ଜିଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଟ୍ରଫି ଅଣ୍ଡର ୧୫ ଫୁଟବଲ ଚମ୍ପିୟାନସିପ ଶୁଭ ଉଦ୍‌ଘାଟନ

ଦେବଗଡ଼,୮।୪(ଶଶାଙ୍କ ଶେଖର ଝାଙ୍କର): ଜିଲା କ୍ରୀଡା ସଂଘ ଓ ଜିଲା ପ୍ରଶାସନ ଆନୁକୂଲ୍ୟରେ ସ୍ଥାନୀୟ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ସୋମବାର ଅପରାହ୍ନ ୪ଟାରେ ଜିଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଟ୍ରଫି ଅଣ୍ଡର ୧୫ ଫୁଟବଲ ଚମ୍ପିୟାନସିପ ଶୁଭାରମ୍ଭ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ୭ ଏପ୍ରିଲ ଠାରୁ ୧୪ ଏପ୍ରିଲ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଶୁଭ ଉଦ୍‌ଘାଟନରେ ମୁଖ୍ୟ ଅତିଥି ଭାବେ ସାଂସଦଙ୍କ ନୋମିନୀ ଅରୁଣ ସାହୁ, ବରେଣ୍ୟ ଅତିଥି ଭାବେ ଅତିରିକ୍ତ ଜିଲାପାଳ ରେବେକା ବିଲୁଙ୍ଗ, ଉପ ଜିଲାପାଳ ପରକ୍ଷିତ ସାହୁ, ଜିଲା କ୍ରୀଡା ଅଧିକାରୀ ତାପସ କୁମାର ମହାନ୍ତ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମନୋରଞ୍ଜନ ସୂତାର, ଉପ ସଭାପତି ଜିଲା କ୍ରୀଡା ସଂଘ ଭୁବନେଶ୍ୱର ପ୍ରଧାନ, ସହକାରୀ ଜିଲାପାଳ ଈଶ୍ୱର ଗୁରୁ, ହେମନ୍ତ ସିଂ ପ୍ରମୁଖ ଯୋଗଦେଇ ଅଣ୍ଡର ୧୫ ଫୁଟବଲ ଚମ୍ପିୟାନସିପର ଉଦ୍‌ଘାଟନ କରିଥିଲେ । ପ୍ରଥମ ମ୍ୟାଚ ମନରମା କ୍ଳବ ଦେବଗଡ଼ ବନାମ ମହାଲକ୍ଷ୍ମୀ କ୍ଲବ କୁରଡ଼ ମଧ୍ୟରେ ଅନୁଷ୍ଠିତ ହୋଇଥିଲ। ମ୍ୟାଚକୁ ରେଫରି ଭାବେ ମୁକୁନ୍ଦ ବେହେରା, ସୌରଭ କୁମାର ନାୟକ, ଆଲୋକ ବେହେରା, ଭୂପେନ ନାୟକ ପରିଚାଳନା କରିଥିଲେ । ଏହି ମ୍ୟାଚରେ ମନରମା କ୍ଲବ ୫-୦ ଗୋଲରେ ମହାଲକ୍ଷ୍ମୀ କ୍ଲବକୁ ପରାସ୍ତ କରି ବିଜୟ ହୋଇଛି । ଆସନ୍ତା କାଲି ନେତାଜୀ କ୍ଲବ ସୁଗୁଡା ବନାମ ରାଧାକୃଷ୍ଣ କ୍ଲବ ଝରାକଣ୍ଢଳ ମଧ୍ୟରେ ଅନୁଷ୍ଠିତ ହେବ । କାର୍ଯ୍ୟକ୍ରମକୁ ଜିଲା କ୍ରୀଡା ସଂସଦ ସମ୍ପାଦକ ଧୀରେନ ନାୟକ ସଂଯୋଜନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri