ଛାଡପତ୍ର କନଫର୍ମ! ବଚ୍ଚନ ସରନେମ୍‌ ହଟାଇଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ନିକଟରେ ଦୁନିଆର ବହୁ ପ୍ରସିଦ୍ଧ ମହିଳା ସେଲିବ୍ରିଟିଙ୍କ ସହ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଦୁବାଇରେ ଆୟୋଜିତ ଗ୍ଲୋବାଲ ମହିଳା ଫୋରମ ୨୦୨୪ରେ ସାମିଲ୍‌ ହୋଇଥିଲେ। ୨ଦିନ ଧରି ଚାଲିଥିବା ଦୁବାଇରେ ଏହି ଇଭେଣ୍ଟରୁ ଐଶ୍ୱର୍ଯ୍ୟାଙ୍କର ଅନେକ ଫଟୋ ଏବଂ ଭିଡିଓ ଭାଇରାଲ ହେଉଛି। କିନ୍ତୁ ଏହି ସମସ୍ତ ଭିଡିଓ ମଧ୍ୟରେ ଗୋଟିଏ ଭିଡିଓ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ସେହି ଭିଡିଓ ହେଉଛି ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ପରିଚୟ ବା ଇଣ୍ଟ୍ରୋଡକଶନ୍‌ ପ୍ରଦାନ କରୁଥିବା ଭିଡିଓ। ଏହି ଭିଡିଓରେ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ବଦଳରେ ଏହି କେବଳ ଅନ୍ତର୍ଜାତୀୟ ତାରକା ଐଶ୍ୱର୍ଯ୍ୟା ରାୟ ଲେଖାଯାଇଛି। ଏହି ଭିଡିଓ ଏହି ସମୟରେ ଭାଇରାଲ ହୋଇଛି ଯେତେବେଳେ ଐଶ୍ୱ-ଅଭିଙ୍କର ଛାଡପତ୍ର ଚର୍ଚ୍ଚା ଜୋର ଧରିଛି। ଏଶ୍ୱଙ୍କ ସରନେମ୍‌ ହଟାଇବା ଘଟଣାକୁ ନେଇ ସମସ୍ତେ ତାଜୁବ ହୋଇଯାଇଛନ୍ତି।

କହିରଖୁଛୁ କି, ୧୭ ବର୍ଷ ପୂର୍ବେ ଅଭିଷେକ ବଚ୍ଚନଙ୍କୁ ବିବାହ କରିବା ପରେ ଐଶ୍ୱର୍ଯ୍ୟା ରାୟ ଅଭିଷେକଙ୍କ ସରନେମ୍‌, ତାଙ୍କ ନାମରେ ଯୋଡିଥିଲେ। ଏବଂ ସେବେଠାରୁ ସେ ସାରା ବିଶ୍ୱରେ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଭାବେ ପରିଚିତ ହୋଇଥିଲେ। ଏପରିକି ସୋସିଆଲ ମିଡିଆ ଆକାଉଣ୍ଟରେ ଐଶ୍ୱର୍ଯ୍ୟା ତାଙ୍କ ନାମ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଲେଖିଛନ୍ତି। ଏହି କାରଣରୁ ଦୁବାଇରୁ ଏହି ଭିଡିଓରେ ‘ବଚ୍ଚନ’ ନାମ ହଟାଇବା ସମସ୍ତଙ୍କୁ ଚକିତ କରିଛି। ଏବେ ଏହା କେବଳ ଏକ ଭୁଲ ଥିଲା କି ଏକ ସୁଚିନ୍ତିତ ନିଷ୍ପତ୍ତି ଏପର୍ଯ୍ୟନ୍ତ ଜଣାପଡିନାହିଁ।

ଗତ କିଛି ମାସ ଧରି ଐଶ୍ୱ ଏବଂ ଅଭିଷେକ ବଚ୍ଚନଙ୍କ ସମ୍ପର୍କକୁ ନେଇ ଅନେକ ଖବର ଭାଇରାଲ ହେବାରେ ଲାଗିଛି। ଅନେକ ଗଣମାଧ୍ୟମ ରିପୋର୍ଟରେ କୁହାଯାଉଛି ଯେ ସେମାନଙ୍କ ମଧ୍ୟରେ କିଛି ବି ଠିକ୍‌ ନାହିଁ। ଆଉ ଏହି ସମ୍ପର୍କ ଛାଡପତ୍ରରେ ପହଞ୍ଚିଛି। ଯଦିଓ ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଖବରକୁ ବଚ୍ଚନ ପରିବାର ଅଣଦେଖା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri