‘ଛୋଟପିଲା, ଗୃହପାଳିତ ପଶୁଙ୍କୁ କାର୍‌ ଭିତରେ ଏକୁଟିଆ ଛାଡ଼ନ୍ତୁ ନାହିଁ’

କଟକ, ୧୮ା୬(କାର୍ତ୍ତିକ ସାହୁ)କାର୍‌ ଭିତରେ ଶ୍ୱାସରୁଦ୍ଧ ହୋଇ ଶିଶୁ ମୃତ୍ୟୁ ଘଟଣାକୁ ନେଇ ଓଡ଼ିଶା ପୋଲିସ ଅଭିଭାବକମାନଙ୍କୁ ସତର୍କ କରାଇଛି। ଛୋଟ ପିଲା ଓ ଗୃହପାଳିତ ପଶୁଙ୍କୁ କାର୍‌ ଭିତରେ ଏକୁଟିଆ ଛାଡ଼ନ୍ତୁ ନାହିଁ ବୋଲି ଓଡ଼ିଶା ପୋଲିସ ପକ୍ଷରୁ ଟୁଇଟର ଯୋଗେ ସତର୍କ କରାଯାଇଛି। ବିଶେଷକରି ଗ୍ରୀଷ୍ମଦିନେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଓ ରୌଦ୍ରତାପ କାରଣରୁ ବନ୍ଦ କାର୍‌ ଭିତରେ ତାପମାତ୍ରା ଅସମ୍ଭବ ଭାବେ ବୃଦ୍ଧି ପାଇଥାଏ। ସାଧାରଣତଃ ବାହାରର ତାପମାତ୍ରା ୪୦ ଡିଗ୍ରୀ ଥିବାବେଳେ କାର୍‌ ଭିତରର ତାପମାତ୍ରା ବୃଦ୍ଧି ପାଇଁ ୬୦ ଡିଗ୍ରୀ ହେବାକୁ ମାତ୍ର ୧୫ ମିନିଟ୍‌ ସମୟ ଲାଗେ। ଏହା ସ୍ବାସ୍ଥ୍ୟ ପାଇଁ ହାନିକାରକ ହେବା ସହ ଜୀବନ ଚାଲିଯିବାର ଆଶଙ୍କା ରହିଛି। ତେଣୁ ଓଡ଼ିଶା ପୋଲିସ ପକ୍ଷରୁ ସାମ୍ପ୍ରତିକ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏଭଳି ସତର୍କତାମୂଳକ ବାର୍ତ୍ତା ପ୍ରଦାନ କରାଯାଇଛି। ଓଡ଼ିଶା ପୋଲିସର ଏହି ବାର୍ତ୍ତାକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି। ସୂଚନାଯୋଗ୍ୟ, କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ କାର୍‌ ଭିତରେ ଶ୍ୱାସରୁଦ୍ଧ ହୋଇ ଶୁକ୍ରବାର ଜଣେ ଶିଶୁର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟବାସୀଙ୍କୁ ମିଳିବ ୨ ସ୍ବାସ୍ଥ୍ୟ କାର୍ଡ, ଜାଣନ୍ତୁ କିପରି କରିବେ ରେଜିଷ୍ଟ୍ରେଶନ, କ’ଣ ଡକ୍ୟୁମେଣ୍ଟ ଆବଶ୍ୟକ

ଭୁବନେଶ୍ୱର,୨୮।୧୦: ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭...

ବାପା ଗାଡି ଚାଳକ, ଝିଅ ପାଇଲେ ଓଏଏସ୍‌: ଏବେ ମିଳୁଛି ଗଦାଗଦା ପୁରସ୍କାର

ଦାରିଙ୍ଗବାଡି,୨୮।୧୦ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡିର ରୁନିତା ପ୍ରଧାନ ୨୦୨୨ ଓଡିଶା ସିଭିଲ ସର୍ଭିସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଜିଲାରୁ ୭ ଜଣ ଏହି...

କେଉଁ ଦିନ ପାଳନ କରିବେ ଦୀପାବଳି, ୩୧ ନା ୧, ଦ୍ୱନ୍ଦରେ ଅଛନ୍ତି କି?

ଭୁବନେଶ୍ୱର,୨୮।୧୦: ପୂର୍ବରୁ ଅନେକ ପର୍ବପର୍ବାଣୀ ଦୁଇଦିନ ପଡ଼ିଥିବାବେଳେ ଏବେ ଦୀପାବଳିକୁ ନେଇ ପୁଣି ଦ୍ବନ୍ଦ୍ବ ଦେଖାଦେଇଛି । ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ...

ଦୁର୍ନୀତିକୁ ଦିଆଯିବନି ପ୍ରଶୟ: ଅଙ୍ଗନାୱାଡି କର୍ମୀଙ୍କୁ ଶପଥ ପାଠ କରାଇଲେ ସିଡିପିଓ

ଦାରିଙ୍ଗବାଡି,୨୮।୧୦(ଅରୁଣ ସାହୁ): ରାଜ୍ୟରେ ଚାଲିଛି ଦୁର୍ନୀତି ନିବାରଣ ସଚେତନ କାର୍ଯ୍ୟକ୍ରମ। ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ଏନେଇ ସଚେତନ କରାଯାଉଛି। ଏହି କ୍ରମରେ ଦାରିଙ୍ଗବାଡିର ସମନ୍ବିତ ଶିଶୁ...

ରେଳ ମେଲ୍‌ସେବା ସ୍ଥାନାନ୍ତରଣକୁ ନେଇ ତେଜିଲା ବିରୋଧ

କେସିଙ୍ଗା,୨୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେଳ ଷ୍ଟେଶନ ସ୍ଥିତ ରେଳ ଡାକସେବା(ଆର୍‌ଏମ୍‌ଏସ୍‌) ସ୍ଥାନାନ୍ତରଣକୁ ବିରୋଧ କରି କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ ପକ୍ଷରୁ...

ଅଳିଆ ଗଦାରେ ଦାରିଙ୍ଗବାଡି: ପରିମଳ ନିୟନ୍ତ୍ରଣ ପାଇଁ ନିବେଦନ

ଦାରିଙ୍ଗବାଡି,୨୮।୧୦(ଅରୁଣ ସାହୁ)-ଅଳିଆ ଗଦାରେ ଦାରିଙ୍ଗବାଡି। ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ରହିଥିବା ଦାରିଙ୍ଗବାଡି ଏବେ ପରିବେଶ ଦୂଷିତ ହେବାରେ ଲାଗିଛି। ସହରରୁ...

ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୮।୧୦: ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। କ୍ରୀଡା ଓ ଯୁବ ସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି...

ଘଡ଼ଘଡି ସହ ହେବ ପ୍ରବଳ ବର୍ଷା: ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୮।୧୦: ଉପକୂଳବର୍ତ୍ତୀ ଓଡିଶା ଉପରେ ଊର୍ଦ୍ଧ୍ୱ ବାୟୁ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗରେ ଅଗ୍ରସର ହେଉଛିି। ଏହି କ୍ରମରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ଏବଂ ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri