ସତସଙ୍ଗର ଶ୍ରୀଶ୍ରୀଆଚାର୍ଯ୍ୟଦେବଙ୍କ ଜନ୍ମତିଥିରେ ରୋଗୀଙ୍କୁ ଫଳ, ବିସ୍କୁଟ ବଣ୍ଟନ

ଭୁବନେଶ୍ବର,୧।୬(ବ୍ୟୁରୋ): ସତସଙ୍ଗର ଆଧ୍ୟାତ୍ମିକ ମୁଖ୍ୟ ପରମ ପୂଜ୍ୟପାଦ ଶ୍ରୀଶ୍ରୀଆଚାର୍ଯ୍ୟଦେବଙ୍କ ଶୁଭ ୫୬ତମ ଜନ୍ମତିଥି ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ପାଳିତ ହୋଇଛି। ଏହି କ୍ରମରେ ଭୁବନେଶ୍ବରରେ ସତସଙ୍ଗୀ ସାମ୍ବାଦିକ ସାମ୍ମୁଖ୍ୟର ପକ୍ଷରୁ ମଧ୍ୟ ଏହାକୁ ପାଳନ କରାଯାଇଛି। ତେବେ ଏହି ଅବସରରେ ପୂର୍ବାହ୍ନ ୧୦.୩୦ରେ କ୍ୟାପିଟାଲ ହସ୍ପିଟାଲର ଭେଷଜ ବିଭାଗ, ଦୃଦରୋଗବିଭାଗ, ଅସ୍ଥିଶଲ୍ୟ ବିଭାଗ, ଜରାରୋଗ ବିଭାଗ, ପ୍ରସୂତୀ ଓ ସ୍ତ୍ରୀରୋଗ ବିଭାଗର ୱାର୍ଡରେ ଚିକିତ୍ସିତ ହେଉଥିବା ସମସ୍ତ ରୋଗୀଙ୍କୁ ଫଳ ଓ ବିସ୍କୁଟ ବିତରଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଯୋଗ ଦେଇ ରୋଗୀମାନଙ୍କୁ ଫଳ ବିତରଣ କରିଥିବା ଦେଖିବାକୁ ମିଳିଛି। ସତସଙ୍ଗର ଆଚାର୍ଯ୍ୟଦେବଙ୍କ ଜନ୍ମତିଥିରେ ଖବରଦାତାମାନଙ୍କର ଏହି ଉଦ୍ୟମ ଲାଗି ସେ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ଏହି କାର୍ଯ୍ୟକ୍ରମରେ ଓଡ଼ିଶା ଲାଇଭର ସିଇଓ ତଥା ସଂପାଦକ ନୀଳାମ୍ବର ରଥ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ସାମ୍ମୁଖ୍ୟର ଏହି ଉଦ୍ୟମକୁ ପ୍ରଶଂସା କରଛନ୍ତି। ସେହିପରି କ୍ୟାପିଟାଲ ହସ୍ପିଟାଲର ଅଧୀକ୍ଷକ ଡ. ଲକ୍ଷ୍ମୀଧର ସାହୁ ଓ ଉପଅଧୀକ୍ଷକ ଡ. ଧନଞ୍ଜୟ ଦାସ ପ୍ରମୁଖ ବରିଷ୍ଠ ପଦାଧିକାରୀ ମଧ୍ୟ ଉପସ୍ଥିତ ଥିଲେ।

ସତସଙ୍ଗର ସହପ୍ରତିଋତ୍ୱିକ ତଥା ବରିଷ୍ଠ ସାମ୍ବାଦିକ ଧୃତିକାମ ମହାନ୍ତିଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଭାଗବତ ତ୍ରିପାଠୀ, ଦୋଳଗୋବିନ୍ଦ ପଣ୍ଡା, ଶ୍ରୀକାନ୍ତ ସାହୁ, ବୀରଭଦ୍ର ବିଶ୍ବାଳ, ପ୍ରକାଶ ଚନ୍ଦ୍ର ସେଠୀ, ରୁଦ୍ରନାରାୟଣ ଜେନା, ସୁଧୀର କୁମାର ଜେନା, ଧନେଶ୍ବର ମହାରଣା, ନୀଳକଣ୍ଠ ସାହୁ, ପ୍ରଦୀପ କୁମାର ଦେହୁରୀ, ଶତ୍ରୁଜିତ ମହାନ୍ତି, ଭୃଗୁନାରାୟଣ ମହାରଣା, ଦୀପକ କୁମାର ପରି ଓ ସୁଧାରାଣୀ ମହାନ୍ତି ପ୍ରମୁଖ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ରୋଗୀ ଓ ସେମାନଙ୍କ ସଂପର୍କୀୟ ଏବଂ କ୍ୟାପିଟାଲ ହସ୍ପିଟାଲର କର୍ମଚାରୀ ସହଯୋଗ କରିଥିବାରୁ ସତସଙ୍ଗୀ ସାମ୍ବାଦିକ ସାମ୍ମୁଖ୍ୟ ପକ୍ଷରୁ କୃତଜ୍ଞତା ଜ୍ଞାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟବାସୀଙ୍କୁ ମିଳିବ ୨ ସ୍ବାସ୍ଥ୍ୟ କାର୍ଡ, ଜାଣନ୍ତୁ କିପରି କରିବେ ରେଜିଷ୍ଟ୍ରେଶନ, କ’ଣ ଡକ୍ୟୁମେଣ୍ଟ ଆବଶ୍ୟକ

ଭୁବନେଶ୍ୱର,୨୮।୧୦: ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭...

କେଉଁ ଦିନ ପାଳନ କରିବେ ଦୀପାବଳି, ୩୧ ନା ୧, ଦ୍ୱନ୍ଦରେ ଅଛନ୍ତି କି?

ଭୁବନେଶ୍ୱର,୨୮।୧୦: ପୂର୍ବରୁ ଅନେକ ପର୍ବପର୍ବାଣୀ ଦୁଇଦିନ ପଡ଼ିଥିବାବେଳେ ଏବେ ଦୀପାବଳିକୁ ନେଇ ପୁଣି ଦ୍ବନ୍ଦ୍ବ ଦେଖାଦେଇଛି । ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ...

ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୮।୧୦: ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। କ୍ରୀଡା ଓ ଯୁବ ସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି...

ଘଡ଼ଘଡି ସହ ହେବ ପ୍ରବଳ ବର୍ଷା: ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୮।୧୦: ଉପକୂଳବର୍ତ୍ତୀ ଓଡିଶା ଉପରେ ଊର୍ଦ୍ଧ୍ୱ ବାୟୁ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗରେ ଅଗ୍ରସର ହେଉଛିି। ଏହି କ୍ରମରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ଏବଂ ଦକ୍ଷିଣ...

ସ୍ଥାୟୀ ନିଯୁକ୍ତି ଦାବିରେ ଧାରଣା ଦେଲେ ପାରାମେଡିକାଲ ଷ୍ଟାଫ୍

ନୂଆଦିଲ୍ଲୀ,୨୮ା୧୦: ପୁଣି ଲୋୟର ପିଏମଜିରେ ଗର୍ଜିଛନ୍ତି ଚୁକ୍ତିଭିତ୍ତିକ ପାରାମେଡିକାଲ ଷ୍ଟାଫ୍। ସ୍ଥାୟୀ ନିଯୁକ୍ତି ସହିତ ବିଭିନ୍ନ ଦାବି ପୁରଣ ପାଇଁ ସୋମବାର ଧାରଣା ଦେଇଛନ୍ତି ଶହଶହ...

ଆଇନ ମନ୍ତ୍ରୀ ଦେଲେ ବଡ଼ ସୂଚନା: ସରକାର ଆଣିବେ ଏକ ନୂଆ ଯୋଜନା, ଏଥିରେ ରହିଛି…

ଭୁବନେଶ୍ୱର,୨୮ା୧୦: ମଠ ମନ୍ଦିର ସୁରକ୍ଷା ପାଇଁ ଏଣିକି ସରକାର ଏକ ନୂଆ ଯୋଜନା ଆଣିବାକୁ ଯାଉଛନ୍ତି। ଏହି ଯୋଜନାର ନାଁ ‘ଦେବାଳୟ ଯୋଜନା’। ନୂଆ ଯୋଜନା...

ଆସନ୍ତାକାଲି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ, ନୂଆ କାର୍ଡରେ ସୁବିଧା ପାଇବେ…

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮ା୧୦: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ...

ପ୍ରତି ରାତିରେ ଭିଣୋଇ ସାଜୁଥିଲେ ସଇତାନ: ଶାଳୀଙ୍କୁ ନିଶା ଦେଇ କରୁଥିଲେ ବଳାତ୍କାର ପରେ…

ଭୁବନେଶ୍ୱର,୨୮।୧୦: ପ୍ରତି ରାତିରେ ଭିଣୋଇ ସାଜୁଥିଲା ନର ରାକ୍ଷାସ। ରାତିରେ ଜାଗ୍ରତ ହେଉଥିଲା ତାଙ୍କର ସଇତାନ ପ୍ରକୃତି। ଶାଳୀଙ୍କ ବିସ୍ବାସରେ ଦେଇ ଚାଲିଥିଲା ବିଷ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri