ଜନଅଭିଯୋଗ ଶୁଣାଣିକୁ ଆସିଲେନି ଜିଲାପାଳ-ଆରକ୍ଷୀ ଅଧୀକ୍ଷକ, ଜିଲାପାଳଙ୍କ ଅନୁପସ୍ଥିତିରେ…

ପାଟଣା,୧୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ସୋମବାର ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ହୋଇଥିଲା। ତେବେ ଖୋଦ ଜିଲାପାଳ ଆଉ ଆରକ୍ଷୀ ଅଧୀକ୍ଷକଙ୍କ ଅନୁପସ୍ଥିତ ରହିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ଏଥିରେ ମୋଟ ୭୬ଟି ଲିଖିତ ଅଭିଯୋଗର ଶୁଣାଣି ହୋଇଥିଲା। ୪ଜଣ ଦିବ୍ୟାଙ୍ଗଙ୍କ ମଧ୍ୟରୁ ୨ଜଣଙ୍କୁ ବ୍ୟାଟେରି ଚାଳିତ ଓ ୨ଜଣଙ୍କୁ ମାନୁଆଲ ହ୍ବିଲ ଚେୟାର ବଣ୍ଟନ କରାଯାଇଥିଲା।

ଅଭିଯୋଗଗୁଡ଼ିକ ମଧ୍ୟରେ ପାନୀୟ ଜଳ ଯୋଗାଣ, ଚାଷଜମିକୁ ଜଳ ଯୋଗାଣ, ରାଶନକାର୍ଡରେ ସଂଯୋଗ ଆବାସ ଯୋଜନା, ଦିବ୍ୟାଙ୍ଗ, ବିଧବା, ବାର୍ଦ୍ଧକ୍ୟ ଭତ୍ତା ରାଶନକାର୍ଡ ଆଦି ଅନ୍ତର୍ଭୁକ୍ତ ଥିଲା।

ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ରାଜେନ୍ଦ୍ର କୁମାର ପ୍ରଧାନ ଅଭିଯୋଗ ଶୁଣାଣି କରିଥିଲେ। ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ କୁମାର ନାଗ ଭୂଷଣ, ଆଡିଶନାଲ  ଏସ୍‌ପି ହରପ୍ରିୟା ନାଏକ, ଜିଲା ଅତିରିକ୍ତ ସ୍ବାସ୍ଥ୍ୟ ଅଧିକାରୀ ବସନ୍ତ କୁମାର ପାତ୍ର, ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ବରିହା, ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାୟକ, ଡିଡବ୍ଲ୍ୟୁଓ ପ୍ରବୀର ଦେଓ, ପାଟଣା ବିଡିଓ ମାନସ କୁମାର ଦଣ୍ଡପାଟ, ତହସିଲଦାର ଲୀଳାବତୀ ନାୟକ, ଏସ୍‌ଡିପିଓ ଘଟଗାଁ ବିଜୟ କୃଷ୍ଣ ମହାପାତ୍ର, ରେଞ୍ଜର ବନବିହାରୀ ସର୍ଦ୍ଦାର, ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡା.ଶୁଭେନ୍ଦୁ ସାଗର କୁମାର ନାଏକ, ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଅମାନ୍ତ, ସହକାରୀ ଯନ୍ତ୍ରୀ ସିଦ୍ଧ ମାଝୀ, ସାମାଜିକ ସୁରକ୍ଷା ଅଧିକାରୀ ଅଭୟ କୁମାର ବେହେରା, ଜିପିଡିଓ ରଶ୍ମିରେଖା ମହାନ୍ତି, ପାଟଣା ଥାନାଧିକାରୀ ମାନସ କୁମାର ମହାକୁଡ଼ ପ୍ରମୁଖ ଉପସ୍ଥିତ ଥିଲେ। ଏତଦ୍‌ବ୍ୟତୀତ ବ୍ଲକ ଓ ଜିଲାସ୍ତରୀୟ ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଏପିଇଓ ଦୀପକ ବେହେରା, ବିଏଲସି ସସ୍ମିତା ସାହୁ, ବ୍ଲକ କର୍ମଚାରୀ ମିତା ନାଏକ,ସଂଘମିତ୍ରା ବାରିକ, ଡିଓ ବିନୋଦ ସାହୁ ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ

ରାୟଗଡ଼ା,୨୩ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସଦରମହକୁମାସ୍ଥିତ ପ୍ରେମ ପାହାଡ଼ରେ ବୁଧବାର ସମୟରେ ୫ଟି ଠେକୁଆ ମରିପଡ଼ିଥିବା ଦେଖିବାକୁ ମଳିଥିଲା। ତେବେ ପ୍ରେମ ପାହାଡ଼ରେ କେବେ ଠେକୁଆଙ୍କୁ...

ପୋଖରୀରେ ବୁଡ଼ିଗଲେ ୨ ଦିବ୍ୟାଙ୍ଗ ଯୁବତୀ

ଶେରଗଡ଼/ହିଞ୍ଜିଳିକାଟୁ,୨୩।୪(ସୂର୍ଯ୍ୟନାରାୟଣ ଦାଶ/ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା ନରେନ୍ଦ୍ରପୁର ଗ୍ରାମ ପୋଖରୀରେ ବୁଡ଼ି ବୁଧବାର ୨ ଦିବ୍ୟାଙ୍ଗ ଯୁବତୀଙ୍କ ମୃତ୍ୟୁ ଘଟିଛି।...

ଖେମୁଣ୍ଡି କଲେଜ ଛାତ୍ରୀଛାତ୍ରଙ୍କ ସଫଳତା, ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ଶୀତଲ-ପୁଷ୍ପାଞ୍ଜଳି

ଦିଗପହଣ୍ଡି,୨୩ା୪(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ସ୍ନାତକ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ବିଭିନ୍ନ ବିଭାଗରେ ଖେମୁଣ୍ଡି କଲେଜର ୧୨ ଜଣ ଛାତ୍ରୀଛାତ୍ର ବିଶବିଦ୍ୟାଳୟର...

ରାଜ୍ୟ ସରକାରଙ୍କୁ ଲାଭାଂଶ ବାବଦରେ ୪ ନିଗମ ଦେଲେ ୨୦୬ କୋଟି ଟଙ୍କା

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଅଧୀନ ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ...

ଗଞ୍ଜେଇ ଗାଡ଼ି ଛାଡ଼ି ଚାଳକ ଚମ୍ପଟ

ଦାରିଙ୍ଗବାଡ଼ି,୨୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା, ଗଞ୍ଜେଇ ଭର୍ତ୍ତି ମିନିଟ୍ରକକୁ ପୋଲିସ ଜବତ କରିଛି। ୨୭୦ କେଜି ଗଞ୍ଜେଇ ଜବତ...

ପହଲଗାମ୍‌ ଶହୀଦଙ୍କ ସ୍ମୃତିରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଭଞ୍ଜନଗର,୨୩ା୪(ବାବୁଲା ପ୍ରଧାନ): ଜମ୍ମୁ-କଶ୍ମୀରର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ଶହୀଦ ହୋଇଛନ୍ତି। ଏଥିସହ ଅନେକ ଆହତ ହୋଇ ଏବେ ବି ମେଡିକାଲ ରେ ଚିକିତ୍ସିତ...

BCCIର ବଡ଼ ନିଷ୍ପତ୍ତି: ଚିୟର ଗର୍ଲ, ଆତସବାଜୀ ବିନା ହେବ ଆଜିର IPL ମ୍ୟାଚ

ନୂଆଦିଲ୍ଲୀ,୨୩।୪: SRH Vs MI ଖେଳାଳିଙ୍କ ହାତରେ କଳା ପଟି। IPL ୨୦୨୫ର ୪୧ତମ ମ୍ୟାଚ ଆଜି ଅର୍ଥାତ୍‌ ୨୩ ଏପ୍ରିଲରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ...

ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି ପାଗଳ ମାଙ୍କଡ଼, ଧରିବା ପାଇଁ ନାମେଦମ୍‌ ହେଲାଣି ବନ ବିଭାଗ

ଗଞ୍ଜାମ,୨୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଲେଣି । ଗତକାଲି ଏକ ପାତି ମାଙ୍କଡ଼ କାମୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image