ଡୋମିନିକାର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

ଡୋମିନିକା,୨୧।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଡୋମିନିକା ଏହାର ସର୍ବୋଚ୍ଚ ଜାତୀୟ ସମ୍ମାନ ‘ଡୋମିନିକା ଆଓ୍ବାର୍ଡ ଅଫ୍‌ ଅନ୍‌ର’ରେ ସମ୍ମାନିତ କରିଛି। ରାଷ୍ଟ୍ରପତି ସିଲଭାନି ବର୍ଟନ ମୋଦିଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି। ଫେବୃୟାରୀ ୨୦୨୧ରେ ପ୍ରଧାନମନ୍ତ୍ରୀ ଡୋମିନିକାକୁ ୭୦ ହଜାର ଡୋଜ୍‌ କରୋନା ଟିକା ଆଷ୍ଟ୍ରାଜେନେକା ଯୋଗାଇ ଦେଇଥିଲେ। ଏହାକୁ ନେଇ ଡୋମିନିକା ସରକାର ତାଙ୍କୁ ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ କରିବାକୁ ନିଷ୍ପତ୍ତି ନେଇଥିଲେ।

କରୋନା ମହାମାରୀ ସମୟରେ ବିଶ୍ୱର ବିଭିନ୍ନ ଦେଶ ସହ ଭାରତ ମାରାତ୍ମକ ମହାମାରୀ ସହ ସଂଘର୍ଷ କରୁଥିଲା। ଏହି ସମୟରେ ମୋଦି ଅନେକ ଦେଶକୁ ସହାୟତା କରିବାକୁ ଆଗେଇ ଆସିଥିଲେ। ସେ ମହାମାରୀ ସହ ସଂଘର୍ଷ କରୁଥିବା ଅନ୍ୟ ଦେଶକୁ ଟିକା ଏବଂ ଔଷଧ ଯୋଗାଇ ଦେଇଥିଲେ। ଏହି କାର୍ଯ୍ୟକୁ ଦୃଷ୍ଟିରେ ରଖି କମନଓ୍ବେଲଥ୍‌ ଅଫ୍‌ ଡୋମିନିକା ପ୍ରଧାନମନ୍ତ୍ରୀଙ୍କୁ ସର୍ବୋଚ୍ଚ ଜାତୀୟ ସମ୍ମାନ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଥିଲେ।

ଡୋମିନିକାର ସର୍ବୋଚ୍ଚ ଜାତୀୟ ସମ୍ମାନରେ ସମ୍ମାନିତ ହେବା ପରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ସମ୍ମାନ କେବଳ ମୋର ନୁହେଁ ଭାରତର ୧୪୦ କୋଟି ଲୋକଙ୍କ ପାଇଁ, ସେମାନଙ୍କର ମୂଲ୍ୟବୋଧ ଏବଂ ପରମ୍ପରା ପାଇଁ। ଆମେ ଦୁଇଟି ଗଣତାନ୍ତ୍ରିକ ରାଷ୍ଟ୍ର ଏବଂ ଆମେ ଦୁହେଁ ସମଗ୍ର ବିଶ୍ୱ ପାଇଁ ମହିଳା ସଶକ୍ତିକରଣର ଆଦର୍ଶ ଅଟୁ।

କହିରଖୁଛୁ, ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କୁ ଅନେକ ଦେଶ ନିଜର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ କରିଛି। କିଛି ଦିନ ପୂର୍ବେ ନାଇଜେରିଆ ତାଙ୍କୁ ଦେଶର ଦ୍ୱିତୀୟ ସର୍ବୋଚ୍ଚ ପୁରସ୍କାରରେ ସମ୍ମାନିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri