ଲୋକଙ୍କ ଗୁହାରି ଶୁଣିଲେ ଜିଲାପାଳ, ଏସପି: ସହାୟତା କଲେ ପ୍ରଦାନ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ):ଭଞ୍ଜନଗରରେ ସୋମବାର ଜିଲାସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ର, ଗଞ୍ଜାମ ଜିଲା ପରିଷଦ ମୁଖ୍ୟ ଉର୍ନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ମଧୁସ୍ମିତା, ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା ଅଭିଯୋଗ ଶୁଣାଣିରେ ଯୋଗଦେଇ ସମୁଦାୟ ୧୦୯ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ଆଜିର ଏହି ଅଭିଯୋଗ ମଧ୍ୟରେ ବ୍ୟକ୍ତିଗତ ଅଭିଯୋଗ ୧୦୪ଟି ଥିବାବେଳେ, ଗ୍ରାମୀୟ ଅଭିଯୋଗ ୫ଟି ଥିଲା, ଜିଲାପାଳ ତ୍ୱରିତ ୬ଟି ଅଭିଯାଗର ଫଇସଲା କରିଥିଲେ।

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଜଣଙ୍କୁ ତିରିଶି ହଜାର ଟଙ୍କା ହିସାବରେ ଦୁଇ ଜଣଙ୍କୁ ଷାଠିଏ ହଜାର ଟଙ୍କା ଏବଂ ଆଉ ଜଣଙ୍କୁ ୧୫ ହଜାର ଟଙ୍କା ଏବଂ ଅନ୍ୟ ତିନି ଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ୪୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା । ଆଜିର ଅଭିଯୋଗ ଶୁଣାଣି ସମୟରେ ଅଭିଯୋଗ ଗୁଡିକ ମୁଖ୍ୟତଃ ପ୍ରଧାନମନ୍ତ୍ରୀ ଆବାସ ଯୋଜନା,ଖାଉଟି କାର୍ଡ, ବାର୍ଦ୍ଧକ୍ୟ ଭତ୍ତା, ଭୂମିହୀନଙ୍କ ପାଇଁ ବସୁନ୍ଧରା ଯୋଜନାରେ ଜାଗା ଆବଣ୍ଟନ ଉପରେ ମୁଖ୍ୟତଃ ଥିଲା। ଗ୍ରହଣ କରିଥିବା ଆବେଦନ ଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗକୁ ନିର୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ କୁମାର ଦେ,ଭଞ୍ଜନଗର ଡେପୁଟି କଲେକ୍ଟର ସୁମନ ଘୋଷ, ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ, ଭଞ୍ଜନଗର ତହସିଲଦାର ଅବିନାଶ ମହାର, ଭଞ୍ଜନଗର ବିଡିଓ ପୁର୍ଣଚନ୍ଦ୍ର ପାଢ଼ୀ, ପୂର୍ତ୍ତ ବିଭାଗ ଏସଡିଓ ଭଞ୍ଜନଗର ପ୍ରତାପ ନାୟକ, ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ଭଞ୍ଜନଗର କାର୍ଯ୍ୟର୍ନିବାହୀ ଅଧିକାରୀ ମୁରଲୀ କୃଷ୍ଣ ପଣ୍ଡା, ଭଞ୍ଜନଗର ସହାୟକ ଜିଲାପାଳ ରାମଚନ୍ଦ୍ର ମହାପାତ୍ର, ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି ,ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣିରେ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri