ଜିଲାପାଳଙ୍କ ଜନ ଶୁଣାଣି: ୧୦୮ ଅଭିଯୋଗ ପଞ୍ଜୀକୃତ

କୋକସରା,୨୩ା୯ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ସୋମବାର ଜିଲାପାଳଙ୍କ ଯୁଗ୍ମ ଜନଶୁଣାଣି ଶିବିର କୋକସରା ବ୍ଲକ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ସ୍ନେହାପ୍ରଭା ମାଝିଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ଧର୍ମଗଡ଼ ଉପ ଜିଲାପାଳ ଧୀମାନ ଚକମା, କଳାହାଣ୍ଡି ଏସ୍‌ପି ଅଭିଳାଷ ଜି, ସିଡିଓ ଦୟାମୟ ପାଢ଼ୀ, କୋକସରା ତହସିଲଦାର ନବୀନ କିଶୋର ପାଢ଼ୀ, ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଶିବିରରେ ମୋଟ ୧୦୮ ଅଭିଯୋଗ ଉପରେ ଜିଲାପାଳ ଶୁଣାଣି କରିଥିଲେ। ସାହାଜଖୋଲ ବନ ସୁରକ୍ଷା କମିଟି ପକ୍ଷରୁ ଜଙ୍ଗଲ ସୁରକ୍ଷା, ସଂରକ୍ଷିତ ଜଙ୍ଗଲରେ ବସତି ସ୍ଥାପନ କରିଥିବା ଲୋକଙ୍କୁ ଉଚ୍ଛେଦ, ଜଙ୍ଗଲ ମଧ୍ୟରେ ମକାଚାଷ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଥିଲା। ସେହିପରି କୋକସରା ସିଏଚ୍‌ସିରେ ଶିଶୁ ରୋଗ ବିଶେଷଜ୍ଞ ଓ ମେଡ଼ିସିନ ସ୍ପେଶାଲିଷ୍ଟ ଡାକ୍ତର ନିଯୁକ୍ତି, ବସ୍‌ଷ୍ଟାଣ୍ଡ କାର୍ଯ୍ୟ ତ୍ୱରାନ୍ବିତ କରିବା, ମହିମା ପଞ୍ଚାୟତ ମାଲପଡା ଗ୍ରାମର ବନ୍ଦ ଥିବା ପ୍ରାଥମିକ ବିଦ୍ୟାଳୟକୁ ପୁନର୍ବାର ଖୋଲିବା ଆଦି ଅଭିଯୋଗ କରାଯାଇଥିଲା। କାର୍ଯ୍ୟକ୍ରମକୁ ବ୍ଲକ ସହକାରୀ ଯନ୍ତ୍ରୀ ସର୍ବେଶ୍ୱର ପ୍ରଧାନ, ଜିପିଇଓ ବିରଞ୍ଚତ୍ ଖର୍ସେଲ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ କୁମାର ବେହେରା, ଯୋଗାଣ ଅଧିକାରୀ ଜଗାରାମ ମୁର୍ମୁ, କନିଷ୍ଠ ଯନ୍ତ୍ରୀ କୀର୍ତ୍ତି ବେହେରା, ଅଜୟ ସେନାପତି, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ପ୍ରଥମ: ଆଇଆଇଏମ୍‌ ସମ୍ବଲପୁର ପାଠପଢ଼ା ଶୈଳୀରେ ସୃଷ୍ଟି ହେବ ନୂତନ ଅଧ୍ୟାୟ

ସମ୍ବଲପୁର,୨୩ା୯(ପ୍ରମୋଦ ବହିଦାର): ଆଇଆଇଏମ୍‌ ସମ୍ବଲପୁରରେ ବଦଳିବ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଶୈଳୀ। ପ୍ରଫେସରଙ୍କ ବଦଳରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବ ଏଆଇ(ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ)। ଯାହା ସମଗ୍ର ଦେଶରେ ପ୍ରଥମ...

କଣ୍ଟାଗାଁ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ତେନ୍ତୁଳିଖୁଣ୍ଟି ବନ୍ଦ

ତେନ୍ତୁଳିଖୁଣ୍ଟି, ୨୩।୯(ଚିଦାନନ୍ଦ ସାହୁ):ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ର କଣ୍ଟାଗାଁରେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ସପ୍ତାହେ ବିତିଯାଇଥିଲେ ମଧ୍ୟ ପୋଲିସ ହାତ...

କଳାହାଣ୍ଡିରେ ବିଜେଡି ଛାଡିଲେ ପ୍ରଦୀପ ଦାସ, ନବୀନଙ୍କୁ ଲେଖିଲେ ଚିଠି

ଭବାନୀପାଟଣା,୨୩।୯( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବରିଷ୍ଠ ନେତା ପ୍ରଦୀପ ଦାସ ମଙ୍ଗଳବାର ବିଜେଡି ଛାଡିଛନ୍ତି। ଏ ନେଇ ତାଙ୍କ ଇସ୍ତଫା...

ରାସ୍ତା ଖରାପ: ଚିକିତ୍ସାଳୟକୁ ଯିବା ପୂର୍ବରୁ ଆମ୍ବୁଲାନ୍ସରେ ପ୍ରସବ କଲେ ଗର୍ଭବତୀ

ଗଜପତି୨୩।୯(ଗିରିଧାରୀ ପରିଛା): ରାସ୍ତା ଖରାପ ଥିବାରୁ ହସପିଟାଲରେ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଶେଷରେ ଆମ୍ବୁଲାନ୍ସରେ ହିଁ ପ୍ରସବ କଲେ ଗର୍ଭବତୀ ମହିଳା। ଏମିତି ଏକ ଅଭାବନୀୟ...

ପୋଲିସକୁ ବଡ଼ ସଫଳତା: ୪୪୭୫ ବୋତଲ କଫ୍‌ ସିରପ୍‌ ଜବତ, ୧୭ ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ବରଗଡ଼ ସହର ଉପକଣ୍ଠ ପୁରୁଣା ରିଜର୍ଭ ସମ୍ମୁଖ ରାସ୍ତାରେ ଅତର୍କିତ...

ସମ୍ବଲପୁରୀ ଗାୟିକା ରୁକ୍ସାନା ବାନୋଙ୍କ ମୃତ୍ୟୁ ଘଟଣା: ଗାୟକଙ୍କ ବିରୋଧରେ ଏତଲା ଦେଲେ ମା’, ଭଉଣୀ

ଭବାନୀପାଟଣା,୨୩।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାର ଜଣାଶୁଣା ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍ସାନା ବାନୋ (୨୭)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ...

ଏଏନଏମଙ୍କୁ ମରଣାନ୍ତକ ଆକ୍ରମଣ ପରେ ନିଜେ ଆତ୍ମହତ୍ୟା କଲେ ପୁରୁଷ ବନ୍ଧୁ, କାରଣ ଖୋଜୁଛି ପୋଲିସ

ବାଲିଗୁଡ଼ା, ୨୩।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ଥାନା କୁଡ଼ୁତୁଲିରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଏଏନଏମଙ୍କୁ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ଖୋଜୁଛି ପୋଲିସ

ଦିଗପହଣ୍ଡି,୨୩ା୯(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ୮ମ ଶ୍ରେଣୀରେ ପଢୁଥିବା ନାବାଳିକା ଛାତ୍ରୀଙ୍କୁ ଯୁବକ ବଳିଅର ବାଡ଼ତ୍ୟା ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri