ପଦବୀ ଅଦଳବଦଳ ପରେ ରେକର୍ଡ ହସ୍ତାନ୍ତରକୁ ନେଇ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୪ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ପରିସର ମଧ୍ୟରେ ବ୍ଲକସ୍ତରୀୟ ଜଣାଶୁଣାଣି କାର୍ଯ୍ୟକ୍ରମ ବିଡିଓ ଦାଧର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କନ୍ଧମାଳର ଅତିରିକ୍ତ ଜିଲାପାଳ ଅଶୋକ କୁମାର ଭୋଇ ଯୋଗଦାନ କରିଥିବା ବେଳେ ଅନ୍ୟତମ ମଞ୍ଚାସୀନ ଅତିଥି ଜିଲା ସାମାଜିକ ସମୀକ୍ଷକ ଦୁଃଶାସନ ସିଂ, ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ କେଦାର ଚନ୍ଦ୍ର ପଣ୍ଡା ଯୋଗଦେଇଥିଲେ। ବ୍ଲକ ଅଞ୍ଚଳର ୨୫ ପଞ୍ଚାୟତରେ ଏମ୍‌ଜିଏନ୍‌ଆରଇଜିଏସ୍‌ ଯୋଜନା ସମ୍ପର୍କିତ ସମୀକ୍ଷାରେ ଗତ ୨୦୨୩ ଅକ୍ଟୋବରଠାରୁ ମାର୍ଚ୍ଚ ୨୦୨୪ ପର୍ଯ୍ୟନ୍ତ କାର୍ଯ୍ୟର ବିବରଣୀ ପଠନ ହେଲା ଓ ଏହାର ସମୀକ୍ଷା କରାଗଲା। ଏକାଧିକ ଅନିୟମିତତା କାର୍ଯ୍ୟକୁ ଆସନ୍ତା ୧୫ ଦିନ ମଧ୍ୟରେ ସମାଧାନ କରି ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ପରାମର୍ଶ ଦିଆଯାଇଥିଲା। ଏଥିସହ ଦାରିଙ୍ଗବାଡ଼ି ଅଞ୍ଚଳରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ସହ ସହାଭାଗିତାରେ କାର୍ଯ୍ୟ କଲେ ଦାରିଙ୍ଗବାଡ଼ିର ବିକାଶ ହୋଇପାରିବ ଦାରିଙ୍ଗବାଡ଼ି ଏକ ପର୍ଯ୍ୟଟନ ସ୍ଥାନ ତା’ର ବିକାଶ ପାଇଁ ସମସ୍ତ ବିଭାଗ ପଦକ୍ଷେପ ନେବା ଆବଶ୍ୟକ ବୋଲି କୁହାଯାଇଥିଲା। ସେହିପରି ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ଗ୍ରାମରୋଜଗାର ସେବକ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ଅଦଳବଦଳ ଯୋଗୁ ଏବେ ସେହି ସ୍ଥାନରେ ନିଯୁକ୍ତି ପାଇଥିବା କର୍ମଚାରୀଙ୍କୁ ସଠିକ୍‌ ଭାବେ ସରକାରୀ ରେକର୍ଡପତ୍ର ହସ୍ତାନ୍ତର ହୋଇ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ଏହାକୁ ନେଇ ଶୀଘ୍ର ସମାଧାନ କରାଯିବାକୁ ଅତିରିକ୍ତ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। କାର୍ଯ୍ୟକ୍ରମରେ ବ୍ଲକ ଅଞ୍ଚଳର ଲୋକ ପ୍ରତିନିଧିମାନେ ଓ ପଞ୍ଚାୟତ କାର୍ଯ୍ୟାଳୟର କର୍ମଚାରୀ, ସାମାଜିକ ସମୀକ୍ଷକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

ଗାଁ ମୁହାଁ ଭାଲୁ, ଲୋକେ ଭୟଭିତ

କୋକସରା,୧୯।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କନ୍ଦାବୁଟ୍ରା ପଞ୍ଚାୟତ ଘୁର୍ଲୁଗୁଡା ନିକଟ ଚାଷଜମିକୁ ଲାଗି ରହିଥିବା ପଡ଼ିଆରେ ଏକ ଭାଲୁ ଖାଦ୍ୟ ଅନ୍ବେଷଣରେ...

ସ୍ତ୍ରୀଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ମୃତଦେହ ଆଣି ରାସ୍ତାକଡ଼ରେ ଫିଙ୍ଗିଥିଲେ ସ୍ବାମୀ: ପୋଲିସ ହାତରେ ଲାଗିଲା ବଡ଼ ପ୍ରମାଣ

କୋଣାର୍କ,୧୯।୯: କୋଣାର୍କ ରାସ୍ତାକଡ଼ରୁ ମହିଳାଙ୍କ ମୃତଦେହ ଜବତ ଘଟଣାର ପୋଲିସ ଗୁରୁବାର ପର୍ଦ୍ଦାଫାଶ କରିଛି। ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ହତ୍ୟାକାଣ୍ଡ ଘଟାଇଥିବା ଜଣାପଡିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri