‘ଦରଦାମ ନିୟନ୍ତ୍ରଣ କରିବାରେ ଡବଲ ଇଞ୍ଜିନ ସରକାର ବିଫଳ’

ବାରିପଦା,୧୨ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟରେ ଖାଉଟି ସାମଗ୍ରୀର ଅହେତୁକ ଦରଦାମ ବୃଦ୍ଧିକୁ ବିରୋଧ କରି ଭାରତ ଟ୍ରେଡ୍‌ ୟୁନିୟନ (ସିଆଇଟିୟୁ)ର ମୟୁରଭଞ୍ଜ ଜିଲା କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏନେଇ ୧୫ ଦଫା ସମ୍ବଳିତ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳଙ୍କୁ ପ୍ରଦାନ କରାଯାଇଛି।
ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟର ଆକାଶଛୁଅଁା ଦରଦାମ ବୃଦ୍ଧିକୁ ନେଇ ଗରିବଙ୍କ ସମେତ ମଧ୍ୟବିତ୍ତ ପରିବାର ଗୁଜୁରାଣ ମେଣ୍ଟାଇବା କଷ୍ଟକର ହୋଇ ପଡୁଛି। ସବୁ ଜାଣି ସୁଦ୍ଧା ଭାଜପାର ଡବଲ ଇଞ୍ଜିନ ସରକାର ଦରଦାମ ନିୟନ୍ତ୍ରଣରେ ବିଫଳ ହୋଇଛନ୍ତି। ନୂତନ ସରକାର ଗଠନ ହେବା ପରେ ଚାଉଳ, ଡାଲି, ତେଲ, ଆଳୁ, ପିଆଜ, ପନିପରିବାଠାରୁ ଆରମ୍ଭ କରି ସମସ୍ତ ଅତ୍ୟାବଶ୍ୟକୀୟ ଖାଉଟି ସାମଗ୍ରୀର ଦର ଅହେତୁକ ବୃଦ୍ଧି ପାଇବାରେ ଲାଗିଛି।
କେନ୍ଦ୍ର ସରକାର କ୍ଷୀର ଦର ଦାମ ୨ ଟଙ୍କା ବଢ଼ାଇ ସହ ଟୋଲ୍‌ଗେଟରେ ୫ଭାଗ ଟିକସ ବୃଦ୍ଧି କରିଛନ୍ତି। ଏଥି ସହିତ ନିର୍ବାଚନ ପୂର୍ବରୁ ଜୀବନ ରକ୍ଷାକାରୀ ଔଷଧ ସମେତ ବିଭିନ୍ନ ପ୍ରକାର ଔଷଧର ମୂଲ୍ୟ ବହୁଗୁଣ ବୃଦ୍ଧି ପାଇଛି ବୋଲି ସିଆଇଟିୟୁ ଅଭିଯୋଗ କରିଛି।
ବିକ୍ଷୋଭ ସମୟରେ ସିଆଇଟିୟୁ ପକ୍ଷରୁ ରବି ଗୋସ୍ବାମୀ, ବିକର୍ତ୍ତନ କବି ଓ ଅମଳ ଦେ ଏବଂ ଏଆଇସିୟୁଟୁ ପକ୍ଷରୁ କାହ୍ନୁଚରଣ ବେହେରା, ସିପିଆଇ(ଏମ୍‌) ଜିଲା ନେତା ମୃତ୍ୟୁଞ୍ଜୟ ବେହେରା, ପାଚିକା ସଂଘର ରାଜ୍ୟ ଉପ ସାଧାରଣ ସମ୍ପାଦିକା କ୍ଷୀରମଣି ମହାନ୍ତ, ମାଧୁରୀ ସିନ୍ଧୁ, ସାରାଣୀ ବେହେରା, ମାଳତି ମହାନ୍ତ, କୁଞ୍ଜଲତା ମହାନ୍ତ, ଓଡ଼ିଶା କ୍ଷେତ ମଜଦୂର ୟୁନିୟନ ସଂଘର କର୍ମକର୍ତ୍ତା ପ୍ରମୁଖଙ୍କ ସମେତ ଅନ୍ୟାନ୍ୟ ଅନେକ ସଦସ୍ୟ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମିଳିଲା ହାତୀର ମୃତ ଦେହ : ଶିମିଳିପାଳରେ…

ବାରିପଦା,୨୦।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ତାଳବନ୍ଧ ରେଞ୍ଜ ବାଲିଆଢିପା ଜଙ୍ଗଲରେ ଏକ ହାତୀର ମୃତ...

ଭରତପୁର ଥାନା ଘଟଣା: ସାମ୍ନାକୁ ଆସିଲା ବଡ଼ ପ୍ରମାଣ , କ’ଣ ହୋଇଥିଲା ସେ ରାତିରେ… 

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଦନ ଗଡ଼ିବା ସହ ନୂଆନୂଆ ତଥ୍ୟ...

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପୂର୍ବରୁ ଯୁବ କଂଗ୍ରେସ କର୍ମୀଙ୍କୁ ଉଠାଇନେଲା ପୋଲିସ

କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କେନ୍ଦୁଝର ଗସ୍ତ ପୂର୍ବରୁ ପୋଲିସ କଂଗ୍ରେସ କର୍ମୀଙ୍କୁ ଥାନାକୁ ଉଠାଇନେଇଛି। କର୍ମୀମାନେ କଳା ଡ୍ରେସ୍‌ ପିନ୍ଧି ବିକ୍ଷୋଭ...

ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏକ...

ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…

ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି।...

ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି।...

ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ...

ନବୀନଙ୍କ କଥାରେ ଚିହିଁକି ଉଠିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…

ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri