ନାବାଳିକାଙ୍କୁ ବଳାତ୍କାର କରି ନାଟକ ମାଷ୍ଟର ଗଲେ ୨୦ ବର୍ଷ ଜେଲ

ବ୍ରହ୍ମପୁର,୨୦।୩ (ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ମଙ୍ଗଳବାର ଏକ ବଳାତ୍କାର ମାମଲାରେ ଦୋଷୀଙ୍କୁ ୨୦ବର୍ଷ ଜେଲଦଣ୍ଡ ସହିତ ୧ଲକ୍ଷ ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ୮ ମାସ କାରାଦଣ୍ଡ ଭୋଗିବାକୁ ଜଜ୍‌ ରାୟରେ ଉଲ୍ଲେଖ କରିଛନ୍ତି। ଦୋଷୀ ଜଣଙ୍କ ହେଲେ ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବାଲିଆସରା ଗ୍ରାମର ଭାରତଲୀଳା ନାଟକ ମାଷ୍ଟ୍ର କାଳିଆ ବିଶ୍ୱାଳ(୩୨)। ଅନ୍ୟପକ୍ଷରେ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେବାକୁ ଜଜ୍‌ ଜିଲା ଆଇନ ସେବା ପ୍ରାଧିକରଣ ସଚିବ( ଡିଏଲଏସଏ)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୯ରେ କାଳିଆ କେ. ନୂଆଗାଁ ଥାନା ଅଞ୍ଚଳର ଜଣେ ଆଦିବାସୀ ନାବାଳିକାଙ୍କୁ ପ୍ରହଲ୍ଲାଦ ନାଟକ ଶିକ୍ଷା ଦେବାକୁ ତାଙ୍କ ପରିବାର ଲୋକଙ୍କୁ କହିଥିଲେ। ଏ ବାବଦକୁ ମାସିକ କିଛି ଟଙ୍କା ଦେବେ ବୋଲି ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ସାଥିରେ ନେଇଯାଇଥିଲେ। ତାଙ୍କୁ ଆସ୍କା ପଲ୍ଲୀରେ ଏକ ଘର ଭଡ଼ା ନେଇ ରଖି ସେଠାରେ ବଳାତ୍କାର କରିଥିଲେ। ୨୦୨୧ ଏପ୍ରିଲ ୨୧ ତାରିଖରେ ପୀଡ଼ିତା ଜଣଙ୍କ ସେଠାରୁ କୌଶଳକ୍ରମେ ଖସି ଆସି ଘଟଣା ସମ୍ପର୍କରେ କେ. ନୂଆଗାଁ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୧୭/୨୧ ରେ ଏକ ମାମଲା ରୁଜୁ କରିଥିଲା। ୪ ଦିନ ପରେ ଅଭିଯୁକ୍ତ କାଳିଆଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତଦନ୍ତକାରୀ ଅଧିକାରୀ ତଥା ତତ୍କାଳୀନ ଚିକିଟି ଏସଡ଼ିପିଓ ସୁରେନ୍ଦ୍ର ନାଥ ମୁର୍ମୁ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ୨୦୨୨ ଜୁଲାଇ ୧୫ ତାରିଖରେ ଅଭିଯୁକ୍ତଙ୍କୁ ହାଇକୋର୍ଟରୁ ଜାମିନ ମିଳିଥିଲା। ମାମଲାର ବିଚାର ବେଳେ ୯ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ରାୟ ପ୍ରକାଶ ବେଳେ କାଳିଆ ବିଶ୍ୱାଳ କୋର୍ଟରେ ହାଜର ହୋଇଥିଲେ। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ମୋହନ ସିଙ୍ଗାରୀ ମକଦ୍ଦମା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri