ଭିନ୍ନକ୍ଷମ ମହିଳାଙ୍କୁ ବୈଦ୍ୟୁତିକ ହାତ ବିତରଣ

ଭୁବନେଶ୍ୱର,୧୭।୩: ଓଡ଼ିଶା ଖଣି ନିଗମ (ଓଏମ୍‌ସି), ରେଡ୍‌ ସ୍ବସ୍ତିକ ସୋସାଇଟି, ଓଡ଼ିଶା ସରକାରଙ୍କ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏବଂ ଇନାଲି ଫାଉଣ୍ଡେଶନର ମିଳିତ ଆନୁକୂଲ୍ୟରେ ପ୍ରଥମ ଥର ପାଇଁ ରାଜ୍ୟର ୪୦ଜଣ ଭିନ୍ନକ୍ଷମ ମହିଳାଙ୍କୁ ବୈଦ୍ୟୁତିକ ହାତ ଯୋଗାଇ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରର ଗୀତ ଗୋବିନ୍ଦ ସଦନଠାରେ ଏକ ସ୍ବତନ୍ତ୍ର ବିତରଣ ଉତ୍ସବ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା ଖଣି ନିଗମର ନିର୍ଦ୍ଦେଶକ (ମାନବ ସମ୍ବଳ) ଆଲୋକ ପାଲ,ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ରାଜୀବ ସାହୁ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଶରତ ଚନ୍ଦ୍ର ଭଦ୍ରା, ଜେଡ୍‌ ଇଷ୍ଟେଟ୍‌ର ପରିଚାଳନା ନିର୍ଦ୍ଦେଶକ ତପନ ମହାନ୍ତି, ସାମାଜିକ କର୍ମୀ ନମ୍ରତା ଚଢ଼ାଙ୍କ ସମେତ ରେଡ୍‌ ସ୍ବସ୍ତିକ୍‌ ସୋସାଇଟିର ଓଡ଼ିଶା ଶାଖା ଅଧ୍ୟକ୍ଷ ବିଜୟ ଆଚାର୍ଯ୍ୟ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଉଲ୍ଲେଖଯୋଗ୍ୟ, ଓଡ଼ିଶା ସରକାରଙ୍କ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ସୂଚନା ଓ ରେଡ୍‌ ସ୍ବସ୍ତିକ୍‌ ସୋସାଇଟି ଓଡ଼ିଶା ଶାଖାର ସହଯୋଗରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଭିନ୍ନକ୍ଷମ ମହିଳାଙ୍କ ତଥ୍ୟ ସଂଗ୍ରହ କରାଯାଇ ସେମାନଙ୍କ ଆବଶ୍ୟକ ଅଙ୍ଗପ୍ରତ୍ୟଙ୍ଗ ଯୋଗାଇ ଦିଆଯାଇଥିଲା। ସେହିପରି ରାଜ୍ୟରେ ଭିନ୍ନକ୍ଷମମାନଙ୍କ ଉନ୍ନତୀକରଣ ନିମନ୍ତେ ରେଡ୍‌ ସ୍ବସ୍ତିକ୍‌ ସୋସାଇଟି ଶାଖା ପକ୍ଷରୁ ବିବିଧ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ଓ ଆଗକୁ ନିଆଯିବ ବୋଲି ରେଡ୍‌ ସ୍ବସ୍ତିକ ସୋସାଇଟି ଓଡିଶା ଶାଖା ସଚିବ ଦେବାଶିଷ୍‌ ପଟ୍ଟନାୟକ ବିସ୍ତୃତ ଭାବେ ମତପ୍ରକାଶ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ମହିଳାମାନଙ୍କୁ ସ୍ବତନ୍ତ୍ର ସମ୍ମାନରେ ସମ୍ମାନିତ କରାଯାଇଥିଲା। ପରିଶେଷରେ ସୁନାମଧନ୍ୟ ଗୀତିକାରଙ୍କ ଦ୍ୱାରା ସଙ୍ଗୀତ ପରିବେଷଣ କରାଯିବା ସହ ଭିନ୍ନକ୍ଷମ କୁନି ପ୍ରତିଭା ଦିବ୍ୟଜ୍ୟୋତି ମହାପାତ୍ରଙ୍କ ଦ୍ୱାରା କଳା ପରିବେଷଣ ଓ ପ୍ରଖ୍ୟାତ କଥାକାର ପ୍ରାଚୀ ତାରାଙ୍କ ଦ୍ୱାରା ଭିନ୍ନକ୍ଷମଙ୍କ ଉପରେ ଏକ ନାଟକ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri