Posted inଜାତୀୟ

ଛାତ୍ରଙ୍କ ସହ ଫେରାର୍‌ ହେଲେ ଟ୍ୟୁସନ୍‌ ଦିଦି

ପାନିପତ୍‌,୧।୬: ହରିୟାଣାର ପାନିପତ୍‌ରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଏଠାରେ ଏକାଦଶ ଶ୍ରେଣୀରେ ପଢୁଥିବା ଜଣେ ୧୭ ବର୍ଷର ଛାତ୍ରଙ୍କ ସହ ଫେରାର ହୋଇଯାଇଛନ୍ତି ଟ୍ୟୁସନ୍‌ ଦିଦି। ପାନିପତର ଦେଶରାଜ କଲୋନୀରେ ଏହି ଘଟଣା ସାମ୍ନାକୁ ଆସିଛି। ସମ୍ପୃକ୍ତ ମହିଳା ଜଣଙ୍କ ପୂର୍ବରୁ ବିବାହ କରିଥିଲେ। ସ୍ବାମୀଙ୍କଠାରୁ ଛାଡପତ୍ର ନେଇ ନିଜ ଘରେ ରହୁଥିଲେ। ଛାତ୍ରଙ୍କ ପିତା ପୋଲିସ ଷ୍ଟେଶନରେ ଏନେଇ ଏକ ମାମଲା ରୁଜୁ କରିଛନ୍ତି। ସେ କହିଛନ୍ତି ଯେ, ମେ ୨୯ ଦିନ ଦିଦିଙ୍କ ଘରକୁ ଟ୍ୟୁସନ୍‌ ହେବାକୁ ତାଙ୍କ ପୁଅ ଯାଇଥିଲା। ଏହାପରଠାରୁ ସେ ଆଉ ଫେରିନାହିଁ। ଶିକ୍ଷୟତ୍ରୀଙ୍କ ପରିବାର ଲୋକେ ପ୍ରଥମେ ଏନେଇ କୌଣସି ପ୍ରତିକ୍ରିୟା ଦେଇ ନ ଥିଲେ। କିନ୍ତୁ ବିଳମ୍ବ ହେବା ପରେ ଶିକ୍ଷୟତ୍ରୀଙ୍କ ପିତା ମଧ୍ୟ ତାଙ୍କ ଝିଅ ଘରେ ନ ଥିବା କହିଥିଲେ। ପୋଲିସ ଅଭିଯୁକ୍ତ ଶିକ୍ଷୟତ୍ରୀଙ୍କ ନାଁରେ ଏକ ଅପହରଣ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପୋଲିସ ଏବେ ଶିକ୍ଷୟତ୍ରୀ ଏବଂ ଛାତ୍ରଙ୍କୁ ଖୋଜୁଛି। ଫେରାର ହେବା ପରେ ଉଭୟଙ୍କ ମୋବାଇଲ୍‌ ସୁଇଚ୍‌-ଅଫ୍‌ ଆସୁଛି। ସୂଚନାଯୋଗ୍ୟ, ଗତ ଦୁଇ ବର୍ଷ ହେବ ଛାତ୍ର ଜଣଙ୍କ ମହିଳାଙ୍କ ପାଖରେ ଟ୍ୟୁସନ୍‌ ହେଉଥିଲେ। ଲକ୍‌ଡାଉନ୍‌ରେ ସ୍କୁଲ ବନ୍ଦ ଥିବାରୁ ମହିଳାଙ୍କ ପାଖରେ ୪ ଘଣ୍ଟା ପାଠ ପଢୁଥିଲେ ଛାତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରିରେ ସରକାରୀ ବଙ୍ଗଳା ଛାଡ଼ିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୨ା୯: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ନବରାତ୍ରି ପାର୍ବଣ ବେଳେ ସରକାର ବଙ୍ଗଳା ଖାଲି କରିବେ ବୋଲି ରବିବାର ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୩ରେ...

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

ଓ୍ବିଲ୍‌ମିଙ୍ଗଟନ୍‌,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର...

ଉଦୟଭାନୁ ହେଲେ ଯୁବକଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୨ା୯ : କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ରବିବାର ଉଦୟଭାନୁ ଚିବ୍‌ଙ୍କୁ ଭାରତୀୟ ଯୁବ କଂଗ୍ରେସ (ଆଇଓ୍ବାଇସି)ର ନୂତନ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି। ସେ ଯୁବକଂଗ୍ରେସର...

କୋଲକାତା ବଳାତ୍କାର-ହତ୍ୟା ଘଟଣା: ସାମ୍ନାକୁ ଆସିଲା ଆଉ ଏକ କଳାଧନ୍ଦା!

କୋଲକାତା,୨୨।୯: ଅଭୟା ନାଁ ଦିଆଯାଇଥିବା ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ମୃତଦେହ କୋଲକାତାର ଆର.ଜି କର ମେଡିକାଲରେ ମିଳିଥିଲା। ଯାହକେ ନେଇ ସାରା ଦେଶରେ ଲାଗି...

ସାର୍ଟିଫିକେଟ ପାଇଁ ବାହାରିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୨।୯: ଫେବୃଆରୀ ବଦଳରେ ନଭେମ୍ବରରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ କି ବୋଲି ଏବେ ପ୍ରଶ୍ନ ଉଠିଛି। ଆଜିକାଲି ଜାତୀୟ ରାଜଧାନୀର ରାଜନୈତିକ ପରିବେଶରେ ଏହା...

ନିର୍ବାଚନ ପୂର୍ବରୁ ସୁପ୍ରିମକୋର୍ଟଙ୍କ ନିକଟରେ ବଡ ଦାବି ରଖିଲା ଶରଦ ପାଓ୍ବାରଙ୍କ ଦଳ

ମୁମ୍ବାଇ,୨୨।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାର ଦଳ ପାଇଁ ନିର୍ବାଚନ ଆୟୋଗଙ୍କ ଠାରୁ ଏନସିପି ଶରଦ ଦଳ ଏକ ବଡ ଦାବି କରିଛନ୍ତି।...

ଖୁସି ଖବର: ନୀତୀଶ ଦେବେ ବଡ ଉପହାର

ପାଟନା,୨୨।୯: ବିହାରର ଯୁବବର୍ଗଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ଅଛି । ବିହାର ସରକାରଙ୍କ ପୋଲିସ ବିଭାଗରେ ସେବା କରିବାକୁ ଚାହୁଁଥିବା ଯୁବକମାନେ...

କଂଗ୍ରେସରେ କାଷ୍ଟିଂ କାଉଚ! ଚେହେରା ଦେଖି ଦିଆଯାଉଛି ଟିକେଟ, ମହିଳା ନେତାଙ୍କ ଅଭିଯୋଗ ପରେ ବଢୁଛି ଉତ୍ତେଜନା

ନୂଆଦିଲ୍ଲୀ,୨୨।୯: ହରିୟାଣା ନିର୍ବାଚନରେ କଂଗ୍ରେସ ଚେହେରା ଆଧାରରେ ଟିକେଟ ବଣ୍ଟନ କରିଥିବା ଅଭିଯୋଗ ହୋଇଛି ଏବଂ ଏହି ଅଭିଯୋଗ ନିଜେ ଦଳର ମହିଳା ନେତାଙ୍କ ବ୍ୟତୀତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri