Posted inଖେଳ

ଡ୍ରାଭିଡ ହେବେ ରାଜସ୍ଥାନର ମୁଖ୍ୟ କୋଚ୍‌

ନୂଆଦିଲ୍ଲୀ, ୫ା୯ (ପି.ଟି.): ଭାରତର ଟି୨୦ ବିଶ୍ୱକପ୍‌ ୨୦୨୪ ସଫଳତାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଦଳର ମୁଖ୍ୟ କୋଚ୍‌ ରାହୁଲ ଡ୍ରାଭିଡ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୨୫ରେ ରାଜସ୍ଥାନ ରୟାଲ୍ସ ଦଳର ମୁଖ୍ୟ କୋଚ୍‌ ଦାୟିତ୍ୱ ଗ୍ରହଣ କରିବେ ବୋଲି ସୂଚନା ମିଳିଛି। ଜୁନ୍‌ରେ ବାର୍ବାଡୋସରେ ଭାରତର ବିଜୟ ପରେ ଡ୍ରାଭିଡ ତାଙ୍କ କ୍ୟାରିୟରରେ କିଛି ସମୟ ପାଇଁ ଛୁଟିରେ ଅଛନ୍ତି। ଖୁବ୍‌ ଶୀଘ୍ର ସେ ଫ୍ରାଞ୍ଚାଇଜ ସହ କାର୍ଯ୍ୟ କରିବାକୁ ଯାଉଛନ୍ତି। ଚଳିତବର୍ଷ ପରବର୍ତ୍ତୀ ଭାଗରେ ନିଲାମି ପୂର୍ବରୁ ମୁଖ୍ୟ କୋଚ୍‌ ଭାବେ ସେ ପ୍ଲେୟର ରିଟେନଶନ ଭଳି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତାଙ୍କୁ ମିଳିପାରେ। ଏନେଇ କଥାବାର୍ତ୍ତା ଶେଷ ପର୍ଯ୍ୟାୟରେ ପହଞ୍ଚଥିବା ଫ୍ରାଞ୍ଚାଇଜ ସୂତ୍ରରୁ ଜଣାପଡ଼ିଛି। ୨୦୨୧ରୁ ରୟାଲ୍ସର କ୍ରିକେଟ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଆସୁଥବବା କୁମାର ସଙ୍ଗକାରା ତାଙ୍କ ପଦବୀ ବଜାୟ ରଖିବେ। ଶ୍ରୀଲଙ୍କାର ପୂର୍ବତନ ଷ୍ଟାର ଖେଳାଳି କ୍ୟାରିବିନ ପ୍ରିମିୟର ଲିଗ୍‌ରେ ବାର୍ବାଡୋସ ରୟାଲ୍ସ ଏବଂ ସାଉଥ ଆଫ୍ରିକା ଟି୨୦ରେ ପାର୍ଲ ରୟାଲ୍ସ ସହିତ ୨ବର୍ଷ ହେଲା ମେଣ୍ଟର ଭାବେ କାର୍ଯ୍ୟ କରୁଛନ୍ତି। ବେଙ୍ଗାଲୁରୁରେ ଥିବା ନ୍ୟାଶନାଲ କ୍ରିକେଟ ଏକାଡେମୀ (ଏନ୍‌ସିଏଡ)ରେ ଯୋଗଦାନ ପରେ ୨୦୧୬ରେ ଦିଲ୍ଲୀ କ୍ୟାପିଟାଲରେ ଡ୍ରାଭିଡ୍‌ ସମାନ ଭୂମିକାରେ ରହିଥିଲେ। ରୟାଲ୍ସରେ ଡ୍ରାଭିଡ ଓ ସଞ୍ଜୁ ସାମସନ ପୁଣି ଏକାଠି ହେବେ। ସାମସନ ଆଉ ଏକ ସିଜନ ପାଇଁ ଦଳର ଅଧିନାୟକ ରହିବା ଯଥେଷ୍ଟ ସମ୍ଭାବନା ରହିଛି। ସାମସନ ପୂର୍ବରୁ ଡ୍ରାଭିଡଙ୍କ ଅଧୀନରେ ତାଲିମ ନେଇଛନ୍ତି। ଖବର ଅନୁସାରେ ଡ୍ରାଭିଡଙ୍କ କାର୍ଯ୍ୟକାଳ ସମୟରେ ଭାରତୀୟ ଦଳର ବ୍ୟାଟିଂ କୋଚ୍‌ ରହିଥିବା ବିକ୍ରମ ରାଠୋରଙ୍କୁ ରୟାଲ୍ସ ଫ୍ରାଞ୍ଚାଇଜ୍‌ ସହକାରୀ କୋଚ୍‌ ପଦବୀରେ ନିଯୁକ୍ତି ଦେଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆସିଲା ଆଇପିଏଲ ମେଗା ନିଲାମୀ ତାରିଖ: ଜାଣନ୍ତୁ କେବେ ହେବ ?

ନୂଆଦିଲ୍ଲୀ,୧୮ା୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ପାଇଁ ମେଗା ନିଲାମ ଖୁବଶୀଘ୍ର ଅନୁଷ୍ଠିଟି ହେବାକୁ ଯାଉଛି। ନଭେମ୍ବର ଶେଷ କିମ୍ବା ଡିସେମ୍ବର ଆରମ୍ଭରେ ଅନୁଷ୍ଠିତ...

ପଞ୍ଜାବ କିଙ୍ଗ୍ସର ମୁଖ୍ୟ କୋଚ୍‌ ହେଲେ ପଣ୍ଟିଂ

ନୂଆଦିଲ୍ଲୀ,୧୮ା୯: ଆଇପିଏଲ୍‌ ଫ୍ରାଞ୍ଚାଇଜ ପଞ୍ଜାବ କିଙ୍ଗ୍ସର ନୂତନ ମୁଖ୍ୟ କୋଚ୍‌ ଭାବରେ ବୁଧବାର ରିକି ପଣ୍ଟିଂଙ୍କ ନାମ ଘୋଷଣା କରାଯାଇଛି। ଟ୍ରେଭର ବେଲିସ୍‌ଙ୍କ ସ୍ଥାନରେ ପୂର୍ବତନ...

ପୁଣି ମୁହାଁମୁହିଁ ହେଲେ କୋହଲି-ଗମ୍ଭୀର: ଦେଖନ୍ତୁ ଟ୍ରେଲର୍‌…

ନୂଆଦିଲ୍ଲୀ,୧୮।୯: ଭାରତୀୟ ଦଳର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରୁ ବିରାଟ କୋହଲି ଅନ୍ୟତମ। ଗୌତମ ଗମ୍ଭୀର ଟିମ ଇଣ୍ଡିଆର ମୁଖ୍ୟ କୋଚ ଦାୟିତ୍ୱ ତୁଲାଉଛନ୍ତି। ଟିମ ଇଣ୍ଡିଆରେ...

ତେଜସ୍ବୀଙ୍କ ଅଧିନାୟିକତ୍ୱରେ ଖେଳିଛନ୍ତି ବିରାଟ କୋହଲି, ଓଡ଼ିଶା ବିପକ୍ଷରେ…ଜାଣନ୍ତୁ

ନୂଆଦିଲ୍ଲୀ,୧୮।୯: ଭାରତୀୟ ରାଜନେତା ତେଜସ୍ବୀ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି , ଟିମ ଇଣ୍ଡିଆର ବର୍ତ୍ତମାନର ଭେଟେରାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି...

ଚାଇନାକୁ ହରାଇ ଭାରତ ଏସିଆ ଚାମ୍ପିୟନ

ନୂଆଦିଲ୍ଲୀ,୧୭।୯: ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଟିମ୍ ଚାଇନା ମାଟିରେ ଚାଇନାକୁ ପରାସ୍ତ କରି ପଞ୍ଚମ ଥର ଲାଗି ଏସିଆ ଚାମ୍ପିୟନ ହୋଇଛି। ଫାଇନାଲ...

ନୀରଜଙ୍କ ପାଇଁ ହୃଦୟର କଥା କହିଦେଲେ ମନୁ ଭାକର: ମୁଁ ତୁମର…

ନୂଆଦିଲ୍ଲୀ,୧୬।୯: ବ୍ରସେଲ୍ସରେ ଅନୁଷ୍ଠିତ ଡାଏମଣ୍ଡ ଲିଗ୍‌ ଫାଇନାଲରେ ଭାରତର ତାରକା ଜାଭେଲିନ ଖୋଳାଳି ନୀରଜ ଚୋପ୍ରା ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ସେ ଏକ ସେଣ୍ଟିମିଟର...

ଟ୍ରକ୍‌ ଡ୍ରାଇଭରଙ୍କ କଲର୍‌ ଧରିଦେଇଥିଲେ ଗୌତମ ଗମ୍ଭୀର: ବଡ଼ ଖୁଲାସା କଲେ ଆକାଶ ଚୋପ୍ରା

ନୂଆଦିଲ୍ଲୀ,୧୬।୯: ଟ୍ରକ ଡ୍ରାଇଭରଙ୍କ ସହ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ଲଢେଇର ଏକ ମଜାଳିଆ କାହାଣୀ ପୂର୍ବତନ ଭାରତୀୟ କ୍ରିକେଟର ଆକାଶ ଚୋପ୍ରା ବର୍ଣ୍ଣନା...

ଭଙ୍ଗା ହାତରେ ବ୍ରୁସେଲ୍ ଡାଇମଣ୍ଡ ଲିଗ୍ ଖେଳିଲେ ନୀରଜ, କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୫।୯: ଭାରତର ତାରକା ଜାଭେଲିନ୍ ଫିଙ୍ଗାଳି ନୀରାଜ ଚୋପ୍ରା ପୁଣି ଆହତ ହୋଇଛନ୍ତି। ବ୍ରୁସେଲ୍ ଡାଇମଣ୍ଡ ଲିଗରେ ଲଗାତାର ଦ୍ୱିତୀୟ ଥର ପାଇଁ ରନର୍ସ ଅପ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri