ଜିଲାସ୍ତରୀୟ ଓଡିଶା ଦିବସ ଓ ଜିଲା ପ୍ରତିଷ୍ଠା ଦିବସ: ମାତୃଭାଷାର ସୁରକ୍ଷା ଓ ରାଜ୍ୟର ବିକାଶରେ ସାମିଲ ହେବାକୁ ଆହ୍ବାନ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):  ବରଗଡ଼ ଜିଲା ପ୍ରଶାସନ ତଥା ସୂଚନା ଓ ଲୋକ ସଂପର୍କ ବିଭାଗ ଆନୁକୂଲ୍ୟରେ ମଙ୍ଗଳବାର ଜିଲାସ୍ତରୀୟ ଓଡ଼ିଶା ଦିବସ ଏବଂ ବରଗଡ଼ ଜିଲାପ୍ରତିଷ୍ଠା ଦିବସ ମହାଆଡମ୍ବର ସହକାରେ ପାଳିତ ହୋଇଛି । ଏହି ଅବସରରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟଅତିଥିଭାବେ ଯୋଗଦେଇ ଥିବାବେଳେ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ଏବଂ ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ ସମ୍ମାନିତ ଅତିଥିଭାବେ ଯୋଗଦାନ କରିଥିଲେ। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲା ମଧ୍ୟ ଉପସ୍ଥିତ ରହିଥିଲେ। ଏହି ଅବସରରେ ସ୍ଥାନୀୟ ଗାନ୍ଧୀଛକସ୍ଥିତ ଜାତିର ପିତା ମହାତ୍ମା ଗାନ୍ଧୀ ଓ ସ୍ଵଭାଵ କବି ଗଙ୍ଗାଧର ମେହେର, ଘରୋଇ ବସଷ୍ଟାଣ୍ଡ ନିକଟସ୍ଥ ବହ୍ନିକନ୍ୟା ସ୍ୱର୍ଗତ ପାର୍ବତୀ ଗିରି, କଚେରୀ ପରିସରରେସ୍ଥିତ ତଃ ଭୀମ ରାଓ ଆମ୍ବେଦକର ଏବଂ ବୀର ସୁରେନ୍ଦ୍ର ସାଏ ଛକସ୍ଥିତ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ସମେତ ଜିଲା ମୁଖ୍ୟାଳୟରେ ଥିବା ସମସ୍ତ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ଅତିଥିବୃନ୍ଦ ମାଲ୍ୟାର୍ପଣ କରିଥିଲେ । ଏହାପରେ ଜିଲାର ସମସ୍ତ ବରିଷ୍ଠ ଅଧିକାରୀ, ଶିକ୍ଷାବିତ୍, ବୁଦ୍ଧିଜୀବୀ, ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ଛାତ୍ରୀଛାତ୍ରଙ୍କୁ ନେଇ ଓଡ଼ିଶା ଦିବସ ତଥା ଜିଲା ପ୍ରତିଷ୍ଠା ଦିବସ ପାଳନର ତାତ୍ପର୍ଯ୍ୟ ଏବଂ ବରପୁତ୍ରମାନଙ୍କର ଅବଦାନ ସ୍ମରଣ କରିବା ପାଇଁ ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଏକ ସାଧାରଣ ସଭା ଓ ଫଟୋଚିତ୍ର ପ୍ରଦର୍ଶନୀ ଆୟୋଜିତ ହୋଇଥିଲା । ଜିଲାପାଳ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗଦେଇ ବରପୁତ୍ରମାନଙ୍କୁ ଶ୍ରଦ୍ଧାସୁମନ ଅର୍ପଣ ପୂର୍ବକ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉତ୍ସବର ଶୁଭାରମ୍ଭ କରିଥିଲେ । ସଭା ପ୍ରାରମ୍ଭରେ ଅତିରିକ୍ତ ଜିଲାପାଳ ସାହୁ ସ୍ଵାଗତ ଅଭିଭାଷଣ ପ୍ରଦାନ କରିବା ସହ ଓଡିଶାର ସମସ୍ତ ବରପୁତ୍ରଙ୍କ ଅବଦାନକୁ ସ୍ମରଣ କରି କୃତଜ୍ଞତାର ଶ୍ରଦ୍ଧାଞ୍ଜଳି ଦେଇଥିଲେ। ସ୍ଥାନୀୟ ବାପୁଜୀ ସ୍ଵତନ୍ତ୍ର ବିଦ୍ୟାଳୟର ଛାତ୍ରୀଛାତ୍ର ଦେଶାତ୍ମବୋଧକ ସଙ୍ଗୀତ ଗାନ କରିଥିଲେ । ଏହାପରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଅନୁମୋଦିତ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପରିବେଷଣ କରାଯାଇଥିଲା । ଅତିରିକ୍ତ ଉଦ୍ୟାନ କୃଷି ନିର୍ଦ୍ଦେଶକ ଗୋବିନ୍ଦ ଚନ୍ଦ୍ର ପଣ୍ଡା ମୁଖ୍ୟବକ୍ତାଭାବେ ଯୋଗ ଦେଇ ଦୀର୍ଘ ୮୯ ବର୍ଷ ତଳେ ସ୍ୱାଧୀନ ପୂର୍ବ ଭାରତ ବର୍ଷରେ ଭାଷା ଭିତ୍ତିକ ଏକ ରାଜ୍ୟ ଗଠନ ତଥା ଗୋଟିଏ ପଟେ ଦେଶର ସ୍ୱାଧୀନତା ଲାଗି ଲଢ଼େଇ ଓ ତାରି ଭିତରେ ନିଜର ସ୍ୱତନ୍ତ୍ର ପରିଚୟ ଏବଂ ମାତୃଭାଷା ସୁରକ୍ଷା ପାଇଁ ହୋଇଥିବା ବଡ଼ ସଂଗ୍ରାମରେ ଆମ ମହାନ ବରପୁତ୍ର ମାନେ କିଭଳି ସଂଘର୍ଷ କରି ଆମକୁ ଏହି ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ବା ଓଡିଶା ରାଜ୍ୟ ଉପହାର ଦେଇଥିଲେ ସେ ବିଷୟରେ ଆଲୋଚନା କରିଥିଲେ । ଜିଲା ପରିଷଦ ଅଧ୍ୟକ୍ଷା ଭୋଇ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଆମେ ସବୁ ଭାଷାରେ ପାଣ୍ଡିତ୍ୟ ଅର୍ଜନ କରିବା ଭଲ, କିନ୍ତୁ ନିଜ ମାତୃଭାଷା’ ଓଡ଼ିଆକୁ ଭଲ ପାଇବା ତଥା ତାର ସୁରକ୍ଷା ଓ ବିକାଶ ଦିଗରେ ଚେଷ୍ଟା କରିବା ବିଧେୟ ବୋଲି କହିବା ସହ ଆମ ଉନ୍ନତି ପାଇଁ ଜିଲାର ସମସ୍ତ ମହାମନିଷୀଙ୍କ ପଥ ଅନୁସରଣ କରିବା ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ କରିଥିଲେ । ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ଓଡ଼ିଶାର ବରପୁତ୍ରମାନଙ୍କ ଭୂମିକା ସମ୍ପର୍କରେ ମୁଖ୍ୟ ଅତିଥି ତଥା ଜିଲାପାଳ ଗୋୟଲ ଆଲୋକପାତ କରିବା ସହିତ ଓଡିଶା ସ୍ଵତନ୍ତ୍ର ରାଜ୍ୟଭାବେ କଳା, ସଂସ୍କୃତି ଓ ପରମ୍ପରା ବିଶ୍ବରେ ନିଜର ପରିଚୟ ସୃଷ୍ଟି କରିଛି, ଏହାକୁ ବିକାଶ ଦିଗରେ ଆଗେଇ ନେବା ପାଇଁ ସମସ୍ତଙ୍କ ଦାୟିତ୍ଵ ରହିଛି । ଜଣେ ଦାୟିତ୍ଵବାନ ନାଗରିକ ଭାବେ ଜିଲାର ଉନ୍ନତି ପାଇଁ ଚେଷ୍ଟା କରିବା ସହିତ ଆମ ଜିଲାର ଜନ୍ମଦିନରେ କିଛି ଉପହାର ଦେବା କହିଥିଲେ । ବରଗଡ ଜିଲା ତଥା ଆମ ରାଜ୍ୟର ବିକାଶଧାରା ଉପରେ ଆଲୋଚନା କରି ଯୁବପିଢ଼ି, ଛାତ୍ରୀଛାତ୍ରଙ୍କୁ ପାଠ ପଢି ଭଲ ମଣିଷ ହେବା ପାଇଁ ଜିଲାପାଳ ପ୍ରେରଣା ଦେଇଥିଲେ । ଏହି ଅବସରରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିବା ବେଳେ ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଖୋସ୍ଲା ସଭା ପରିଚାଳନା କରିଥିଲେ I


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ନିର୍ଦ୍ଦେଶ ପରେ OSRTC କାର୍ଯ୍ୟାଳୟର ସମ୍ପତ୍ତି ଆଟାଚ୍‌

ସମ୍ବଲପୁର,୯ା୪: OSRTC କାର୍ଯ୍ୟାଳୟର ସ୍ଥାବର ସମ୍ପତ୍ତି ଆଟାଚ୍‌ ହୋଇଛି। ମୁଦିପଡ଼ାସ୍ଥିତ ରାଜ୍ୟ ପରିବହନ ନିଗମ କାର୍ଯ୍ୟାଳୟ ସମ୍ପତ୍ତି ଆଟାଚ୍‌ ହୋଇଛି। ବସ୍‌ ମାଲିକଙ୍କ ବକେୟା ପ୍ରଦାନ...

ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ

ଲକ୍ଷ୍ମୀପୁର,୯।୪(ଅନନ୍ତ ନାୟକ): କୋରାପୁଟ ଜିଲା ନାଲକୋ ଦାମନଯୋଡି କାରଖାନା ପରିସୀମା ମଧ୍ୟରେ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ମାଲବାହୀ ଟ୍ରେନ୍‌ର ଇଞ୍ଜିନ ରେଳ ଧାରଣାରୁ...

ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନାକଲେ ଅଧ୍ୟକ୍ଷ: ଆଗକୁ ବଢ଼ିବାକୁ…

ଭଞ୍ଜନଗର,୯।୪(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରସାୟନ ବିଜ୍ଞାନ ବିଭାଗ ଯୁକ୍ତ ୩ ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା...

ନାବାଳିକାଙ୍କୁ ବଳାତ୍କାର: ଆସିଲା ବଡ଼ ରାୟ

ଫୁଲବାଣୀ,୯।୪(ରାକେଶ କୁମାର ରାଉତ): ଜଣେ ନାବାଳିକା ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ଅଭିଯୁକ୍ତଙ୍କୁ...

ତାତିଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ: ଦାୟିତ୍ୱ ନେଇଥିବା ସଂସ୍ଥାକୁ କତାଲିକାଭୁକ୍ତ କରିବାକୁ…

ଫୁଲବାଣୀ ଅଫିସ, ୯ା୪(ରାକେଶ କୁମାର ରାଉତ):  ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଦିନିକିଆ କନ୍ଧମାଳ ଜିଲା ଗସ୍ତରେ ଆସି ଜିଲାସ୍ତରୀୟ...

ଗୋଳାବାରୁଦ କାରଖାନାରେ ବିସ୍ଫୋରଣ: ଜଣେ କର୍ମଚାରୀ ଗୁରୁତର

ବଲାଙ୍ଗୀର,୯ା୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବଡ଼ମାଳ ଗୋଳାବାରୁଦ କାରଖାନାରେ ବୁଧବାର ରାସାୟନିକ ଦ୍ରବ୍ୟ ମିଶ୍ରଣ ବେଳେ ବିସ୍ଫୋରଣ ଘଟି ଜଣେ ଚତୁର୍ଥ...

ନବଜାତ କନ୍ୟାକୁ ଫିଙ୍ଗିଦେଲେ, ନର୍ସରୀ ନିକଟରୁ ଉଦ୍ଧାର କରି…

ବଲାଙ୍ଗୀର,୯ା୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ନେଗୀପାଲି ନର୍ସରୀ ନିକଟରେ କେହି ଫିଙ୍ଗି ଦେଇଥିବା ନବଜାତ କନ୍ୟା ସନ୍ତାନକୁ ସ୍ଥାନୀୟ ଲୋକେ...

ମହୁଲ ମାଫିଆଙ୍କ ଗୁଣ୍ଡାଗିରି, ରାସ୍ତାରୁ ଛଡ଼ାଇ ନେଲେ ଜବତ ଗାଡ଼ି

ଉଦଳା,୯ା୪(ସନ୍ତେଷ କୁମର ବାଛିନି): ମହୁଲ ମାଫିଆଙ୍କ ଆତଙ୍କରାଜ। ସିନେମା ଭଳି କାଣ୍ଡ ଭିଆଇଲେ, ରାସ୍ତାରେ ଜବତ ଗାଡ଼ିକୁ ଅଟକାଇଲେ, ଡ୍ରାଇଭରଙ୍କୁ ମାଡ଼ ମାରି ଓହ୍ଲାଇ ଦେଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image