ସଚେତନତା, ଯାଞ୍ଚ କଡ଼ାକଡ଼ି ହେଉ ନ ଥିବାରୁ ଅସନ୍ତୋଷ

ଢେଙ୍କାନାଳ,୧୬ା୯(ରତନ ନାୟାର): ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶୁକ୍ରବାର ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ଅଗଷ୍ଟ ମାସ ମଧ୍ୟରେ ଜିଲାରେ ସଡ଼କ ଦୁର୍ଘଟଣାରେ ୧୩୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗତ ୫ଦିନ ମଧ୍ୟରେ ୫ଜଣଙ୍କ ମୃତ୍ୟୁ ହୋଇଥିବାରୁ ଏହାକୁ ନେଇ ବୈଠକରେ ଉଦ୍‌ବେଗ ପ୍ରକାଶ ପାଇଥିଲା। ସଡ଼କ ସୁରକ୍ଷା ପାଇଁ ସଚେତନତା ଓ ଯାନବାହାନ ଯାଞ୍ଚ କାର୍ଯ୍ୟ ଠିକ୍‌ ଭାବରେ ହେଉ ନ ଥିବା ଦର୍ଶାଇ ବୈଠକରେ ଅଧ୍ୟକ୍ଷତା କରୁଥିବା ଜିଲାପାଳ ସରୋଜ କୁମାର ସେଠୀ ଅସନ୍ତୋଷ ବ୍ୟକ୍ତ କରିଥିଲେ। ସେହିପରି ବୈଠକରେ ତଥ୍ୟ ପ୍ରଦାନ କରୁଥିବା ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ ତଦନୁଯାୟୀ କାର୍ଯ୍ୟ କରୁ ନ ଥିବା ସଡ଼କ ସୁରକ୍ଷା କମିଟିର ସଭ୍ୟମାନେ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଦ୍ୱାରା ରାସ୍ତା ମରାମତି କାର୍ଯ୍ୟର ଅଗ୍ରଗତି ସଂକ୍ରାନ୍ତରେ ରିପୋର୍ଟ ପ୍ରଦାନ କରିବା ନିମନ୍ତେ ଜିଲାପାଳଙ୍କ ନିର୍ଦ୍ଦେଶରେ ଏକ ୫ଜଣିଆ ଟିମ୍‌ ଗଠିତ କରାଯାଇଥିଲା। ଏହି ଟିମ୍‌ ଆସନ୍ତା ସୋମବାର ବିଭିନ୍ନ ସ୍ଥାନରେ ମରାମତି କାର୍ଯ୍ୟ ପରିଦର୍ଶନ କରି ଫଟୋ ସହ ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରିବ।
ଜାତୀୟ ରାଜପଥରେ ଗଲାବେଳେ ଦୁଇଚକିଆ ଯାନ ଚାଳକମାନେ ହେଲମେଟ୍‌ ପିନ୍ଧିବା ବାଧ୍ୟତାମୂଳକ ବୋଲି ଜିଲାପାଳ କହିଥିଲେ। ଅଧିକ ଜନ ସଚେତନତା ସୃଷ୍ଟି ଉପରେ ଗୁରୁତ୍ୱ ଦିଆଯିବା ସହ ଜାତୀୟ ରାଜପଥରେ ମଦ୍ୟପ ଓ ବେପରୁଆ ଗାଡ଼ିଚାଳକମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ସଡ଼କ ଦୁର୍ଘଟଣାରେ ଯେପରି କେହି ପ୍ରାଣ ନ ହରାନ୍ତୁ ସେଥିପ୍ରତି ସମସ୍ତେ ଯତ୍ନବାନ ଓ ସତର୍କ ହେବାକୁ ସେ କହିଥିଲେ। ରାସ୍ତା କଡରେ ଥିବା ଢାବାଗୁଡ଼ିକରେ ବ୍ୟବସାୟ ପାଇଁ ରାଜପଥ ମଝିରେ ବେଆଇନ ଭାବେ କଟିଂ କରାଯାଇଥିବାରୁ ଏହା ଦୁର୍ଘଟଣା ବଢିବାର ଅନ୍ୟ ଏକ କାରଣ ବୋଲି ଆଲୋଚନା ହୋଇଥିଲା। ସେହିପରି ଦୁର୍ଘଟଣା ନିମନ୍ତେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର କହିଥିଲେ। ପୂଜା ପାର୍ବଣରେ ପ୍ରମୁଖ ରାସ୍ତାଗୁଡିକ ସଙ୍କୁଚିତ ହେଉଥିବାରୁ ଏଥିପ୍ରତି ଦୃଷ୍ଟି ଦେବା ପାଇଁ ପୂଜା ପ୍ରତିଷ୍ଠାନର କର୍ମକର୍ତ୍ତାମାନଙ୍କୁ ପରାମର୍ଶ ଦିଆଯାଇଥିଲା। ଏସ୍‌ପିଙ୍କ ପରାମର୍ଶ କ୍ରମେ ବର୍ତ୍ତମାନ ସୁଦ୍ଧା ୫୫ନଂ. ଜାତୀୟ ରାଜପଥର ଆନନ୍ଦନଗର ମଧ୍ୟଦେଇ ଯାଇଥିବା ରାସ୍ତାର ମରାମତି ହୋଇ ନ ଥିବାରୁ ବୈଠକରେ ଅସନ୍ତୋଷ ବ୍ୟକ୍ତ କରାଯାଇଥିଲା। ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ, ଆବଶ୍ୟକ ମରାମତି, ଦୁର୍ଘଟଣା ରୋକିବା ନିମନ୍ତେ ପ୍ରତିକାର ବ୍ୟବସ୍ଥା, ରାସ୍ତାରୁ ଗୋରୁ ହଟାଇବା ଓ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଆଲୋଚନା ହୋଇଥିଲା। ଗତବର୍ଷ ବେନିୟମ ଭାବେ ଗାଡ଼ି ଚାଳନା ଯୋଗୁ ୨୩୪୪ ଡ୍ରାଇଭିିଂ ଲାଇସେନ୍ସ ରଦ୍ଦ କରାଯାଇଥିବା ବେଳେ ଚଳିତବର୍ଷ ଅଗଷ୍ଟ ସୁଦ୍ଧା ୨୩୪୬ ଡ୍ରାଇଭିଂ ଲାଇସେନ୍ସ ବାତିଲ କରାଯାଇଛି। ୨୦୨୨ରେ ଜିଲାରେ ୪୬୧ ସଡ଼କ ଦୁର୍ଘଟଣାରେ ୨୦୫ଜଣ ଓ ଚଳିତବର୍ଷ ଅଗଷ୍ଟ ଶେଷ ସୁଦ୍ଧା ୨୬୯ ଦୁର୍ଘଟଣାରେ ୧୩୦ ଜଣଙ୍କ ମୃତ୍ୟୁ ହୋଇଥିବା ଆଞ୍ଚଳିକ ପରିବହନ ଅଧିକାରୀ ପ୍ରଣୟ କୁମାର ମିଶ୍ର ସୂଚନା ଦେଇଥିଲେ। ୫୫ନଂ ଜାତୀୟ ରାଜପଥର ବିଭିନ୍ନ ଛକ ଏବଂ ଚିହ୍ନଟ ହୋଇଥିବା ବ୍ଲାକସ୍ପଟ୍‌, ପୂର୍ତ୍ତ ରାସ୍ତା-ଜାତୀୟ ରାଜପଥ ସଂଯୋଗସ୍ଥଳରେ ସୋଲାର ଚାଳିତ ବ୍ଲିଙ୍କର୍ସ ଲଗାଇବା ପାଇଁ ବୈଠକରେ ଗୁରୁତ୍ୱ ପ୍ରଦାନ କରାଯାଇଥିଲା। ସେହିପରି ଦୁର୍ଘଟଣା ପ୍ରବଣ ସ୍ଥାନ ଏବଂ ଜାତୀୟ ରାଜପଥ-ଅନ୍ୟ ରାସ୍ତାର ସଂଯୋଗସ୍ଥଳରେ ସାଇନେଜ୍‌ ଲଗାଇବା ପାଇଁ ଏନ୍‌ଏଚ୍‌ଏଆଇକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ବୈଠକରେ ଅତିରିକ୍ତ ଜିଲାପାଳ(ରାଜସ୍ବ) ଲଳିତ ମୋହନ ବେହେରା, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ, କାମାକ୍ଷାନଗର ଉପଜିଲାପାଳ ନାରାୟଣଚନ୍ଦ୍ର ନାୟକ, ହିନ୍ଦୋଳ ଉପଜିଲାପାଳ ଶିବାନନ୍ଦ ସ୍ବାଇଁଙ୍କ ସମେତ ସଡ଼କ ସୁରକ୍ଷା କମିଟିର ସଦସ୍ୟମାନେ ଉପସ୍ଥିତ ଥିଲେ। ପୂର୍ତବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଜୟନ୍ତ ନାୟକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ବନ୍ଦ କରାଯାଉ

ସରଣ୍ଡା, ୨୭।୧୦(ଯୁଧିଷ୍ଠିର ମହାପାତ୍ର): ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ଉପରେ ରୋକ୍‌ ଲଗାଇବା ଦାବି ନେଇ ରବିବାର ବରଗଡ଼ ଜିଲା ଅତାବିରା ବିଶ୍ବ ହିନ୍ଦୁ...

ଜଙ୍ଗଲ ସୁରକ୍ଷା ପାଇଁ ନେଲେ ଶପଥ

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଧର୍ମଗଡ଼ ବନାଞ୍ଚଳ ଅଧୀନରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ୧୨ହଜାର ୯ ଶହ ୮୯ହେକ୍ଟର ପରିମିତ ଅଞ୍ଚଳରେ ରହିଥିବା ବେଳେ କଳାହାଣ୍ଡି,...

ଗାଡ଼ି ଯାଞ୍ଚବେଳେ ଧରାପଡ଼ିଲେ ଦମ୍ପତ୍ତି

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ ): ସ୍କୁଟିରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଅଭିଯୋଗରେ ବ୍ରାହ୍ମଣୀଗାଁ ପୋଲିସ ସ୍ବାମୀ ଏବଂ ସ୍ତ୍ରୀଙ୍କୁ ଅଟକ ରଖିଛି। ମିଳିଥିବା ସୂଚନା ମୁତାବକ, ବ୍ରାହ୍ମଣୀଗାଁ...

ରାସ୍ତା ପାରି ହେଉଥିବା ବେଳେ ମାଡ଼ି ଗଲା ଗାଡ଼ି, ଆଉ ତା’ପରେ…

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବିଜୁ ଏକ୍ସପ୍ରେସ ୱେ କଳାହାଣ୍ଡି ଜିଲା କୋକସରା ଥାନା ବେହେରା ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।...

ପୂର୍ବଶତ୍ରୁତାରୁ ବୋମାମାଡ଼: ଜେଲ ଫେରନ୍ତା ଫିଙ୍ଗିଥିଲେ ବୋମା, ସମସ୍ତ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଘଟିଥିବା ବୋମାମାଡ ପୂର୍ବଶତ୍ରୁତାକୁ ନେଇ ଘଟିଥିବା ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ପ୍ରକାଶ କରିଛନ୍ତି।...

ସୁଧୁରୁନି ସମସ୍ୟା: ପୁଣି ଖଟିଆରେ ବୁହାହୋଇ ଆସିଲେ ରୋଗୀ

ନୂଆପଡ଼ା,୨୭।୧୦ (ମକାରୁ ବେମାଲ): ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ରୋଗୀଙ୍କୁ ୨କି.ମି. ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଅଣାଯାଇଥିଲା।...

ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ପୁରୀ,୨୭।୧୦: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ...

ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri