Categories: ଜାତୀୟ

ପ୍ରତିରକ୍ଷା କ୍ଷେତ୍ରରେ ଆଉ ଏକ ସଫଳତା:ଇଣ୍ଟରସେପ୍ଟର ଏଡି-୧ ମିଶାଇଲ୍‌ର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ,୨।୧୧: ଭାରତ ଦ୍ୱିତୀୟ ପର୍ଯ୍ୟାୟ ବାଲିଷ୍ଟିକ କ୍ଷେପଣାସ୍ତ୍ର ପ୍ରତିରକ୍ଷା ଇଣ୍ଟରସେପ୍ଟର ଏଡି-୧ କ୍ଷେପଣାସ୍ତ୍ରର ପ୍ରଥମ ପରୀକ୍ଷଣକୁ ସଫଳତାର ସହ ସମାପ୍ତ କରିଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ଏହି ସୂଚନା ଦେଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ବିଭିନ୍ନ ସ୍ଥାନରେ ସ୍ଥିତ ସମସ୍ତ ବାଲିଷ୍ଟିକ କ୍ଷେପଣାସ୍ତ୍ର ପ୍ରତିରକ୍ଷା ଅସ୍ତ୍ର ପ୍ରଣାଳୀ ଉପାଦାନଗୁଡ଼ିକର ଅଂଶଗ୍ରହଣରେ ଏଡି-୧ କ୍ଷେପଣାସ୍ତ୍ରର ପରୀକ୍ଷା କରାଯାଇଥିଲା।
ସେପଟେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଚାଲିଥିବା ନୌସେନା କମାଣ୍ଡର ସମ୍ମିଳନୀରେ ଭାରତୀୟ ନୌସେନାର ବରିଷ୍ଠ ଅଧିକାରୀଙ୍କ ସହ କଥାବାର୍ତ୍ତା କରିଛନ୍ତି।

Share