ଟ୍ରମ୍ପଙ୍କୁ ଝଟକା, ମାନହାନି ମାମଲାରେ ଦେବାକୁ ପଡିବ ୮୩ ମିଲିୟନ ଡଲାରର କ୍ଷତିପୂରଣ

ଓ୍ବାଶିଂଟନ୍‌,୨୭।୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମସ୍ୟା ବଢିବାରେ ଲାଗିଛି। ତାଙ୍କୁ ବର୍ତ୍ତମାନ ଲେଥିକା ଇ ଜିନ କାରୋଲଙ୍କ ବଳାତ୍କାର ଏବଂ ମାନହାନି ମାମଲାରେ ୮୩.୩ ନିୟୁତ ଡଲାରର କ୍ଷତିପୂରଣ ଦେବାକୁ ପଡିବ। ପ୍ରକୃତରେ ଟ୍ରମ୍ପ ଗୁରୁବାର ନ୍ୟୁୟର୍କ ଫେଡେରାଲ କୋର୍ଟରେ ସାକ୍ଷ୍ୟ ଦେଇଛନ୍ତି, କିନ୍ତୁ ବିବୃତ୍ତି ରେକର୍ଡ କରିବାବେଳେ ସେ କ୍ରୋଧିତ ହୋଇ କୋର୍ଟ ପରିସରରୁ ବାହାରକୁ ଚାଲିଆସିଥିଲେ। ତାଙ୍କର ଅଭିଯୋଗ ଥିଲା ଯେ ଲେଖକଙ୍କ ଯୌନ ଶୋଷଣ ଅଭିଯୋଗକୁ ଖଣ୍ଡନ କରିବାକୁ ମାତ୍ର ତିନି ମିନିଟ ସମୟ ଦିଆଯାଇଥିଲା। ତେବେ ଏହି ମାମଲାରେ ତାଙ୍କର ଅନ୍ତିମ ଶୁଣାଣି ଶୁକ୍ରବାର ହୋଇଥିଲା।

ଟ୍ରମ୍ପ ଦାବି କରିଛନ୍ତି, ସେ କାରୋଲ ବିଷୟରେ କେବେ ଶୁଣି ନ ଥିଲେ। କାରୋଲ ଏକ ମିଥ୍ୟା କାହାଣୀ ତିଆରି କରିଛନ୍ତି। ତାଙ୍କ ଓକିଲ କହିଛନ୍ତି ଯେ, କାରୋଲ ଖ୍ୟାତି ପାଇଁ ଭୋକିଲା ଏବଂ ତାଙ୍କ ଶତ୍ରୁମାନଙ୍କ ବିରୁଦ୍ଧରେ କହି ସମର୍ଥକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଟସର୍କିଟରୁ ଅଗ୍ନିକାଣ୍ଡ: ସବୁକିଛି ଜଳିପୋଡ଼ି ପାଉଁଶ, ଜଣେ ଆହତ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ):ଭଞ୍ଜନଗର ଥାନା ଅନ୍ତର୍ଗତ ତୁରୁମୁ ପଞ୍ଚାୟତର ଜଡାହାଟୁଣିର ବିଜୟ ଚନ୍ଦ୍ର ପାଢ଼ୀଙ୍କ ଘରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି ସଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା...

ଜଙ୍ଗଲରେ ନିଆଁ ଲିଭାଇଲା ବେଳେ ପୋଡ଼ି ଯାଇଥିଲେ କର୍ମଚାରୀ: ଆନ୍ଦେଳନ ପରେ ମିଳିଲା ୧୦ ଲକ୍ଷ କ୍ଷତିପୂରଣ

କୁଆଁରମୁଣ୍ଡା,୧୦ା୪(ମହେନ୍ଦ୍ର କୁମାର ସାହୁ): ଇସ୍ପାତ ଜେନେରାଲ ହସ୍ପିଟାଲରେ ବୁଧବାର ଚିକିତ୍ସାଧୀନ ଅବସ୍ଥାରେ ଠିକା ବନ କର୍ମଚାରୀ ସମରା ଓରାମ(୩୮)ଙ୍କ ମୃତ୍ୟୁ ଘଟିଥିଲା। ଗୁରୁବାର ମୃତକଙ୍କ ଗ୍ରାମ...

ହାସିନାଙ୍କୁ ଯିବାକୁ ପଡ଼ିବ ବାଂଲାଦେଶ? କୋର୍ଟ ଜାରି କଲେ ଓ୍ବାରଣ୍ଟ

ଢାକା,୧୦।୪: ବାଂଲାଦେଶର ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ଆଉ ଏକ ଗିରଫଦାରୀ ୱାରେଣ୍ଟ ଜାରି କରାଯାଇଛି। ରାଜଧାନୀ ଢାକାର ଏକ କୋର୍ଟ ଗୁରୁବାର ଏକ...

ରାଜ୍ୟ ରାଜପଥରେ ହାତୀ ଉପଦ୍ରବ

ଜି.ଉଦୟଗିରି,୧୦।୪,(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଠାରୁ କଳିଙ୍ଗା ଯିବା ରାଜ୍ୟ ରାଜପଥ ନିକଟ ରାଇପଦାଠାରେ ଗୁରୁବାର ସା ୮ ଘଣ୍ଟିକା ଠାରୁ ହାତୀପଲ...

ବଳାତ୍କାରୀଙ୍କୁ ୨୦ବର୍ଷ ଜେଲ

ସମ୍ବଲପୁର,୧୦ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଶାସନ ଥାନା ଅଞ୍ଚଳରେ ୨୦୨୩ରେ ଘଟିଥିବା ଶିଶୁକନ୍ୟା ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ସମ୍ବଲପୁର ପୋକ୍‌ସୋ ଅଦାଲତ...

ପ୍ରତ୍ୟର୍ପଣ ପରେ ଆତଙ୍କବାଦୀ ରାଣାଙ୍କ ପ୍ରଥମ ଫଟୋ ଆସିଲା ସାମ୍ନାକୁ, NIA କୋର୍ଟରେ ହେବେ ହାଜର

ନୂଆଦିଲ୍ଲୀ,୧୦।୪: ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ରାଣାକୁ ଗୁରୁବାର (୧୦ ଏପ୍ରିଲ, ୨୦୨୫) ଭାରତ ଅଣାଯାଇଛି। ଏନଆଇଏ ଟିମ ଏକ ସ୍ବତନ୍ତ୍ର ବିମାନ ଯୋଗେ...

ବ୍ୟାଙ୍କ କର୍ମଚାରୀ ନିଯୁକ୍ତିରେ ଏକ ବଡ଼ଧରଣର ଜାଲିଆତି: ଜଣେ କର୍ମଚାରୀ ନିଲମ୍ବିତ

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ସମ୍ବଲପୁର ଜିଲା ସମବାୟ କେନ୍ଦ୍ର (ଏସ୍‌ଡ଼ିସିସି) ବ୍ୟାଙ୍କ କର୍ମଚାରୀ ନିଯୁକ୍ତିରେ ଏକ ବଡ଼ଧରଣର ଜାଲିଆତି ଅଭିଯୋଗ ହୋଇଛି। ଅତାବିରା ବିଧାୟକ ନିହାର...

ପାଲଟା ଟାରିଫ୍‌କୁ ୯୦ ଦିନ ଅଟକାଇଲା ୟୁରୋପୀୟ ସଂଘ

ବ୍ରସେଲ୍ସ,୧୦।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରେସିପ୍ରୋକାଲ ଟାରିଫ୍‌ କାର୍ଯ୍ୟକାରିତାକୁ ୯୦ ଦିନ ସ୍ଥଗିତ ରଖିବା ପରେ ୟୁରୋପୀୟ ସଂଘ (ଇୟୁ) ମଧ୍ୟ ଆମେରିକା ସାମଗ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image