ୟ ଦେଖି ହେବେ କାବା

ସୋସିଆଲ ମିଡିଆରେ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ଅଧିକ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦୁଇଟି ମାଙ୍କଡ ଗୋଷ୍ଠୀ ରାଜପଥ ଉପରେ ଲଢ଼ୁଥିବା ଦେଖାଯାଉଛି। ଏହି ଦୃଶ୍ୟ...

ଏହି ଅଭିନେତ୍ରୀଙ୍କ ପାଇଁ ଭାଙ୍ଗିଗଲା ଶୁବମନ-ସାରା ତେନ୍ଦୁଲକରଙ୍କ ସମ୍ପର୍କ?

ମୁମ୍ବାଇ: କ୍ରିକେଟ ସହ ବଲିଉଡର ସମ୍ପର୍କ ବେଶ ପୁରୁଣା। ଏମିତିରେ କିଛି କ୍ରିକେଟର ଏମିତି ଅଛନ୍ତି ଯେଉଁମାନେ ଅଭିନେତ୍ରୀମାନଙ୍କୁ ଜୀବନସାଥୀ ଭାବେ ବାଛି ଖୁସିରେ ଦାମ୍ପତ୍ୟ...

ପୋପ୍ ଫ୍ରାନ୍ସିସଙ୍କର ୮୮ ବର୍ଷ ବୟସରେ ପରଲୋକ

ନୂଆଦିଲ୍ଲୀ,୨୧।୪: ରୋମାନ କ୍ୟାଥୋଲିକ ଚର୍ଚ୍ଚର ପ୍ରଥମ ଲାଟିନ ଆମେରିକୀୟ ନେତା ପୋପ୍ ଫ୍ରାନ୍ସିସ ୮୮ ବର୍ଷ ବୟସରେ ପ୍ରାଣ ତ୍ୟାଗ କରିଛନ୍ତି। ଭାଟିକାନ ସୋମବାର ଏକ...

ଶଙ୍ଖଭବନରେ ସଭାପତିଙ୍କ ହାତକୁ ପଦ୍ମଫୁଲ ବଢ଼ାଇଦେଲେ ମୁନ୍ନା, ନବୀନ ଦେଲେ ଏମିତି ପ୍ରତିକ୍ରିୟା

ଭୁବନେଶ୍ୱର,୨୧।୪: ୱକଫ୍‌ ବିଲ୍‌କୁ ନେଇ ଦଳରେ ଉଠିବା ଥିବା ଝଡ ମଧ୍ୟରେ ନବୀନ ପଟ୍ଟନାୟକ ୯ମ ଥର ବିଜୁ ଜନତା ଦଳର ସଭାପତି ନିର୍ବାଚିତ ହୋଇଛନ୍ତି।...

ଶପଥ ନେଲେ ଖେମୁଣ୍ଡି ଓକିଲ ସଂଘ କର୍ମକର୍ତ୍ତା

ଦିଗପହଣ୍ଡି,୨୧ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ ଉତ୍ସବ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଓକିଲ...

ରାଜନୀତିରୁ ସନ୍ନ୍ୟାସ ନେଲେ ବିଜେଡି ନେତା ରଘୁନନ୍ଦନ, ଗଣମାଧ୍ୟମ ସାମ୍ନାନାରେ କହିଲେ…

ଭୁବନେଶ୍ୱର,୨୧।୪: ଜଗତସିଂହପୁର ଜିଲା ବାଲିକୁଦା ଏବଂ ଏରସମାର ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁ ନନ୍ଦନ ଦାସ ରାଜନୀତିରୁ ଅବସର ନେଇଥିବା ଗଣମାଧ୍ୟମ...

ଜଳ ସଂରକ୍ଷଣ

ଆମେ ଜାଣୁ ଯେ ଜଳ ହିଁ ଜୀବନ। ଜଳ ବିନା ମଣିଷ ବଞ୍ଚିବା ଅସମ୍ଭବ। ଆମ ସମସ୍ତଙ୍କ ଗୋଟିଏ ଧାରଣା ଧରାପୃଷ୍ଠ ଜଳମୟ। କିନ୍ତୁ ପୃଥିବୀର...

ସୁନୀତା ଉଇଲିୟମ୍ସଙ୍କ ସ୍ମରଣୀୟ ଅନ୍ତରୀକ୍ଷ ଯାତ୍ରା

ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହିଳା ମହାକାଶଚାରୀ ସୁନୀତା ଉଇଲିୟମ୍‌ସ ୨୦୨୪ ମସିହା ଜୁନ୍‌ ୫ ତାରିଖ ଦିନ ଆମେରିକୀୟ କମ୍ପାନୀ ବୋଇଙ୍ଗର ‘ଷ୍ଟାରଲାଇନର୍‌’ ଅନ୍ତରୀକ୍ଷ ଯାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image