୧୦ ପ୍ରତିଶତରୁ ଅଧିକ ପ୍ରଜିଟିଭ୍‌ ଥିବା ଜିଲାରେ ଲାଗୁ ହେବ କଡ଼ା କଡ଼କଣା, ସରକାରଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସାର୍ବଜନୀକ ଟିକାକରଣ ଜାରି ରହିବା ସହିତ ସଂକ୍ରମଣ ନେଇ କେନ୍ଦ୍ର ସରକାର ସତର୍କ ଅଛନ୍ତି। ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ନିର୍ଦ୍ଦେଶ ଦିଆଯାଇଛି। ଯେଉଁ ଜିଲାଗୁଡ଼ିକରେ ପଜିଟିଭ୍‌ ହାର ୧୦ ପ୍ରତିଶତରୁ ଅଧିକ ରହିଛି, ସେସବୁ ଅଞ୍ଚଳରେ କଡ଼ା କଟକଣା ଜାରି କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସେସବୁ ଜିଲାରେ କଡା ପ୍ରତିବନ୍ଧକ ଲଗାଇବାକୁ ରାଜ୍ୟ ସରକାରଙ୍କୁ କହିଛନ୍ତି। କେନ୍ଦ୍ରୀୟ ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ କହିଛନ୍ତି ଯେ କରୋନା ସଂକ୍ରମଣ ରୋକିବା ସହିତ ମାର୍ଗଦର୍ଶିକା ପାଳନ ଉପରେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। କେରଳ, ମହାରାଷ୍ଟ୍ର, କର୍ଣ୍ଣାଟକ, ତାମିଲନାଡୁ, ଓଡିଶା, ଆସାମ, ମିଜୋରାମ, ମେଘାଳୟ, ଆନ୍ଧ୍ରପ୍ରଦେଶ ଏବଂ ମଣିପୁର ଆଦି ୧୦ଟି ରାଜ୍ୟରେ କରୋନା ସଂକ୍ରମଣ ବଢ଼ିଛି। ୮୦ ପ୍ରତିଶତରୁ ଅଧିକ ଆକ୍ରାନ୍ତ ହୋମ୍‌ ଆଇସୋଲେଶନରେ ରହିଛନ୍ତି। ତେବେ ସେମାନଙ୍କଠାରୁ ଯେଭଳି ସଂକ୍ରମଣ ନ ବ୍ୟାପିବ ସେଥିପ୍ରତି ଦୃଷ୍ଟି ଦେବାର ଆବଶ୍ୟକତା ରହିଛି ବୋଲି ସ୍ବାସ୍ଥ୍ୟ ସଚିବ ପରାମର୍ଶ ଦେଇଛନ୍ତି।

Share