Posted inଖେଳ

ଡୋପିଂ: ଟେନିସ ଖେଳାଳି ମାର୍ଟିନ ସସ୍‌ପେଣ୍ଡ

ଲଣ୍ଡନ, ୧୦ା୮(ଏପି): ଟେନିସ ଖେଳାଳି ଆନ୍ଦ୍ରେଜ ମାର୍ଟିନ ଏକ ପ୍ରତିଯୋଗିତା ବେଳେ ହୋଇଥିବା ଡୋପ୍‌ ଟେଷ୍ଟରେ ବିଫଳ ହେବାରୁ ମଙ୍ଗଳବାର ତାଙ୍କୁ ସସ୍‌ପେଣ୍ଡ କରାଯାଇଛି। ସ୍ଲୋଭାକିଆର ଏହି ୩୨ ବର୍ଷୀୟ ଖେଳାଳିଙ୍କର ଗତ ଜୁନ୍‌ରେ ତାଙ୍କ ଦେଶର ଏକ ଦ୍ୱିତୀୟ ପାହ୍ୟା ଟୁର୍ନାମେଣ୍ଟ ବେଳେ ଡୋପ୍‌ ଟେଷ୍ଟ କରାଯାଇଥିଲା। ତାଙ୍କଠାରୁ ସଂଗ୍ରହ କରାଯାଇଥିବା ସାମ୍ପଲରେ ଏସ୍‌ଏଆର୍‌ଏମ୍‌ ଏସ୍‌-୨୨ (ଏକ ପ୍ରକାର ସିନ୍ଥେଟିକ୍‌ ପଦାର୍ଥ) ଠାବ କରାଯାଇଥିଲା, ଯାହାକି ପୁରୁଷ ହରମୋନ ବୃଦ୍ଧିରେ ସହାୟକ ହୋଇଥାଏ। ୨୦୨୦ରେ ମାର୍ଟିନ ତାଙ୍କ କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ ୯୩ତମ ସ୍ଥାନ ହାସଲ କରିଥିଲେ। ପଜିଟିଭ ଟେଷ୍ଟ ବେଳେ ସେ ୧୯୧ତମ ସ୍ଥାନରେ ରହିଥିଲେ। ତାଙ୍କ କ୍ୟାରିୟରର ବିଜୟ ପରାଜୟ ରେକର୍ଡ ୨୭-୩୮ ରହିଛି। ଚଳିତବର୍ଷ ପ୍ରତିଟି ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟର କ୍ୱାଲିଫାଇଂ ରାଉଣ୍ଡରୁ ସେ ବିଦାୟ ନେଇଛନ୍ତି। ମାମଲା ବିଚାରଧୀନ ଥିବାରୁ ଇଣ୍ଟରନ୍ୟାଶନାଲ ଟେନିସ ଇଣ୍ଟିଗ୍ରିଟି ଏଜେନ୍ସି (ଆଇଟିଆଇଏ) ତାଙ୍କୁ ବର୍ତ୍ତମାନ ଇଭେଣ୍ଟରେ ଖେଳିବା ଓ ଉପସ୍ଥିତକୁ ବାରଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାଂଲାଦେଶକୁ ହରାଇ ଇତିହାସ ରଚିଲା ଭାରତ, ୯୨ ବର୍ଷରେ ପ୍ରଥମ ଥର ପାଇଁ ହେଲା ଏମିତି

ନୂଆଦିଲ୍ଲୀ,୨୨।୯: ଭାରତ ବଡ଼ ବିଜୟ ହାସଲ କରିଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱ...

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri