ସ୍ଥାୟିତ୍ୱ ନେଇ ସନ୍ଦେହ

ଛେଣ୍ଡିପଦା,୩୦।୧୦ (ଡି.ଏନ.ଏ.): ଅନୁଗୋଳ ଜିଲାରେ ପର୍ଯ୍ୟଟନକୁ ନୂଆ ଦିଶା ଦେବାକୁ କିଛିବର୍ଷ ହେଲା ଉଦ୍ୟମ ହେଉଛି। ଏଥିପାଇଁ ସହର ଓ ଗ୍ରାମାଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀଗୁଡ଼ିକର ଉନ୍ନତୀକରଣ କରାଯାଉଛି। ଏପରି କି ଦେବଦେବୀ ପୀଠ ଓ ଏହା ନିକଟରେ ଥିବା ପର୍ଯ୍ୟଟନ ସ୍ଥାନଗୁଡ଼ିକୁ ଅଧିକ ଆକର୍ଷଣୀୟ କରିବାକୁ ବହୁ କୋଟି ଟଙ୍କା ବ୍ୟୟ କରାଯାଉଛି। ଗତ ୨ ବର୍ଷ ମଧ୍ୟରେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରାଯାଇ ଛେଣ୍ଡିପଦା ବ୍ଲକ ପାତ୍ରପଡ଼ାସ୍ଥିତ ବାୟାଣୀ ପୀଠର ବିକାଶ କରାଯାଇଥିତ୍ଲା। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ଏଠାରେ ନୂଆ ନୂଆ ପ୍ରକଳ୍ପ ପ୍ରସ୍ତୁତ କରାଯାଇଥିଲ। ହେଲେ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ବାୟାଣୀପୀଠର ପର୍ଯ୍ୟଟନ ପ୍ରକଳ୍ପଗୁଡ଼ିକ ଶ୍ରୀହୀନ ହୋଇପଡ଼ିଥିବା ଅଭିଯୋଗ ହେଉଛି। ଏପରି କି ଖୋଳାଯାଇଥିବା ପୋଖରୀରେ ଆବଶ୍ୟକ ପାଣି ନ ଥିବାବେଳେ ବୋଟିଂ ବ୍ୟବସ୍ଥା ଅଚଳ ହୋଇପଡ଼ିଛି। ଫଳରେ ଏହି ପର୍ଯ୍ୟଟନ ପ୍ରକଳ୍ପଗୁଡ଼ିକର ସ୍ଥାୟିତ୍ୱ ନେଇ ସାଧାରଣରେ ସନ୍ଦେହ ସୃଷ୍ଟି ହୋଇଛି।
ଛେଣ୍ଡିପଦା ବ୍ଲକ ପାତ୍ରପଡା ପଞ୍ଚାୟତରେ ରହିଛି ମା’ ବାୟାଣୀଙ୍କ ପୀଠ। ଦେବୀନଗର ପାହାଡ଼ ତଳେ ଥିବା ଏହି ପୀଠର ପରିବେଶ ଅତ୍ୟନ୍ତ ମନୋରମ ହୋଇଥିବାରୁ ଜିଲା ଓ ବାହାର ଅଞ୍ଚଳରୁ ବର୍ଷତମାମ ପର୍ଯ୍ୟଟକ ଆସିଥାନ୍ତି। ବିଶେଷକରି ଚୈତ୍ରମାସରେ ପଡ଼ୁଥିବା ମା’ଙ୍କ ବାର୍ଷିକ ଯାତ୍ରାରେ ସାମିଲ ହେବାକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟେ। ସେହିପରି ବଣଭୋଜି ପାଇଁ ଏହା ଏକ ପ୍ରକୃଷ୍ଟ ସ୍ଥାନ ହୋଇଥିବାରୁ ପର୍ଯ୍ୟଟନ ଋତୁରେ ଦୈନିକ ଶତାଧିକ ପର୍ଯ୍ୟଟକଙ୍କ ଆଗମନ ହୁଏ। ଏହାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବାୟାଣୀ ପୀଠ ନିକଟ ପର୍ଯ୍ୟଟନସ୍ଥଳୀର ବିକାଶ କାର୍ଯ୍ୟ ହାତକୁ ନିଆଯାଇଥିଲା। ୨ କୋଟିରୁ ଅଧିକ ଟଙ୍କା ବ୍ୟୟରେ ପାର୍କ, ପୋଖରୀ, ବୋଟିଂ, ପର୍ଯ୍ୟଟକଙ୍କ ବସିବା ପାଇଁ ବେଞ୍ଚ, ପିଣ୍ଡି, ଫୁଲ ବଗିଚା ଆଦି କରାଯାଇଥିଲା। ଫଳରେ ପୂର୍ବାପେକ୍ଷା ଅଧିକ ସଂଖ୍ୟକ ପର୍ଯ୍ୟଟକ ଏଠାକୁ ଆସୁଥିବା ଲକ୍ଷ୍ୟ କରାଯାଇଥିଲା। ହେଲେ ପଞ୍ଚାୟତ ଓ ପ୍ରଶାସନ ପକ୍ଷରୁ ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରାଯାଉ ନ ଥିବାରୁ ଏହି ପର୍ଯ୍ୟଟନସ୍ଥାନ ଏବେ ଶ୍ରୀହୀନ ହୋଇପଡ଼ୁଥିବା ଅଭିଯୋଗ ହେଉଛି। ଖୋଳାଯାଇଥିବା ପୋଖରୀରେ ଆବଶ୍ୟକ ପାଣି ନାହିଁ। ବୋଟିଂ ପାଇଁ ଥିବା ବୋଟ ଅଚଳ ହୋଇପଡ଼ିଛି। ଦୂରଦୂରାନ୍ତରୁ ଆସୁଥିବା ପର୍ଯ୍ୟଟକମାନେ ମନ ଊଣା କରି ଫେରୁଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି। ତୁରନ୍ତ ପ୍ରଶାସନ ପକ୍ଷରୁ ଏଥିପ୍ରତି ଧ୍ୟାନ ଦିଆଯିବାକୁ ଦାବି ହେଉଛି।

 

ପଞ୍ଚାୟତ ପକ୍ଷରୁ ଧ୍ୟାନ ଦିଆଯାଉଛି
ବାୟାଣୀ ପୀଠର ବିକାଶ ଉପରେ ପାତ୍ରପଡ଼ା ପଞ୍ଚାୟତ ପକ୍ଷରୁ ସ୍ବତନ୍ତ୍ର ଧ୍ୟାନ ଦିଆଯାଉଛି। ପୂର୍ବରୁ କରାଯାଇଥିବା ପ୍ରକଳ୍ପଗୁଡିକର ପ୍ରଥମ ପର୍ଯ୍ୟାୟ ନବୀକରଣ ଆରମ୍ଭ ହୋଇଛି। ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ପାଇଁ ସ୍ଥାନୀୟ ଗ୍ରାମବାସୀଙ୍କ ସହିତ ଆଲୋଚନା କରାଯାଇ ପଦକ୍ଷେପ ନିଆଯିବ।
-ରଶ୍ମିତା ପ୍ରଧାନ, ପାତ୍ରପଡ଼ା ସରପଞ୍ଚ
ଉପଯୁକ୍ତ ତଦାରଖ କରାଯାଉ ନାହିଁ
ବାୟାଣୀ ପୀଠର ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରାଯାଇଛି। କିନ୍ତୁ ପ୍ରଶାସନ ପକ୍ଷରୁ ଉପଯୁକ୍ତ ତଦାରଖ କରାଯାଉ ନ ଥିବାରୁ ଏପରି ସ୍ଥିତି ସୃଷ୍ଟି ହୋଇଛି। କେଉଁ ସ୍ଥାନରେ ବିକାଶ କାର୍ଯ୍ୟ କରାଗଲେ ପର୍ଯ୍ୟଟନ କ୍ଷେତ୍ରର ଶୋଭାବର୍ଦ୍ଧନ ହେବ, ସେ ନେଇ ପୂର୍ବରୁ ଯୋଜନା କରାଯାଉ ନାହିଁ। ଏଥିପ୍ରତି ପ୍ରଶାସନ ସ୍ବତନ୍ତ୍ର ଧ୍ୟାନ ଦେବା ଆବଶ୍ୟକ।
-ପବିତ୍ର ମୋହନ ସାହୁ, ପିପଳବାହଳ


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା...

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି।...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି।...

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri