Advertisement

ଜରୁରୀ ନ ଥିଲେ ଘରୁ ବାହାର ନାହିଁ: ଜିଲାପାଳ

କୋରାପୁଟ,୬ା୪(ଅମିତାଭ ବେହେରା): କୋରାପୁଟ ଜିଲାରେ ଦିନକୁ ଦିନ ପ୍ରବଳ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ନେଇ ବିଭିିନ୍ନ ପଦକ୍ଷେପ ଗ୍ରହଣ କରିବାକୁ ସ୍ଥାନୀୟ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଶନିବାର ସନ୍ଧ୍ୟାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଜିଲାପାଳ ଭି. କୀର୍ତ୍ତି ଭାସନ ସୂଚନା ଦେଇଛନ୍ତି। ବର୍ତ୍ତମାନ ଜିଲାର ଦୈନିକ ତାପମାତ୍ରା ୩୬ରୁ ୪୦ ଡିଗ୍ରୀ ମଧ୍ୟରେ ରହୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଜିଲାର ଥିବା ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ସକାଳ ୬ଟା ୩୦ରୁ ପୂର୍ବାହ୍ନ ୧୦.୩୦ ପର୍ଯ୍ୟନ୍ତ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ବେଳେ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଯାଏ ସମସ୍ତ ଶ୍ରମ କାର୍ଯ୍ୟ ବନ୍ଦ ରଖାଯିବା ନେଇ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ସେହିପରି ଲୋକମାନଙ୍କୁ ଉପରୋକ୍ତ ସମୟରେ କେବଳ ଜରୁରୀ ନ ଥିଲେ ଘରୁ ପଦାକୁ ନ ବାହାରିବାକୁ ପରାମର୍ଶ ଦେଇଛନ୍ତି ଜିଲାପାଳ। ସମସ୍ତ ବିଦ୍ୟାଳୟରେ ଆବଶ୍ୟକ ପରିମାଣରେ ଓଆର୍‌ଏସ୍‌ ପାଉଚ୍‌ ଓ ବିଶୁଦ୍ଧ ପାନୀୟ ଜଳ ମହଜୁଦ କରିବାକୁ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel