ନର୍ସଙ୍କୁ ଅଶାଳୀନ ବ୍ୟବହାର: ଗିରଫ ହେଲେ ଡାକ୍ତର

ରାଉରକେଲା,୧୬।୮(ସଙ୍ଗୀତା ଜେନା): ଝିରପାଣି ଥାନା ଅଧୀନ ଜଗଦା ୟୁଏସ୍‌ଡବ୍ଲ୍ୟସି ହେଲ୍‌ଥ ସେଣ୍ଟରରେ କାର୍ଯ୍ୟରତ ଜଣେ ନର୍ସଙ୍କୁ ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ପୋଲିସ ଜଣେ ଡାକ୍ତରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଜଗଦା ନିବାସୀ ଡାକ୍ତର ଗୌରବ ଓରାମ। ତାଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଛି। ଏ ନେଇ ପୋଲିସ ଏକ ମାମଲା (ନଂ.୧୧୯/୨୪) ରୁଜୁ କରିଛି।

ଅଭିଯୋଗ ଅନୁଯାୟୀ, ନର୍ସ ଜଣଙ୍କ ସୁନ୍ଦରଗଡ଼ରେ ରହୁଥିବା ବେଳେ ୟୁଏସ୍‌ଡବ୍ଲ୍ୟସି ହେଲ୍‌ଥ ସେଣ୍ଟରରେ କାମ କରୁଥିଲେ। ଗତ ୧୨ ତାରିଖ ସନ୍ଧ୍ୟାରେ ଡାକ୍ତର ଜଣଙ୍କ ଉକ୍ତ ନର୍ସଙ୍କୁ ତାଙ୍କ ଚ୍ୟାମ୍ବରକୁ ଡାକି ଅଶାଳୀନ ବ୍ୟବହାର କରିଥିଲେ। ଏହାକୁ ନର୍ସ ପ୍ରତିବାଦ କରିଥିଲେ ଏବଂ ଥାନାର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ବୁଧବାର ସମ୍ପୃକ୍ତ ଡାକ୍ତରଙ୍କୁ ପଚରାଉଚୁରା କରିବା ପରେ ଗୁରୁବାର ଗିରଫ କରି କୋର୍ଟଚାଲାଣ କରିଥିଲା। ସୂଚନାଯୋଗ୍ୟ, ନର୍ସ ଜଣଙ୍କ ଅଶାଳୀନ ବ୍ୟବହାରର ଶିକାର ହେବା ପରେ ତାଙ୍କ ଅଭିଭାବକ ରହୁଥିବା ସୁନ୍ଦରଗଡ଼ରୁ ୫୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଡକାଇ ଡାକ୍ତରଙ୍କୁ ଘେରାଉ କରିଥିଲେ। ଏହାପରେ ଭୟରେ ଡାକ୍ତର ଜଣଙ୍କ ଥାନାରେ ଶରଣ ପଶିଥିଲେ। ପୋଲିସ ହସ୍ତକ୍ଷେପ କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅତିପ୍ରବଳ ବର୍ଷା ଆଶଙ୍କା: ୪ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୬ା୧୦:ବାତ୍ୟା ‘ଦାନା’ ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହା ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା ସମେତ...

ପୁଣି ଆସିପାରେ ଆଉ ଏକ ବାତ୍ୟା: ଏହି ଦିନ ହେବ…

ଭୁବନେଶ୍ୱର,୨୬ା୧୦(ଅନିଲ ଦାସ):ବାତ୍ୟା ‘ଦାନା’ ଶୁକ୍ରବାର ଓଡ଼ିଶା ଉପକୂଳ ଅତିକ୍ରମ କରିଯାଇଛି। ଏହାର ବେଗ ଅଧିକ ନ ଥିବାରୁ ଓଡ଼ିଶା ବିପର୍ଯ୍ୟୟରୁ ବର୍ତ୍ତିଯାଇଛି। ତେବେ ରାଜ୍ୟ ଉପରୁ...

ପ୍ରେମିକଙ୍କୁ ଗଛରେ ବାନ୍ଧି କଲେଜ୍‌ ଛାତ୍ରୀଙ୍କୁ ଗଣବଳାତ୍କାର

ନୟାଗଡ଼/ ଭାପୁର, ୨୬।୧୦(ଲୋକନାଥ ମିଶ୍ର/ ଭରତ କୁମାର ବେହେରା):ନୟାଗଡ଼ ପୋଲିସ ଜିଲାର ଫତେଗଡ଼ ଥାନା ଅନ୍ତର୍ଗତ ପିଠାଖାଇ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ...

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri