ମିଳୁନି ପିଇବା ପାଣି

ଗଞ୍ଜାମ,୧୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ଦୀର୍ଘ ପନ୍ଦର ଦିନରୁ ଊର୍ଦ୍ଧ୍ୱ ହେବ ପିଇବା ପାଣି ସମସ୍ୟା ଦେଖାଦେଇଛି। ଏନେଇ ଖବର ପ୍ରସାରଣ ପରେ ବ୍ଲକ ପ୍ରଶାସନ ଏବଂ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିବା ଜଣାପଡ଼ିଛି। ଏନେଇ ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀଙ୍କ ପ୍ରକୋଷ୍ଠରେ ସରପଞ୍ଚ ସଂଯୁକ୍ତା ପ୍ରଧାନ, ପୂର୍ବତନ ସରପଞ୍ଚ ଦିଲ୍ଲୀପ ଛୋଟରାୟ, ଭଦ୍ରବ୍ୟକ୍ତି ବିଦ୍ୟାଧର ପ୍ରଧାନ ଏବଂ ଗ୍ରାମ୍ୟ ଜଳ ଯୋଗାଣ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ବିକଳ୍ପ ବ୍ୟବସ୍ଥା ଉପରେ ଆଲୋଚନା ହୋଇଥିଲା।

ଏଥିସହ ବିଡ଼ିଓ ଯାନୀଙ୍କ ପରାମର୍ଶ କ୍ରମେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ପକ୍ଷରୁ ଶନିବାର ଉକ୍ତ ଗ୍ରାମକୁ ଟ୍ୟାଙ୍କର ଯୋଗେ ପାଣି ଯୋଗାଣ କରାଯାଇଥିବା ପୂର୍ବତନ ସରପଞ୍ଚ ଛୋଟରାୟ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ପୂର୍ବରୁ ଗ୍ରାମ ବିକାଶ ଯୋଜନାରେ ଗ୍ରାମକୁ ଥିବା ପାନୀୟ ଜଳ ବ୍ୟବସ୍ଥା କାର୍ଯ୍ୟକାରୀ କରାଯିବା ନେଇ ଆଲୋଚନା ହୋଇଥିଲା। ପ୍ରକାଶ ଯୋଗ୍ୟ ଗାଁକୁ ପାଣି ନ ଆସିବାରୁ ଲୋକେ ସାଇକେଲ ଯୋଗେ ପାଞ୍ଚ କିମି ବଟେଶ୍ୱର ପୀଠ ନଳକୂପ, କିମ୍ବା ଚୁଆ ପାଣି ଆଣି ବ୍ୟବହାର କରୁଥିଲେ। ଅନ୍ୟପଟେ ପୂର୍ବ ସରକାର ସମୟରେ ବସୁଧା ଯୋଜନାରେ ଏହି ଗ୍ରାମକୁ ପାଣି ଯୋଗାଇ ଦିଆଯାଇଥିଲା। କିନ୍ତୁ ଖାରିଆ ପାଣି ଆସିବା ଫଳରେ ତାହା ବ୍ୟବହାର ଯୋଗ୍ୟ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ୍ ପ୍ରତିଷ୍ଠା ଦିବସ ଅବସରରେ ବଡଖାନା

ଭଞ୍ଜନଗର,୧୮/୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ନିକଟସ୍ଥ ତନରଡ଼ା ସ୍ଥିତ ଆଇ ଆର୍ ବି ୮ ମ ସ୍ଵତନ୍ତ୍ର ବାଟାଲିୟନ ପରିସରରେ ପୋଲିସ୍ ପ୍ରତିଷ୍ଠା ଦିବସ...

ମେ’ ୭ ରୁ ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା

ପୁରୁଷୋତ୍ତମପୁର,୧୮।୪ (ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପ୍ରସିଦ୍ଧ ମା’ କନକା ଠାକୁରାଣୀଙ୍କ ସମେତ କାଳୁଆ, ତାରାତାରିଣୀ, କାଳୀ ଓ ଫୁଲସୁନ୍ଦ ସୁନ୍ଦରୀ ଆଦି...

ଘରକୁ ଫେରି ପାରିଲେନି; ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ୩ ଗୁରୁତର

ଜି.ଉଦୟଗିରି,୧୮।୪(ଚିନ୍ମୟ କୁମାର ସେଠୀ): ଜି. ଉଦୟଗିରିରେ ୨ ପୃଥକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ପରିଷଦ ଅନ୍ତର୍ଗତ...

ଦିଗପହଣ୍ଡିରେ ରାମଚରିତ ମାନସ ପାରାୟଣ ଶୁଭାରମ୍ଭ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସିଂହଦାର ସମ୍ମୁଖରେ ଶୁକ୍ରବାର ସାରୁ ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ...

ଶସ୍ତାରେ ମିଳୁଛି ଭଡା ଘର, 1 BHK ଫ୍ଲାଟ ପାଇଁ ଦେବାକୁ ପଡିବ…

ନୂଆଦିଲ୍ଲୀ,୧୮।୪: ଭାରତର ବିଭିନ୍ନ ସହରରେ ଘର ଭଡାର ମୂଲ୍ୟ ଦିନକୁ ଦିନ ବଢୁଛି। ତେବେ କେତେକ ଛୋଟ ଓ ମଧ୍ୟମ ସହରରେ ଭଡା ମୂଲ୍ୟ ଏବେ...

ଅପହୃତା ନାବାଳିକା ଭୁବନେଶ୍ୱରରୁ ଉଦ୍ଧାର: ଜେଲ ଗଲେ…

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରୁ ଅପହୃତ କରାଯାଇଥିବା ଜଣେ ନାବାଳିକାଙ୍କୁ ପାଟପୁର ପୋଲିସ ଭୁବନେଶ୍ୱରସ୍ଥିତ ଏକ ଘରୁ ଉଦ୍ଧାର କରିଛି।...

ଚାଷୀଙ୍କ ଚିନ୍ତା ବଢ଼ାଇଲାଣି ଚକଡ଼ା ରୋଗ: ଧାନ ଫସଲରେ ବ୍ୟାପିବା ଆରମ୍ଭ

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ)- ରାଜ୍ୟର ବରଗଡ଼ ଜିଲାରେ ଅଧିକ ଧାନଚାଷ ହୋଇଥାଏ। କିନ୍ତୁ ଏଠାରେ ଚାଷକୁ ନେଇ ଚାଷୀମାନେ ବହୁବିଧ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଧାନଚାଷ କରି...

Starlink: ଷ୍ଟାରଲିଙ୍କ୍‌ ଆସିବା ପରେ ଭାରତକୁ କ’ଣ ମିଳିବ ଫାଇଦା, କେବେ ମିଳିବ ଭାରତୀୟଙ୍କୁ ସୁବିଧା

ନୂଆଦିଲ୍ଲୀ,୧୮।୪:ଏଲନ ମସ୍କଙ୍କ ଷ୍ଟାରଲିଙ୍କ ସେବା ଭାରତ ଆସିବାକୁ ପ୍ରସ୍ତୁତ ହେଉଛି। ଏଥିପାଇଁ ଷ୍ଟାରଲିଙ୍କ ଭାରତୀୟ ଟେଲିକମ କମ୍ପାନୀ ଜିଓ ଏବଂ ଏୟାରଟେଲ ସହିତ ହାତ ମିଳାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image