ଜିଲାସ୍ତରୀୟ ସ୍କାଉଟ୍ସ-ଗାଇଡସ କ୍ୟାମ୍ପୋରି ଉଦଘାଟିତ: ୧୨ଟି ବ୍ଲକର ୫୨୧ ଛାତ୍ରୀଛାତ୍ରଙ୍କ ଯୋଗଦାନ

ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାସ୍ତରୀୟ ସ୍କାଉଟ୍ସ ଏବଂ ଗାଇଡସ କ୍ୟାମ୍ପୋରିରି ସୋମବାର ଭଟଲି ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ଉଦଘାଟିତ ହୋଇଯାଇଛି । ବରଗଡ଼ ଜିଲା ଶିକ୍ଷା ବିଭାଗ ଏବଂ ସ୍ଥାନୀୟ ସତିହାରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଭଟଲି ବିଧାୟକ ଇରାସିସ ଆଚାର୍ଯ୍ୟ ମୁଖ୍ୟଅତିଥି ଭାବେ ଯୋଗଦେଇ ଉପସ୍ଥିତ ସ୍କାଉଟ୍ସ ଏବଂ ଗାଇଡସ ତଥା ଶିକ୍ଷୟିତ୍ରୀ, ଶିକ୍ଷକମାନଙ୍କୁ ଉତ୍ସାହିତ କରିଥିଲେ।

ଜିଲା ଶିକ୍ଷା ଅଧିକାରୀ ବିଶ୍ୱନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଦଘାଟନୀ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ସ୍କାଉଟ୍ସ କମିଶନର ତଥା ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁ, ଗାଇଡସ କମିଶନର ତଥା ସୋହେଲା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅମୃତା ସାହୁ, ଭଟଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ସରୋଜ କୁମାର ଭୁଏ, ଜିଲା ଶାରୀରିକ ଶିକ୍ଷା ନିରୀକ୍ଷକ ସୁଦୀପ୍ତ ନାୟକ, ଆୟୋଜକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଚନ୍ଦ୍ରମା ଡନସନା ପ୍ରମୁଖ ମଞ୍ଚାସୀନ ଥିଲେ।

ଏହି ଅବସରରେ ୧୨ଟି ବ୍ଲକର ୫୨୧ ଜଣ ସ୍କାଉଟ୍ସ ଏବଂ ଗାଇଡସ ଛାତ୍ରୀଛାତ୍ର, କ୍ୟାପଟେନ ଓ ସାଧନ କର୍ମୀ ଅଂଶଗ୍ରହଣ କରିଛନ୍ତି । ରଶ୍ମିରଞ୍ଜନ ରାଉତରାୟ, ମନସୀ ପାତ୍ର, ଦେଦବ୍ୟାସ ସାହୁ, ବିଶନାଥ ପ୍ରଧାନ, ବିନୋଦ ସେଠ, ଗିରିଧାରୀ ଡନସନା, ପ୍ରମୋଦ ପଟେଲ, ପ୍ରଦୀପ ପ୍ରଧାନ, ମନୋଜ ସାହୁ, ସୁଦର୍ଶନ ମହାକୁର ପ୍ରମୁଖ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମ ଆସନ୍ତା ୯ ତାରିଖ ଉଦଯାପିତ ହେବ ବୋଲି ଜିଲା ଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରୁମରେ ମହିଳା ବିଚାରପତିଙ୍କୁ ଧମକ

ନୂଆଦିଲ୍ଲୀ, ୨୧।୪:ଦିଲ୍ଲୀର ଏକ ଅଦାଲତର କୋର୍ଟରୁମରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତି ଏବଂ ତାଙ୍କ ଓକିଲ ସର୍ବ ସମ୍ମୁଖରେ ମହିଳା ବିଚାରପତିଙ୍କୁ ଧମକ ଦେବା...

ପିଅନ ନିଯୁକ୍ତି ପାଇଁ ଆବେଦନ କରିଛନ୍ତି ପିଏଚ୍‌.ଡି., ଏମ୍‌ବିଏ, ଲ’ ଗ୍ରାଜୁଏଟ

ଜୟପୁର, ୨୧।୪:ରାଜସ୍ଥାନ ସରକାରଙ୍କ ଅଧୀନ ରାଜସ୍ଥାନ ସବ୍‌ଅର୍ଡିନେଟ ଆଣ୍ଡ୍‌ ମିନିଷ୍ଟ୍ରିଆଲ ଷ୍ଟାଫ୍‌ ସିଲେକ୍ସନ ବୋର୍ଡ (ଆର୍‌ଏସ୍‌ଏମ୍‌ଏସ୍‌ଏସ୍‌ବି) ଦ୍ୱାରା ଜାରି ହୋଇଥିବା ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ନିଯୁକ୍ତି...

କନିଷ୍ଠ ଯନ୍ତ୍ରୀଙ୍କୁ ଛାଡୁନି ଚୌକି ମୋହ: ବଦଳି ଆଦେଶକୁ ବେଖାତିର୍‌

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ବିଭାଗର ସରକାରୀ କାର୍ଯ୍ୟାଳୟରେ ଅନେକ ଅଧିକାରୀ, କର୍ମଚାରୀ ଦୀର୍ଘବର୍ଷ ଧରି ଅବସ୍ଥାପିତ ରହିଛି। ସମ୍ପୃକ୍ତ କାର୍ଯ୍ୟାଳୟରେ ସେମାନଙ୍କ ଚୌକି...

ଆନ୍ଧ୍ର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପହଞ୍ଚି ଗୁହାରି ଜଣାଇଲେ କୋଟିଆ ପଞ୍ଚାୟତର ତିନି ଗ୍ରାମବାସୀ: ଆମକୁ ପରିଚୟ ଦିଅନ୍ତୁ

ପଟ୍ଟାଙ୍ଗୀ,୨୧।୦୪(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ପୁଣି ଦେଖା ଦେଇଛି ସଙ୍ଗିନୀ ପରିସ୍ଥିତି। ସୂଚନା ମୁତାବକ ଉକ୍ତ...

ଫାର୍ମପଣ୍ଡ ଖନନ ନାମରେ ଟଙ୍କା ଆତ୍ମସାତ୍‌ ଘଟଣା: ତଦନ୍ତର ୨ମାସ ବିତିଲା, କାର୍ଯ୍ୟାନୁଷ୍ଠାନ ଶୂନ

ନୂଆପଡ଼ା,୨୧ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଠିକପାଲି ପଞ୍ଚାୟତ ବାବୁପାଲି ଗାଁରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଫାର୍ମପଣ୍ଡ (ଚହଲା) ଖନନ କରାଯାଇଛି। ସେଥିରୁ ଗୋଟିଏ ଚହଲାକୁ...

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପିନେବାକୁ ଉଦ୍ୟମ ଧରାପଡ଼ିବା ଭୟରେ ବୋମା ପକାଇଲେ: ୫ ଗିରଫ

ଭବାନୀପାଟଣା,୨୧ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ୍‌ ଉଦ୍ୟମ ହୋଇଛି। ପୂର୍ବାହ୍ନ ୧୦ଟା ୧୦ରେ ବାହାଦୁର ବଗିଚାପଡାର ଶରତ...

ପରିବାରକୁ ମିସ୍‌ କରୁଛନ୍ତି ତହଉର: NIA ସ୍ବତନ୍ତ୍ର କୋର୍ଟରେ ଆବେଦନ

ମୁମ୍ବାଇ,୨୧।୪: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ତହଉର ରାଣା ଭାରତ ଆସିବା ପରେ ତାଙ୍କ ପରିବାରକୁ ମିସ କରିବା ଆରମ୍ଭ କରିଛି। ସେ ତାଙ୍କ ପରିବାର...

ମୋଦିଙ୍କୁ ଭେଟିଲେ ଆମେରିକାର ଉପରାଷ୍ଟ୍ରପତି: ବସିବ ବଡ଼ ବୈଠକ

ନୂଆଦିଲ୍ଲୀ,୨୧।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ତାଙ୍କ ପରିବାର ସହିତ ଭାରତ ଗସ୍ତରେ ଅଛନ୍ତି। ସୋମବାର ସନ୍ଧ୍ୟାରେ ଜେଡି ଭାନ୍ସ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image