ଜିଲା ସ୍ତରୀୟ ବିଜ୍ଞାନ କୁଇଜ୍ ପ୍ରତିଯୋଗିତା ଉଦଯାପିତ: ବରିଷ୍ଠରେ ଜିଜ୍ଞାସୁ ଶବର ଓ କନିଷ୍ଠରେ ଲିଜା ଗୋପାଳ ପ୍ରଥମ

ଭବାନୀପାଟଣା,୧୦।୧୧(ଉତ୍ତମ କୁମାର ଦାଶ): ଭବାନୀପାଟଣା ସହର ସ୍ଥିତ ମାଣିକେଶ୍ଵରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶନିବାର କଳାହାଣ୍ଡି ଜିଲା ସ୍ତରୀୟ ବିଜ୍ଞାନ କୁଇଜ୍ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଆନୁକୁଲ୍ୟ ଓ ଜିଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାରଙ୍କ ମାର୍ଗଦର୍ଶନରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ମାଣିକେଶ୍ଵରୀ ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରତିଭା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ସାହୁ ଯୋଗ ଦେଇ ଛାତ୍ରୀ ଛାତ୍ର ମାନଙ୍କୁ ବିଜ୍ଞାନ କୁଇଜ୍ ପ୍ରତିଯୋଗିତାର ମହତ୍ତ୍ଵ ବିଷୟରେ ବୁଝାଇଥିଲେ। ସମ୍ମାନିତ ଅତିଥି ଭାବେ ଉଚ୍ଚ ମାଧ୍ୟମିକ ଶିକ୍ଷା ସଂଯୋଜକ ବିରେନ୍ଦ୍ର ଆଚାର୍ଯ୍ୟ ଓ ପଞ୍ଚସଖା ଶିକ୍ଷା ସେତୁ ଯୋଜନା ସଂଯୋଜକ ପ୍ରଶାନ୍ତ ନନ୍ଦ ଯୋଗ ଦେଇ ଥିଲେ। ସେହିପରି ଜିଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଦୁଷ୍ମନ୍ତ ଶେଖର ପାଢ଼ୀ ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଏହି କାର୍ଯ୍ୟକ୍ରମଟି ସମ୍ପାଦିତ ହୋଇଥିଲା । ଏହି ପ୍ରତିଯୋଗିତା ରେ ଜିଲାର ୧୩ ଟି ବ୍ଲକରୁ ୨୬ ଜଣ ଯୋଗ୍ୟ ବିବେଚିତ ହୋଇଥିବା ଛାତ୍ରୀଛାତ୍ର ଭାଗ ନେଇଥିଲେ। ଏଥିରେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇ ଥିଲା। ଏହି କ୍ରମରେ ବରିଷ୍ଠ ବର୍ଗରେ ରାଜପୁର ସରକାରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ଜିଜ୍ଞାସୁ ଶବର ପ୍ରଥମ ସ୍ଥାନ ଅଧିକାର କରିଥିଲେ। ସେହିପରି ଚଞ୍ଚରାପଡ଼ା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ସି. ଏଚ. ଆକାଶ କୁମାର ପାତ୍ର ଦ୍ଵିତୀୟ ସ୍ଥାନ ଓ ରୁପ୍ରା ରୋଡ଼ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ଗୋମତୀ ଧଙ୍ଗଡା ମାଝୀ ତୃତୀୟ ସ୍ଥାନ ଅଧିକାର କରିଥିଲେ। ସେହିପରି କନିଷ୍ଠ ବର୍ଗ ରେ ବୋଡ଼େନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀ ଲିଜା ଗୋପାଳ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ,ଦ୍ଵିତୀୟ ସ୍ଥାନ ମୋହନଗିରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ର ଲିନୁ ବେହେରା ଓ ଚଞ୍ଚରାପଡ଼ା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଗୋଲକ ବିହାରୀ ପାନ ତୃତୀୟ ସ୍ଥାନ ଅଧିକାର କରିଥିଲେ। ପ୍ରଥମ ସ୍ଥାନ ଅଧିକାର କରିଥିବା ଉଭୟ ପ୍ରତିଯୋଗୀ ଚଳିତ ନଭେମ୍ବର ମାସ ୧୯ ଓ ୨୦ ତାରିଖରେ ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ଠାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ବିଜ୍ଞାନ କୁଇଜ୍ ପ୍ରତିଯୋଗିତାରେ ଭାଗ ନେବା ପାଇଁ ମନୋନୀତ ହୋଇଛନ୍ତି। ବିଚାରକ ଭାବେ ଗୌଡ଼ ଛେଣ୍ଡିଆ ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଶୁଭେନ୍ଦୁ ଶେଖର ବେହେରା ଓ ଚିଚୈଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ର ବିଜ୍ଞାନ ଶିକ୍ଷକ ମହେଶ କୁମାର ଭାଟି ଦାୟିତ୍ବ ତୁଲାଇଥିଲେ। ଶିକ୍ଷକ ସୋମନାଥ ସାହୁ ମଞ୍ଚ ପରିଚାଳନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ।ଶିକ୍ଷକ ବସନ୍ତ ସାମନ୍ତରାୟ ସମେତ ମାଣିକେଶ୍ଵରୀ ଉଚ୍ଚ ବିଦ୍ୟାଳୟ ର ଅନ୍ୟ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଅଣ ଶିକ୍ଷକ କର୍ମଚାରୀ କାର୍ଯ୍ୟକ୍ରମ ସୁପରିଚାଳନା ରେ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମାରଗୁଡ଼ା ଲୋକ ମହୋତ୍ସବ ଉଦ୍‌ଯାପିତ

ନୂଆପଡ଼ା,୫ା୪(ମକାରୁ ବେମାଲ): ସ୍ଥାନୀୟ ମିନି ଷ୍ଟାଡିୟମରେ ଚାଲିଥିବା ମାରଗୁଡ଼ା ଲୋକ ମହୋତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି। ନୂଆପଡା ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆଙ୍କ...

ମହଙ୍ଗା ପଡ଼ିଲା ପୋଲିସକୁ ପଥର ମାଡ଼

ଥୁଆମୂଳ ରାମପୁର,୫ା୪(ଦୁର୍ଗା କୀର୍ତ୍ତି): ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ କ୍ଷତିପୂରଣ ଦାବିରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ସମ୍ମୁଖରେ ଶୁକ୍ରବାର ମଧ୍ୟାହ୍ନରୁ...

୭ ରୋଗୀଙ୍କ ଜୀବନ ନେଇଗଲେ ନକଲି ଡାକ୍ତର

ଦମୋହ,୫।୪: ମଧ୍ୟପ୍ରଦେଶର ଦାମୋହ ସହରର ଏକ ଘରୋଇ ମିଶନାରି ହସ୍ପିଟାଲରେ ଜଣେ ନକଲି ଡାକ୍ତର ହୃତ୍‌ପିଣ୍ଡ ଅସ୍ତ୍ରୋପଚାର ବେଳେ ଅନୂ୍ୟନ ୭ ଜଣ ରୋଗୀଙ୍କୁ ମାରିଦେଇଥିବା...

ମଣିପୁର ବିବାଦର ସମାଧାନ ପାଇଁ କେନ୍ଦ୍ରର ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୫।୪: ମଣିପୁର ବିବାଦର ସମାଧାନ କରି ସ୍ଥାୟୀ ଶାନ୍ତି ଆଣିବାର ଉଦ୍ୟମ ସ୍ବରୂପ କେନ୍ଦ୍ର ସରକାର ଶନିବାର ମେଇତି ଏବଂ କୁକି ସମ୍ପ୍ରଦାୟର ପ୍ରତିନିଧିମାନଙ୍କ ସହ...

ଗୋ-ମାଂସ କାଟିବା ବେଳେ ମାଡ଼ି ବସିଲା ପୋଲିସ

ବାଲିଗୁଡ଼ା,୫ା୪(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଗୋମାଂସ କଟିବା ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ,...

ଘରୁ ଚୋରି: ପଲିଗ୍ରାଫ ଟେଷ୍ଟରେ ଧରାପଡ଼ିଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୫ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁ ପଞ୍ଚାୟତ ଦାଉଣି ଗ୍ରାମର ଚନ୍ଦ୍ରଶେଖର ପଟ୍ଟନାୟକଙ୍କ ଘର ଗ୍ରିଲ ଭାଙ୍ଗି ଘରୁ ପ୍ରାୟ...

ଟ୍ରେନ ଆଗକୁ ଡେଇଁ ବିଡିଏ କର୍ମଚାରୀଙ୍କ ଆତ୍ମହତ୍ୟା

ବ୍ରହ୍ମପୁର,୫।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ରେ କାର୍ଯ୍ୟରତ ଜଣେ କର୍ମଚାରୀ ଚଳନ୍ତା ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ା ସେ ହେଲେ ବ୍ରହ୍ମପୁର...

ଜନ୍ମ ଦିନରେ ବିଧାୟକଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ଶନିବାର ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image